Biblia Todo Logo
Bib sou entènèt

- Piblisite -




ଏବ୍ରୀ 4:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଅତଏବ ସ୍ଵର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ଵରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ଵାସମତକୁ ଦୃଢ଼ ଭାବରେ ଧାରଣ କରୁ।

Gade chapit la Kopi

ଓଡିଆ ବାଇବେଲ

14 ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ୱରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ତେଣୁ ଆମେ ଯେଉଁ ଧର୍ମବିଶ୍ୱାସକୁ ସ୍ୱୀକାର କରୁଛୁ, ତାହା ଦୁଢ଼ଭାବେ ଧରି ରଖିବାକୁ ହେବ; କାରଣ ଆମର ଶ୍ରେଷ୍ଠ ମହାଯାଜକ, ଈଶ୍ୱରତନୟ ଯୀଶୁ, ଈଶ୍ୱରଙ୍କ ଶ୍ରାଛାମୁକୁ ଯାଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ

14 ପୁତ୍ର ପ୍ରଭୁ ଯୀଶୁ ପରମେଶ୍ୱରଙ୍କ ସହିତ ରହିବା ପାଇଁ ସ୍ୱର୍ଗକୁ ଯାଇଛନ୍ତି। ସେ ହେଉଛନ୍ତି ଆମ୍ଭର ପ୍ରଧାନ ମହାଯାଜକ।

Gade chapit la Kopi




ଏବ୍ରୀ 4:14
31 Referans Kwoze  

କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ବରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି।


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।


ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;


ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି।


ଆଉ, ଯୀଶୁ ସେହି ସ୍ଥାନରେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି।


ଯେ ଅବତରଣ କରିଥିଲେ, ସେ ଯେପରି ସମସ୍ତ ବିଷୟ ପୂର୍ଣ୍ଣ କରନ୍ତି, ଏଥିପାଇଁ ସେ ସମସ୍ତ ସ୍ୱର୍ଗର ଊର୍ଦ୍ଧ୍ୱକୁ ମଧ୍ୟ ଆରୋହଣ କଲେ।)


କିଏ ଦଣ୍ଡାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି।


କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ।


ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।


ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶନ କଲେ;


ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି;


ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ।


ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ।”


ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ବର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ।


ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ।


ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ।


ଅତଏବ, ଶୁଣାଯାଇଥିବା ସତ୍ୟ ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।


ଈଶ୍ବରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ।


ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକ ରୁଟି ହେବା ପାଇଁ ଆଜ୍ଞା ଦିଅ।”


ଅର୍ଥାତ୍‍ ଏହି ସେବା କର୍ମର ପ୍ରମାଣ ପାଇ ଲୋକେ ତୁମ୍ଭମାନଙ୍କ ସ୍ୱୀକାର କରୁଥିବା ଖ୍ରୀଷ୍ଟଙ୍କ ସୁସମାଚାର ପ୍ରତି ବାଧ୍ୟତା, ପୁଣି, ସାଧୁମାନଙ୍କ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ସହଭାଗିତାର ସରଳତା ସକାଶେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁଅଛନ୍ତି,


ମୁଁ ଖ୍ରୀଷ୍ଟାଶ୍ରିତ ଜଣେ ଲୋକକୁ ଜାଣେ, ସେ ଚଉଦ ବର୍ଷ ପୂର୍ବେ ତୃତୀୟ ସ୍ୱର୍ଗ ପର୍ଯ୍ୟନ୍ତ ନୀତ ହେଲା, (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ବର ଜାଣନ୍ତି)।


ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;


ସେମାନେ ଯଦି ସତ୍ୟଭ୍ରଷ୍ଟ ହୁଅନ୍ତି, ତାହାହେଲେ ମନ-ପରିବର୍ତ୍ତନ ନିମନ୍ତେ ସେମାନଙ୍କୁ ପୁନର୍ବାର ନୂତନ କରାଇବା ଅସାଧ୍ୟ, ଯେଣୁ ସେମାନେ ଆପଣା ଆପଣାର ବିନାଶ ନିମନ୍ତେ ଈଶ୍ବରଙ୍କ ପୁତ୍ରଙ୍କୁ, ପୁଣି, କ୍ରୁଶାର୍ପଣ କରି ପ୍ରକାଶ୍ୟରେ ତାହାଙ୍କୁ ନିନ୍ଦାର ପାତ୍ର କରନ୍ତି।


ଏହାଙ୍କର ପିତା କି ମାତା କି ବଂଶାବଳୀର କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ବରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି।


ତେବେ ଭାବି ଦେଖ, ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ଅପବିତ୍ର ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ!


ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।


ପୁଣି, ଲୋକମାନେ ଯେତେବେଳେ ଭିତରକୁ ଯିବେ, ସେତେବେଳେ ଅଧିପତି ସେମାନଙ୍କ ମଧ୍ୟରେ ଥାଇ ଭିତରକୁ ଯିବେ ଓ ବାହାରି ଯିବା ବେଳେ ସେମାନେ ଏକତ୍ର ହୋଇ ବାହାରି ଯିବେ।


Swiv nou:

Piblisite


Piblisite