Biblia Todo Logo
Bib sou entènèt

- Piblisite -




ଏବ୍ରୀ 4:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

15 କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାଁନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଯେ ଆମର ଦୋଷ ଦୁର୍ବଳତା ଅନୁଭବ କରି ପାରନ୍ତି ନାହିଁ, ସେପରି ମହାଯାଜକ ସେ ନୁଦ୍ନ୍ି। ବରଂ ଆମ ମହାଯାଜକ, ଆମ ପରି ନାନା ପ୍ରକାରେ ପ୍ରଲୋଭିତ ହୋଇଥିଲେ, କିନ୍ତୁ ସେ ନିଷ୍ପାପ ରହିଲେ;

Gade chapit la Kopi

ପବିତ୍ର ବାଇବଲ

15 ଅତଏବ ଆମ୍ଭେ ଆମ୍ଭମାନଙ୍କ ବିଶ୍ୱାସରେ ଦୃଢ଼ ରହିବା ଉଚିତ୍। ମହାଯାଜକ ଯୀଶୁ ଆମ୍ଭର ସମସ୍ତ ଦୁର୍ବଳତା ଜାଣନ୍ତି। ଜଗତରେ ଥିବା ବେଳେ ସେ ପ୍ରତ୍ୟେକ ଭାବରେ ପରୀକ୍ଷିତ ହେଲେ।

Gade chapit la Kopi




ଏବ୍ରୀ 4:15
20 Referans Kwoze  

ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।


ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ।


“ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।”


କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।


ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ।


ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ, କାରଣ ସେ ନିଜେ ମଧ୍ୟ ଦୁର୍ବଳତା ବିଶିଷ୍ଟ;


ମୋʼ ଠାରେ ପାପ ଅଛି ବୋଲି ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରମାଣ ଦେଉଅଛି? ମୁଁ ଯେବେ ସତ୍ୟ କହେ, ତେବେ ତୁମ୍ଭେମାନେ କାହିଁକି ମୋତେ ବିଶ୍ୱାସ କରୁ ନାହଁ?


ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁୁରେ ସେ ଧନବାନର ସଙ୍ଗୀ ହେଲେ।


ମାତ୍ର ତୁମ୍ଭେମାନେ ମୋହର ସମସ୍ତ ପରୀକ୍ଷାରେ ମୋʼ ସହିତ ରହି ଆସିଅଛ;


ସେହି ସମସ୍ତ ଦିନ ସେ କିଛି ଖାଇଲେ ନାହିଁ, ଆଉ ସେହିସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ।


ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା? ଆମ୍ଭେ କିପରି ତୁମ୍ଭକୁ ସବୋୟୀମର ନଗରୀ ତୁଲ୍ୟ ରଖିବା? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।


ତୁମ୍ଭେ ବିଦେଶୀ ପ୍ରତି ଅତ୍ୟାଚାର କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।


ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା-ନଳ ଭାଙ୍ଗିବେ ନାହିଁ, ପୁଣି, ସଧୂମ ସଳିତା ଲିଭାଇବେ ନାହିଁ।


ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ,


ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରିପାରିଲା ନାହିଁ, ତାହା ଈଶ୍ବର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,


ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେ ମାତ୍ର ଉତ୍ସର୍ଗୀକୃତ ହେଲେ, କିନ୍ତୁ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।


Swiv nou:

Piblisite


Piblisite