Biblia Todo Logo
Bib sou entènèt

- Piblisite -




ଏବ୍ରୀ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କାରଣ ଯଦି ଯିହୋଶୂୟ ସେମାନଙ୍କୁ ବିଶ୍ରାମ ଦେଇଥାଆନ୍ତେ, ତେବେ ସେ ପରେ ଅନ୍ୟ ଦିନର କଥା କହି ନ ଥାଆନ୍ତେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କାରଣ ଯଦି ଯିହୋଶୂୟ ସେମାନଙ୍କୁ ବିଶ୍ରାମ ଦେଇଥାଆନ୍ତେ, ତେବେ ସେ ପରେ ଅନ୍ୟ ଦିନର କଥା କହି ନ ଥାଆନ୍ତେ।

Gade chapit la Kopi

ଓଡିଆ ବାଇବେଲ

8 କାରଣ ଯଦି ଯିହୋଶୂୟ ସେମାନଙ୍କୁ ବିଶ୍ରାମ ଦେଇଥାଆନ୍ତେ, ତେବେ ସେ ପରେ ଅନ୍ୟ ଦିନର କଥା କହି ନ ଥାଆନ୍ତେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଯଦି ଯିହୋଶୂୟ ଲୋକମାନଙ୍କୁ ଈଶ୍ୱରଙ୍କ ପ୍ରତିଜ୍ଞାତ ବିଶ୍ରାମ ଦେଇ ପାରିଥାନ୍ତେ, ତେବେ ଈଶ୍ୱର ପରେ ଅନ୍ୟ ଏକ ଦିନ କଥା ଉଲ୍ଲେଖ କରି ନ ଥା’ନ୍ତେ।

Gade chapit la Kopi

ପବିତ୍ର ବାଇବଲ

8 ଆମ୍ଭେ ଜାଣୁ ଯେ ଯିହୋଶୂୟ ଲୋକଙ୍କୁ ଈଶ୍ୱରଙ୍କ ପ୍ରତିଜ୍ଞାକୃତ ବିଶ୍ରାମସ୍ଥଳକୁ ନେଇଯାଇ ନ ଥିଲେ। ଯଦି ସେ ନେଇଥା’ନ୍ତେ, ତେବେ ପରମେଶ୍ୱର ବିଶ୍ରାମ ପାଇଁ ଆଉ ଗୋଟିଏ ଦିନ ‘ଆଜି’ ବୋଲି ଘୋଷଣା କରି ନ ଥା’ନ୍ତେ।

Gade chapit la Kopi




ଏବ୍ରୀ 4:8
13 Referans Kwoze  

ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବା ଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରିଆସି ତାହା ଅଧିକାର କରିବ।”


ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭମାନଙ୍କ ଭ୍ରାତୃଗଣକୁ ବିଶ୍ରାମ ଦେଇଅଛନ୍ତି; ଏନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଯର୍ଦ୍ଦନ ସେପାରିରେ ତୁମ୍ଭମାନଙ୍କ ଯେଉଁ ଅଧିକାର ଦେଇଅଛନ୍ତି, ତୁମ୍ଭେମାନେ ଏବେ ଆପଣାମାନଙ୍କୁ ସେହି ଅଧିକୃତ ଦେଶକୁ ଓ ଆପଣା ଆପଣା ତମ୍ବୁକୁ ଫେରିଯାଅ।


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ।


ଏଥିଉତ୍ତାରେ ବହୁ ଦିନ ଉତ୍ତାରେ ସଦାପ୍ରଭୁ ଇସ୍ରାଏଲଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁଙ୍କଠାରୁ ବିଶ୍ରାମ ଦିଅନ୍ତେ; ପୁଣି ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୁଅନ୍ତେ, ଏପରି ଘଟିଲା,


ଆଉ ଆମ୍ଭମାନଙ୍କ ପିତୃ-ପୁରୁଷମାନେ ତାହା ପ୍ରାପ୍ତ ହୋଇ, ଈଶ୍ବର ସେମାନଙ୍କ ସମ୍ମୁଖରୁ ଯେଉଁ ଜାତିମାନଙ୍କୁ ବାହାର କରିଦେଲେ, ସେହି ଜାତିମାନଙ୍କ ଅଧିକାରରେ ସେମାନେ ଯିହୋଶୂୟଙ୍କ ନେତୃତ୍ତ୍ୱରେ ପ୍ରବେଶ କରି ତାହା ଦାଉଦଙ୍କ ସମୟ ପର୍ଯ୍ୟନ୍ତ ରଖିଲେ।


ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ିଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ୱାରା ସେମାନଙ୍କୁ ବିଭାଗ କରିଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ବୁରେ ବାସ କରାଇଲେ।


ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ,


ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଚିହ୍ନ ଲୋପ କରିବ; ତୁମ୍ଭେ ପାସୋରିବ ନାହିଁ।


ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯିହୋଶୂୟ ସେସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗାନୁସାରେ ଅଧିକାର କରିବାକୁ ଇସ୍ରାଏଲଙ୍କୁ ତାହା ଦେଲେ। ତହୁଁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।


ଈଶ୍ବର ଅତୀତରେ ବିଭିନ୍ନ ସ୍ଥାନରେ ଓ ବିଭିନ୍ନ ପ୍ରକାରେ ଭାବବାଦୀମାନଙ୍କ ଦ୍ୱାରା ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ କଥା କହି,


ଅତଏବ ଈଶ୍ବରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି।


ତାହାର ପୁତ୍ର ନୂନ, ତାହାର ପୁତ୍ର ଯିହୋଶୂୟ।


Swiv nou:

Piblisite


Piblisite