Biblia Todo Logo
Bib sou entènèt

- Piblisite -




ଏବ୍ରୀ 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ବରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ଵରଙ୍କ କର୍ତ୍ତୃକ ଆହୂତ ହେବା ଆବଶ୍ୟକ।

Gade chapit la Kopi

ଓଡିଆ ବାଇବେଲ

4 ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ୱରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 କେହି ନିଜେ ନିଜକୁ ମହାଯାଜକର ସମ୍ମାନାସ୍ପଦ ପଦରେ ନିଯୁକ୍ତ କରିପାରେ ନାହିଁ। ହାରଣଙ୍କ ପରି ଯେ କେବଳ ଈଶ୍ୱରଙ୍କ ଦ୍ୱାରା ଆହୁତ, ସେ ମହାଯାଜକ ପଦ ଲାଭ କରେ।

Gade chapit la Kopi

ପବିତ୍ର ବାଇବଲ

4 ମହାଯାଜକ ହେବା ଏକ ସମ୍ମାନର ବିଷୟ। କିନ୍ତୁ କେହି ହେଲେ ନିଜେ ଏହି କାମ ପାଇଁ ବାଛେ ନାହିଁ। ଜଣଙ୍କୁ ପରମେଶ୍ୱରଙ୍କ ଦ୍ୱାରା ଆହୂତ ହେବାକୁ ପଡ଼ିବ, ଯେପରି ହାରୋଣ ଆହୂତ ହୋଇଥିଲେ।

Gade chapit la Kopi




ଏବ୍ରୀ 5:4
16 Referans Kwoze  

ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ ତାହା ସଙ୍ଗେ ତାହାର ପୁତ୍ରଗଣଙ୍କୁ, ଅର୍ଥାତ୍‍, ହାରୋଣ, ନାଦବ୍‍ ଓ ଅବୀହୂ, ଇଲୀୟାସର ଓ ଈଥାମରକୁ ଆପଣା ନିକଟକୁ ଆଣିବ।


ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ-ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।


ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।


ପୁଣି, ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, “ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ୱଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟ-ଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।”


ଅମ୍ରାମ୍‍ର ପୁତ୍ର; ହାରୋଣ ଓ ମୋଶା; ପୁଣି, ହାରୋଣ ଯେପରି ମହାପବିତ୍ର ବସ୍ତୁ ପବିତ୍ର କରିବ, ଏଥିପାଇଁ ଯୁଗାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପଦାହ, ତାହାଙ୍କର ପରିଚର୍ଯ୍ୟା ଓ ତାହାଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେ ଓ ତାହାର ପୁତ୍ରମାନେ ଯୁଗାନୁକ୍ରମେ ପୃଥକ କରାଗଲେ।


ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇପାରେ ନାହିଁ।


ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା।


ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦ ବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”


ପୁଣି, ସେ ଯେ ତୁମ୍ଭଙ୍କୁ ଓ ତୁମ୍ଭ ସହିତ ତୁମ୍ଭର ସମସ୍ତ ଭ୍ରାତା ଲେବୀର ସନ୍ତାନଗଣକୁ ଆପଣାର ନିକଟବର୍ତ୍ତୀ କରିଅଛନ୍ତି, ଏହା କି ତୁମ୍ଭମାନଙ୍କ ଦୃଷ୍ଟିରେ କ୍ଷୁଦ୍ର ବିଷୟ? ଆହୁରି କି ତୁମ୍ଭେମାନେ ଯାଜକତ୍ୱର ଚେଷ୍ଟା କରୁଅଛ?


ପୁଣି, କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ, ସେ ହିଁ ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି।”


“ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ, ଆଉ ବସ୍ତ୍ରସକଳ, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳିର ଗୋବତ୍ସ, ଦୁଇ ମେଷ ଓ ତାଡ଼ିଶୂନ୍ୟ ରୁଟିର ଟୋକେଇ ଆପଣା ସଙ୍ଗେ ନିଅ।


ହାରୋଣଙ୍କର ଯେଉଁ ପୁତ୍ରମାନେ ଯାଜକ ରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକର କର୍ମ କରିବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।


ବୁକ୍କି ଅବୀଶୂୟର ସନ୍ତାନ, ଅବୀଶୂୟ ପୀନହସ୍‍ର ସନ୍ତାନ, ପୀନହସ୍‍ ଇଲୀୟାସରର ସନ୍ତାନ, ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର।


Swiv nou:

Piblisite


Piblisite