Biblia Todo Logo
Bib sou entènèt

- Piblisite -




ଏବ୍ରୀ 6:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ଵାସ ଓ ଧୈର୍ଯ୍ୟ ଦ୍ଵାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ।

Gade chapit la Kopi

ଓଡିଆ ବାଇବେଲ

12 ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଆମେ ଚାହୁଁ, ତୁମ୍ଭେମାନେ କେବେ ଶିଥିଳ ନ ହୋଇ ଦୃଢ଼ ବିଶ୍ୱାସୀ ଓ ଧୈର୍ଯ୍ୟଶାଳୀ ବ୍ୟକ୍ତିମାନଙ୍କୁ ଅନୁସରଣ କର ଏବଂ ଈଶ୍ୱର ପ୍ରତିଜ୍ଞା କରିଥିବା ସମସ୍ତ ବିଷୟ ପ୍ରାପ୍ତ ହୁଅ।

Gade chapit la Kopi

ପବିତ୍ର ବାଇବଲ

12 ତୁମ୍ଭେମାନେ ଆଳସ୍ୟପରାୟଣ ନ ହୋଇ ଯେପରି ପରମେଶ୍ୱରଙ୍କ ପ୍ରତିଜ୍ଞାତ ବିଷୟ ପ୍ରାପ୍ତ ହୋଇଥିବା ଲୋକମାନଙ୍କ ପରି ହୁଅ, ଏ କଥା ଆମ୍ଭେ ଗ୍ଭହୁଁ। ସେମାନେ ତାହାଙ୍କର ବିଶ୍ୱାସ ଓ ଧୈର୍ଯ୍ୟ ହେତୁରୁ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ହେଉଛନ୍ତି।

Gade chapit la Kopi




ଏବ୍ରୀ 6:12
36 Referans Kwoze  

ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।


ଯେଣୁ ତୁମ୍ଭେମାନେ ଯେପରି ଈଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ।


ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।


ଉଦ୍‍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;


ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର।


ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ।


ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ।


ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।


ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?


ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇପାରନ୍ତି, ଅର୍ଥାତ୍‍ ଯେଉଁମାନେ ସୁନ୍ନତପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ।


ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,


ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।’


ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶ କର ଭାଇ।


“କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ୍ଗ ଦ୍ୱାରା ବଧ କରାଯିବ।” ଏହି ସ୍ଥଳରେ ସାଧୁମାନଙ୍କର ଧୈର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ।


ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖରୁ ବଞ୍ଚିତ ହେଲେ,


ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ।


ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ବରଙ୍କ ମଣ୍ଡଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ।


ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି।”


‘ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର।’ ସେ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର।”


ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ସରଳାଚାରୀର ପଥ ରାଜଦାଣ୍ଡ ତୁଲ୍ୟ କରାଯାଏ।


ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ।


କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ।


ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛୁ;


କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା।


କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏ, ସେଠାରେ କାଟେ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ, ସେଠାରେ ସଂଗ୍ରହ କରେ, ଏହା କଅଣ ଜାଣିଥିଲୁ?


ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।


ଏନିମନ୍ତେ ତୁମ୍ଭେ ସତ୍‍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର,


ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ୱକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ।


ଯେପରି କବ୍‍ଜାରେ କବାଟ ବୁଲେ, ସେପରି ଅଳସୁଆ ଆପଣା ଶଯ୍ୟାରେ ଥାଇ କରେ।


Swiv nou:

Piblisite


Piblisite