Biblia Todo Logo
Bib sou entènèt

- Piblisite -




ଏବ୍ରୀ 6:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ଈଶ୍ବର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହାନ ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କାରଣ ଈଶ୍ଵର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହତ୍ତର ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ,

Gade chapit la Kopi

ଓଡିଆ ବାଇବେଲ

13 କାରଣ ଈଶ୍ୱର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହାନ୍ ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଅବ୍ରାହାମଙ୍କୁ ଈଶ୍ୱର ଯେତେବେଳେ ପ୍ରତିଶ୍ରୁତି ଦେଲେ, ସେତେବେଳେ ସେ ତାଙ୍କର ପ୍ରତିଶ୍ରୁତି ରକ୍ଷା କରିବେ ବୋଲି ଶପଥ କରିଥିଲେ। ତାଙ୍କ ଅପେକ୍ଷା ଶ୍ରେଷ୍ଠ କେହି ନ ଥିବାରୁ ସେ ନିଜ ନାମରେ ଶପଥ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

13 ପରମେଶ୍ୱର ଅବ୍ରହାମଙ୍କୁ ପ୍ରତିଜ୍ଞା ଦେଇଥିଲେ। ପରମେଶ୍ୱରଙ୍କ ବ୍ୟତୀତ ମହାନ ଲୋକ ଆଉ କେହି ନାହାନ୍ତି। ଅତଏବ ପରମେଶ୍ୱର ନିଜ ନାମରେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ସାଧନା କରିବେ ବୋଲି କହିଛନ୍ତି।

Gade chapit la Kopi




ଏବ୍ରୀ 6:13
15 Referans Kwoze  

ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ନିକଟରେ ଯେଉଁ ଶପଥ କରିଥିଲେ, ଆପଣାର ସେହି ପବିତ୍ର ନିୟମ ସ୍ମରଣ କରନ୍ତି,


ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।


ମାତ୍ର ଯଦି ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ।


ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ ଓ ଧର୍ମମୟ ବାକ୍ୟ ଆମ୍ଭ ମୁଖରୁ ନିର୍ଗତ ହୋଇଅଛି, ତାହା ଅନ୍ୟଥା ହେବ ନାହିଁ, ‘ଆମ୍ଭ ଛାମୁରେ ପ୍ରତ୍ୟେକ ଆଣ୍ଠୁ ନତ ହେବ, ପ୍ରତ୍ୟେକ ଜିହ୍ୱା ଶପଥ କରିବ।’


ଆହୁରି, ଆମ୍ଭେ ଅପାର ଜଳ ନିକଟରୁ ତହିଁର ସମସ୍ତ ପଶୁ ବିନାଶ କରିବା; ତହିଁରେ ମନୁଷ୍ୟର ଚରଣ ତାହା ଆଉ ହଲାଇବ ନାହିଁ, ଅବା ପଶୁଗଣର ଖୁରା ତାହା ଚହଲାଇବ ନାହିଁ।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନ ସ୍ଥାନ ହେବ।”


ଆପଣା ଦାସ ଅବ୍ରହାମ ଓ ଇସ୍‌ହାକ ଓ ଇସ୍ରାଏଲଙ୍କୁ ସ୍ମରଣ କର, ତୁମ୍ଭେ ଆପଣା ନିଜ ନାମରେ ଶପଥ କରି ସେମାନଙ୍କୁ କହିଅଛ, ‘ଆମ୍ଭେ ଆକାଶର ତାରାଗଣ ନ୍ୟାୟ ତୁମ୍ଭମାନଙ୍କ ବଂଶ ବୃଦ୍ଧି କରିବା ଓ ଏହି ଯେଉଁସବୁ ଦେଶର କଥା କହିଲୁ, ତାହା ତୁମ୍ଭମାନଙ୍କ ବଂଶକୁ ଦେବା, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ଅଧିକାର କରିବେ।’”


ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‌ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।’”


ଏହେତୁ ହେ ମିସର ଦେଶ ନିବାସୀ ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆପଣା ମହାନାମ ନେଇ ଶପଥ କରିଅଛୁ ଯେ, ‘ପ୍ରଭୁ ସଦାପ୍ରଭୁ ଜୀବିତ’ ବୋଲି ମିସର ଦେଶସ୍ଥ କୌଣସି ଯିହୁଦୀ ଲୋକ ଆମ୍ଭର ନାମ ଆଉ ମୁଖରେ ଘେନିବ ନାହିଁ।


ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଚୁକ୍ତି ମନୁଷ୍ୟ ଦ୍ୱାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରିପାରେ ନାହିଁ ବା ସେଥିରେ କିଛି ଯୋଗ କରିପାରେ ନାହିଁ।


କାରଣ ଅଧିକାର ଯଦି ମୋଶାଙ୍କ ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ବର ପ୍ରତିଜ୍ଞା ଦ୍ୱାରା ଅବ୍ରହାମଙ୍କୁ ତାହା ଦାନ କରିଅଛନ୍ତି।


ସେହି ନିୟମ ସେ ଅବ୍ରହାମଙ୍କ ସଙ୍ଗେ କରିଥିଲେ ଓ ସେହି ଶପଥ ସେ ଇସ୍‌ହାକଙ୍କ ପ୍ରତି କରିଥିଲେ;


Swiv nou:

Piblisite


Piblisite