Biblia Todo Logo
Bib sou entènèt

- Piblisite -




ଏବ୍ରୀ 6:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ଵରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ଦ୍ଵାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।

Gade chapit la Kopi

ଓଡିଆ ବାଇବେଲ

18 ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ୱରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ତାଙ୍କର ପ୍ରତିଜ୍ଞା ଓ ଶପଥ ଅପରିବର୍ତ୍ତନୀୟ, ତାହା ଭଙ୍ଗ କରି ଈଶ୍ୱର ମିଥ୍ୟାବାଦୀ ହେବେ ନାହିଁ। ଅତଏବ ତାଙ୍କର ଆଶ୍ରିତ ଆମ୍ଭେମାନେ, ସମ୍ମୁଖରେ ଥିବା ଭରସାକୁ ଦୃଢ଼ ରୂପେ ଧରି ରଖିବା ନିମନ୍ତେ ବିଶେଷ ଉତ୍ସାହ ଲାଭ କରୁଛୁ।

Gade chapit la Kopi

ପବିତ୍ର ବାଇବଲ

18 ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।

Gade chapit la Kopi




ଏବ୍ରୀ 6:18
46 Referans Kwoze  

ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?


ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;


ଆହୁରି ଇସ୍ରାଏଲର ବିଶ୍ୱାସଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ୱିମତ ହେବେ।”


ଯେବେ ଆମ୍ଭେମାନେ, ଅବିଶ୍ୱସ୍ତ ହେଉ, ତେବେ ସୁଦ୍ଧା ସେ ସର୍ବଦା ବିଶ୍ୱସ୍ତ, କାରଣ ସେ ଆପଣାକୁ ଅସ୍ୱୀକାର କରିପାରନ୍ତି ନାହିଁ।


ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ବର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖାଅଛି, “ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ।”


ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।


ଆମ୍ଭେମାନେ ପାପ କରି ନାହୁଁ, ଏହା ଯଦି କହୁ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ମିଥ୍ୟାବାଦୀ କରୁ, ପୁଣି, ତାହାଙ୍କ ବାକ୍ୟ ଆମ୍ଭମାନଙ୍କଠାରେ ନାହିଁ।


ତହିଁରେ ଯେଉଁ ନରହତ୍ୟାକାରୀ ଭ୍ରାନ୍ତିରେ ଓ ଅଜ୍ଞାତସାରରେ କାହାକୁ ବଧ କରେ, ସେ ସେଠାକୁ ପଳାଇ ଯାଇ ପାରିବ; ପୁଣି ସେହି ସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ।


“ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,


ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।”


ପାଉଲ, ଆମ୍ଭମାନଙ୍କ ଈଶ୍ବରଙ୍କ ଆଜ୍ଞାନୁସାରେ ଓ ତ୍ରାଣକର୍ତ୍ତା ଏବଂ ଭରସାଭୂମି ଖ୍ରୀଷ୍ଟ ଯୀଶୁଙ୍କ ଅନୁସାରେ ଜଣେ ପ୍ରେରିତ,


ଈଶ୍ବର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ ଏବଂ ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,


ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ।


ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।


କାରଣ, ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁମାନେ ଆମ୍ଭର ବିଶ୍ରାମବାର ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;”


ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ିଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ।


ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”


ଏଉତ୍ତାରେ ଯୋୟାବ ନିକଟରେ ସମ୍ବାଦ ଉପସ୍ଥିତ ହେଲା, କାରଣ ଯୋୟାବ ଯଦ୍ୟପି ଅବଶାଲୋମର ଅନୁଗାମୀ ହେବା ପାଇଁ ବିପଥଗାମୀ ହୋଇ ନ ଥିଲା, ତଥାପି ଅଦୋନୀୟର ଅନୁଗାମୀ ହେବା ପାଇଁ ବିପଥଗାମୀ ହେଲା। ସେଥିସକାଶୁ ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।


ଯେ ଈଶ୍ବରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ବରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ବର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ।


ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ।


ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ବର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,


ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।


ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କ ସେହି ଉଦ୍ଧାରକର୍ତ୍ତା ଯୀଶୁଙ୍କ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା ନିମନ୍ତେ ଈଶ୍ଵରଙ୍କ ପ୍ରତି ଫେରିଲ।


ଅଣଯିହୁଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ବର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;


ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।


ଆଉ ଦେଖ, ଯିରୂଶାଲମ ସହରରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ, ପୁଣି, ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ।


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”


ନଚେତ୍ ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ବନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ।


ତୁମ୍ଭେ ଶୀଘ୍ର ସେହି ସ୍ଥାନକୁ ପଳାଅ, ଯେହେତୁ ତୁମ୍ଭେ ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେ କିଛି କରି ନ ପାରୁ।” ଏଣୁ ସେହି ସ୍ଥାନର ନାମ ସୋୟର ହେଲା।


ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, “ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି।’”


କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।


ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ।


ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ,


କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?


ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।


ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]


ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।


ଏଣୁ ଈଶ୍ବର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,


(କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ।


Swiv nou:

Piblisite


Piblisite