Biblia Todo Logo
Bib sou entènèt

- Piblisite -




ଏବ୍ରୀ 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ନାନା ବାପ୍ତିସ୍ମ ସମ୍ଵନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଶେଷ ବିଚାର ସ୍ଵରୂପ, ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ।

Gade chapit la Kopi

ଓଡିଆ ବାଇବେଲ

2 ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଜଳଦୀକ୍ଷା ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମହାବିଚାର, ମୃତମାନଙ୍କର ପୁନରୁତ୍ଥାନ ଓ ଅନନ୍ତ ଦଣ୍ଡ ପ୍ରଭୃତି ତତ୍ତ୍ୱମାନଙ୍କର ଭିତ୍ତି ପୁନର୍ବାର ସ୍ଥାପନ କରିବା ଅନାବଶ୍ୟକ।

Gade chapit la Kopi

ପବିତ୍ର ବାଇବଲ

2 ସେତେବେଳେ ଆମ୍ଭେ ବାପ୍ତିସ୍ମ ବିଷୟରେ ଲୋକଙ୍କୁ ହସ୍ତାର୍ପଣ କରିବା ବିଷୟରେ, ମୃତ୍ୟୁରୁ ପୁନରୁ‌ତ୍‌‌ଥିତ ହେବା ବିଷୟରେ ଓ ଶେଷ ବିଗ୍ଭର ବିଷୟରେ ଶିକ୍ଷା ପାଇଥିଲୁ। କିନ୍ତୁ ଏବେ ଆମ୍ଭେ ସିଦ୍ଧିଲାଭ କରିବାକୁ ଅଗ୍ରସର ହେବା ଉଚିତ୍।

Gade chapit la Kopi




ଏବ୍ରୀ 6:2
57 Referans Kwoze  

ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ମସ୍ତକ ଉପରେ ହାତ ରଖି ସମର୍ପଣ କଲେ।


କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍‌ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା।


ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍‍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି।


ସେଥିରେ ଏପିକୂୂରୀୟ ଓ ସ୍ତୋୟିକ ଦର୍ଶନଶାସ୍ତ୍ରର କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।


ଆଉ ସେ ସେମାନଙ୍କୁ ରାତ୍ରିର ସେହି ସମୟରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାହାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ।


ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ।


ସେତେବେଳେ ପିତର ଉତ୍ତର ଦେଲେ, ଏହି ଯେଉଁ ଲୋକମାନେ ଆମ୍ଭମାନଙ୍କ ପରି ପବିତ୍ର ଆତ୍ମା ପ୍ରାପ୍ତ କରିଅଛନ୍ତି, ଏମାନେ ଯେପରି ବାପ୍ତିଜିତ ନ ହୁଅନ୍ତି, ସେଥିନିମନ୍ତେ କଅଣ କେହି ଜଳକୁ ନିଷେଧ କରିପାରିବ?


ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।


ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।


ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି।


ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।


ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,


ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।


ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।


ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।


ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ।


ଏହି ସମସ୍ତ ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୁଚିକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର।


ସେମାନେ ପୁନରୁତ୍ଥାନ ହୋଇଗଲାଣି ବୋଲି କହି ସତ୍ୟଭ୍ରଷ୍ଟ ହୋଇଅଛନ୍ତି, ପୁଣି, କେତେକଙ୍କର ବିଶ୍ୱାସ ଓଲଟାଇ ପକାଉଅଛନ୍ତି।


ତୁମ୍ଭେମାନେ ବାପ୍ତିସ୍ମରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇ, ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ କାର୍ଯ୍ୟସାଧକ ଶକ୍ତିରେ ବିଶ୍ୱାସ କରି ଖ୍ରୀଷ୍ଟଙ୍କ ସହିତ ମଧ୍ୟ ଉତ୍ଥାପିତ ହୋଇଅଛ।


ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରିପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।


ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍‍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ।


ଆଉ ସମସ୍ତେ ସମୁଦ୍ର ମଧ୍ୟ ଦେଇ ଗମନ କଲେ, ପୁଣି, ସମସ୍ତେ ମେଘ ଓ ସମୁଦ୍ରରେ ମୋଶାଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହେଲେ,


ଯେଉଁ ଦିନରେ ଈଶ୍ବର, ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।


ଈଶ୍ବର ଯେ ମୃତମାନଙ୍କୁ ଉଠାନ୍ତି, ତାହା କାହିଁକି ଆପଣମାନଙ୍କ ବିଚାରରେ ଅବିଶ୍ୱସ୍ତ ବୋଲି ବୋଧ ହୁଏ?


କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି ତାହା ଏମାନେ ନିଜେ କହନ୍ତୁ।


ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ବରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି।


ସେମାନେ ବିରକ୍ତ ହୋଇଥିଲେ, କାରଣ ପ୍ରେରିତମାନେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ଯୀଶୁଙ୍କ କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ବିଷୟ ପ୍ରଚାର କରୁଥିଲେ।


ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍‌ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।”


ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ।”


ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି।


କିନ୍ତୁ ଭୋଜନ କରିବା ପୂର୍ବେ ସେ ଯେ ପ୍ରଥମେ ଧୋଇ ନ ଥିଲେ, ଏହା ଦେଖି ସେହି ଫାରୂଶୀ ଚମତ୍କୃତ ହେଲେ।


ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।


ତୁମ୍ଭେମାନେ ଈଶ୍ବରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ।”


ପୁଣି, ହାଟବଜାରରୁ ଆସି ନିଜେ ଧୋଇ ନ ହେବା ପର୍ଯ୍ୟନ୍ତ ଖାଆନ୍ତି ନାହିଁ; ଆଉ, ଗିନା, ଢାଳ ଓ ପିତଳ ପାତ୍ରଗୁଡ଼ିକ ପାଣିରେ ବୁଡ଼ାଇ ଧୋଇବା ଇତ୍ୟାଦି ଅନ୍ୟାନ୍ୟ ଅନେକ ରୀତିନୀତି ପାଳନ କରିବା ନିମନ୍ତେ ସେମାନେ ଆଦେଶପ୍ରାପ୍ତ କରିଅଛନ୍ତି।


କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, “ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି?”


କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।


ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ।


ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରିଦେବ।


Swiv nou:

Piblisite


Piblisite