Biblia Todo Logo
Bib sou entènèt

- Piblisite -




ଏବ୍ରୀ 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଈଶ୍ବରଙ୍କ ଉତ୍ତମ ବାକ୍ୟ ଓ ଆଗାମୀ ଯୁଗର ଶକ୍ତି ଆସ୍ୱାଦନ କରିଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଈଶ୍ଵରଙ୍କ ଉତ୍ତମ ବାକ୍ୟ ଓ ଭାବୀ ଯୁଗର ଶକ୍ତି ଆସ୍ଵାଦନ କରିଅଛନ୍ତି,

Gade chapit la Kopi

ଓଡିଆ ବାଇବେଲ

5 ଈଶ୍ୱରଙ୍କ ଉତ୍ତମ ବାକ୍ୟ ଓ ଆଗାମୀ ଯୁଗର ଶକ୍ତି ଆସ୍ୱାଦନ କରିଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ସେମାନେ ଈଶ୍ୱରଙ୍କ ବାଣୀର ମହତ୍ତ୍ୱ ଉପଲବ୍ଧି କରିଥିଲେ ଏବଂ ଆଗାମୀ ଯୁଗର ଶକ୍ତି ଅନୁଭବ କରିଥିଲେ।

Gade chapit la Kopi




ଏବ୍ରୀ 6:5
13 Referans Kwoze  

ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି।


ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇପାର।


ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ୱାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।


କାରଣ ଯାହା ଭାବି ଜଗତର କଥା ଆମ୍ଭେମାନେ କହୁଅଛୁ, ତାହା ଈଶ୍ବର ଦୂତମାନଙ୍କ ଅଧୀନ କରି ନାହାନ୍ତି।


କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି, ତାହାଙ୍କ କଥା ଶୁଣି ଅତିଶୟ ଉଦ୍‌ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ।


ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।


ଆଉ, ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ।”


ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାନ କର ଓ ଆତ୍ମାଙ୍କ ଖ‌ଡ୍ଗ, ଅର୍ଥାତ୍‍ ଈଶ୍ବରଙ୍କ ବାକ୍ୟ ଧାରଣ କର;


କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।


ବିଶ୍ୱାସ ଦ୍ୱାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ୱ ଈଶ୍ବରଙ୍କ ବାକ୍ୟ ଦ୍ୱାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ।


କିନ୍ତୁ ଈଶ୍ବରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।” ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି।


Swiv nou:

Piblisite


Piblisite