Biblia Todo Logo
Bib sou entènèt

- Piblisite -




ଏବ୍ରୀ 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କିନ୍ତୁ ହେ ପ୍ରିୟମାନେ, ଆମ୍ଭେମାନେ ଯଦ୍ୟପି ଏହିପରି କହୁଅଛୁ, ତଥାପି ତୁମ୍ଭମାନଙ୍କ ଅବସ୍ଥା ଯେ ତାହାଠାରୁ ଉତ୍ତମ ଓ ପରିତ୍ରାଣସଂଯୁକ୍ତ, ଏହା ଆମ୍ଭେମାନେ ଦୃଢ଼ରୂପେ ବିଶ୍ୱାସ କରୁଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କିନ୍ତୁ ହେ ପ୍ରିୟମାନେ, ଆମ୍ଭେମାନେ ଯଦ୍ୟପି ଏହିପରି କହୁଅଛୁ, ତଥାପି ତୁମ୍ଭମାନଙ୍କ ଅବସ୍ଥା ଯେ ତାହାଠାରୁ ଉତ୍ତମ ଓ ପରିତ୍ରାଣସଂଯୁକ୍ତ, ଏହା ଆମ୍ଭେମାନେ ଦୃଢ଼ ରୂପେ ବିଶ୍ଵାସ କରୁଅଛୁ।

Gade chapit la Kopi

ଓଡିଆ ବାଇବେଲ

9 କିନ୍ତୁ ହେ ପ୍ରିୟମାନେ, ଆମ୍ଭେମାନେ ଯଦ୍ୟପି ଏହିପରି କହୁଅଛୁ, ତଥାପି ତୁମ୍ଭମାନଙ୍କ ଅବସ୍ଥା ଯେ ତାହାଠାରୁ ଉତ୍ତମ ଓ ପରିତ୍ରାଣସଂଯୁକ୍ତ, ଏହା ଆମ୍ଭେମାନେ ଦୃଢ଼ରୂପେ ବିଶ୍ୱାସ କରୁଅଛୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ପ୍ରିୟ ବନ୍ଧୁଗଣ, ଆମେ ଏହିପରି କଥା କହିଲେ ସୁଦ୍ଧା ତୁମ୍ଭମାନଙ୍କ ଉପରେ ଆମର ଆସ୍ଥା ଅଛି; ତୁମ୍ଭେମାନେ ପରିତ୍ରାଣ ପାଇବା ନିମନ୍ତେ ଆର୍ଶୀବାଦର ପାତ୍ର ହୋଇ ରହିଛ।

Gade chapit la Kopi

ପବିତ୍ର ବାଇବଲ

9 ପ୍ରିୟ ମିତ୍ରଗଣ! ଆମ୍ଭେ ତୁମ୍ଭମାନଙ୍କୁ ଏହି କଥା କହୁଛୁ। କିନ୍ତୁ ପ୍ରକୃତରେ ଆମ୍ଭେ ତୁମ୍ଭମାନଙ୍କଠାରୁ ଅଧିକ ଉତ୍ତମ ବିଷୟ ଆଶା କରୁ। ଆମ୍ଭେ ନିଶ୍ଚିତ ଯେ ତୁମ୍ଭେମାନେ ପରିତ୍ରାଣର କଥା ଆମ୍ଭକୁ କହିବ। ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କୁ ସାହାଯ୍ୟ କରି ଯେଉଁ ପ୍ରେମଭାବ ପ୍ରଦର୍ଶିତ କରିଛ, ସେହି ଭଲ କାମକୁ ପରମେଶ୍ୱର ସଦାସର୍ବଦା ମନେ ରଖିବେ।

Gade chapit la Kopi




ଏବ୍ରୀ 6:9
24 Referans Kwoze  

ମାତ୍ର ଯେଉଁମାନେ ବିନାଶ ନିମନ୍ତେ ପଶ୍ଚାତ୍‍ପଦ ହୁଅନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ନୋହୁଁ, କିନ୍ତୁ ଯେଉଁମାନେ ଆତ୍ମାର ପରିତ୍ରାଣ ନିମନ୍ତେ ବିଶ୍ୱାସ କରନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ଅଟୁ।


ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;


କାରଣ ଈଶ୍ବରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ-ପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ।


କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ।


ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;


ଅତଏବ, ହେ ମୋହର ପ୍ରିୟମାନେ, ପ୍ରତିମାପୂଜାରୁ ପଳାୟନ କର।


ଈଶ୍ବରଙ୍କ ପ୍ରତି ମନ-ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୁଦୀ ଓ ଗ୍ରୀକ୍‍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି, ତାହା ତୁମ୍ଭେମାନେ ଜାଣ।


ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।


କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।


ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ବରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ବର ଅଣଯିହୁଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ-ପରିବର୍ତ୍ତନ ଦାନ କରିଅଛନ୍ତି।


ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ବରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।


ଏପର୍ଯ୍ୟନ୍ତ ତୁମ୍ଭେମାନେ ଭାବୁଅଛ ଯେ, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଦୋଷ କଟାଉଅଛୁ। ଈଶ୍ବରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଆମ୍ଭେମାନେ କଥା କହୁଅଛୁ। କିନ୍ତୁ ହେ ପ୍ରିୟମାନେ, ସମସ୍ତ ବିଷୟ ତୁମ୍ଭମାନଙ୍କ ନିଷ୍ଠା ନିମନ୍ତେ କହୁଅଛୁ।


ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।


ହେ ପ୍ରିୟମାନେ, ମୁଁ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟକୁ ଏହି ଦ୍ୱିତୀୟ ପତ୍ର ଲେଖୁଅଛି।


ହେ ପ୍ରିୟମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ଲେଖୁ ନାହିଁ, ମାତ୍ର ଆରମ୍ଭରୁ ଯେଉଁ ପୁରାତନ ଆଜ୍ଞା ତୁମ୍ଭେମାନେ ପାଇଅଛ, ତାହା ଲେଖୁଅଛି; ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ପୁରାତନ ଆଜ୍ଞା।


ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।


Swiv nou:

Piblisite


Piblisite