Biblia Todo Logo
Bib sou entènèt

- Piblisite -




ଏବ୍ରୀ 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏହି ମଲ୍‍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ବରଙ୍କ ଯାଜକ ଥିଲେ। ସେ ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏହି ମଲ୍‍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ଵରଙ୍କ ଯାଜକ ଥିଲେ। ସେ, ଅବ୍ରହାମ ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;

Gade chapit la Kopi

ଓଡିଆ ବାଇବେଲ

1 ଏହି ମଲ୍‍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ୱରଙ୍କ ଯାଜକ ଥିଲେ । ସେ, ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଏହି ମଲ୍କିସେଦକ ଶାଲେମର ରାଜ ଏବଂ ପରାତ୍ପର ଈଶ୍ୱରଙ୍କ ଯାଜକ ଥିଲେ। ଅବ୍ରାହାମ ଯେତେବେଳେ ଚାରିଜଣ ରାଜାକୁ ପରାସ୍ତ କରି ଯୁଦ୍ଧରୁ ଫେରୁଥିଲେ, ସେତେବେଳେ ମଲ୍କିସେଦକ ତାଙ୍କୁ ସାକ୍ଷାତ କରି ଆର୍ଶୀବାଦ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

1 ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ଶାଲେମର ରାଜା ଥିଲେ, ଓ ସର୍ବୋଚ୍ଚ ପରମେଶ୍ୱରଙ୍କ ଯାଜକ ଥିଲେ। ଅବ୍ରହାମ ରାଜାମାନଙ୍କୁ ପରାଜିତ କରି ଫେରିଲା ବେଳେ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ଅବ୍ରହାମଙ୍କୁ ଦେଖାକଲେ। ସେ ଅବ୍ରହାମଙ୍କୁ ଆଶୀର୍ବାଦ କଲେ।

Gade chapit la Kopi




ଏବ୍ରୀ 7:1
17 Referans Kwoze  

ଆଉ, ଯୀଶୁ ସେହି ସ୍ଥାନରେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି।


“ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା?


ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି।


ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ତୁମ୍ଭକୁ ଈଶ୍ବରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ।


ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍‍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;


ପରମେଶ୍ୱର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ୱର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ।


ମଧ୍ୟ ଶାଲେମ୍‍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ।


ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ବରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି।


ପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।


ସର୍ବୋପରିସ୍ଥ ପରମେଶ୍ୱର ମୋର ପକ୍ଷରେ ଯେଉଁ ଯେଉଁ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ଉଚିତ ବୋଧ ହେଲା।


ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ;


ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ। ଅନୁବାଦ କଲେ ଏହାଙ୍କ ନାମର ପ୍ରଥମ ଅର୍ଥ ଧର୍ମରାଜା, ଦ୍ୱିତୀୟ, ଶାଲେମର ରାଜା, ଅର୍ଥାତ୍‍, ଶାନ୍ତିରାଜା।


ଏହାଙ୍କର ପିତା କି ମାତା କି ବଂଶାବଳୀର କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ବରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି।


କିନ୍ତୁ ମଲ୍‍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ।


Swiv nou:

Piblisite


Piblisite