Biblia Todo Logo
Bib sou entènèt

- Piblisite -




ଏବ୍ରୀ 7:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେ ଶାରୀରିକ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେ ଶାରୀରିକ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

16 ସେ ଶାରୀରିକ ମୋଶାଙ୍କ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ସେ ମନୁଷ୍ୟ ସଂସ୍ଥାପିତ ନିୟମ ଓ ପଦ୍ଧତି ଦ୍ୱାରା ଯାଜକ ହୋଇ ନ ଥିଲେ; ଅନନ୍ତ ଜୀବନର ଶକ୍ତି କତ୍ତ୍ୱର୍କ ସେ ଯାଜକ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ

16 ସେ କୌଣସି ଗୋଷ୍ଠୀର ବ୍ୟବସ୍ଥା ଦ୍ୱାରା ଯାଜକ ହୋଇ ନ ଥିଲେ। ବରଂ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ଯାଜକ ହେଲେ।

Gade chapit la Kopi




ଏବ୍ରୀ 7:16
15 Referans Kwoze  

ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ମୌଳିକ ଶିକ୍ଷା ପ୍ରତି ମୃତ ହୋଇଅଛ,


“ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି।


ଅତଏବ, ମୋଶାଙ୍କ ବ୍ୟବସ୍ଥା ଆଗାମୀ ଉତ୍ତମ ବିଷୟର ଛାୟା ସ୍ୱରୂପ ହୋଇ ସେହିସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସେହି ଏକ-ପ୍ରକାର ବଳି ଉତ୍ସର୍ଗ କରିବା ଦ୍ୱାରା ଉପାସକମାନଙ୍କୁ କଦାପି ସିଦ୍ଧ କରିପାରେ ନାହିଁ।


ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ଈଶ୍ବରଙ୍କ ପୁତ୍ରଙ୍କୁ ନିଯୁକ୍ତ କରେ।


ଏହାଙ୍କର ପିତା କି ମାତା କି ବଂଶାବଳୀର କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ବରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି।


ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇଅଛନ୍ତି;


କିନ୍ତୁ ଏବେ ଈଶ୍ବରଙ୍କ ପରିଚୟ ପାଇଅଛ; ବରଂ ଈଶ୍ବରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ମୌଳିକ ବିଷୟଗୁଡ଼ିକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ?


ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ମୌଳିକ ବିଷୟଗୁଡ଼ାକର ଦାସ ଥିଲୁ


ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, “ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି।’”


କାରଣ ତାହାଙ୍କ ସମ୍ବନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, “ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।”


ଯେଣୁ, ମୋଶାଙ୍କ ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ।


ଆଉ ଏହା ଏଥିରେ ମଧ୍ୟ ଆହୁରି ଅଧିକ ସୁସ୍ପଷ୍ଟ ହୁଏ, ମଲ୍‍କୀଷେଦକଙ୍କ ସାଦୃଶ୍ୟରେ ଆଉ ଜଣେ ଯାଜକ ଉତ୍ପନ୍ନ ହୋଇଅଛନ୍ତି,


ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!


Swiv nou:

Piblisite


Piblisite