Biblia Todo Logo
Bib sou entènèt

- Piblisite -




ଏବ୍ରୀ 7:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି ;

Gade chapit la Kopi

ଓଡିଆ ବାଇବେଲ

18 ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ସୁତରାଂ ପୁରାତନ ବ୍ୟବସ୍ଥା ଶକ୍ତିହୀନ ଏବଂ ଅଦରକାରୀ ହେବାରୁ ତାହାକୁ ରଦ୍ଦ କରାଗଲା।

Gade chapit la Kopi

ପବିତ୍ର ବାଇବଲ

18 ପୂର୍ବ ବ୍ୟବସ୍ଥା ଦୁର୍ବଳ ଓ ବ୍ୟର୍ଥ ହୋଇଥିବାରୁ ଲୋପ କରି ଦିଆ ହେଲା।

Gade chapit la Kopi




ଏବ୍ରୀ 7:18
15 Referans Kwoze  

ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରିପାରିଲା ନାହିଁ, ତାହା ଈଶ୍ବର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,


ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି।


(କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ।


କିନ୍ତୁ ଏବେ ଈଶ୍ବରଙ୍କ ପରିଚୟ ପାଇଅଛ; ବରଂ ଈଶ୍ବରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ମୌଳିକ ବିଷୟଗୁଡ଼ିକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ?


କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ବରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।


ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।


ମୋହର ଭାବ ଏହି, ଯେଉଁ ନିୟମ ଈଶ୍ବରଙ୍କ କର୍ତ୍ତୃକ ପୂର୍ବରୁ ସ୍ଥିରୀକୃତ ହୋଇଥିଲା, ଚାରି ଶହ ତିରିଶ ବର୍ଷ ପରେ ଦିଆଯାଇଥିବା ମୋଶାଙ୍କ ବ୍ୟବସ୍ଥା ତାହା ବ୍ୟର୍ଥ କରେ ନାହିଁ, ଯେପରି ତଦ୍ୱାରା ପ୍ରତିଜ୍ଞା ନିଷ୍ଫଳ କରାଯାଏ।


ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ?


ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଚୁକ୍ତି ମନୁଷ୍ୟ ଦ୍ୱାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରିପାରେ ନାହିଁ ବା ସେଥିରେ କିଛି ଯୋଗ କରିପାରେ ନାହିଁ।


ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ।


ତେବେ ମୋଶାଙ୍କ ବ୍ୟବସ୍ଥା କି ଈଶ୍ବରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ମୋଶାଙ୍କ ବ୍ୟବସ୍ଥା ଦିଆଯାଇଥାଆନ୍ତା, ତେବେ ଧାର୍ମିକତା ପ୍ରକୃତରେ ମୋଶାଙ୍କ ବ୍ୟବସ୍ଥାମୂଳକ ହୁଅନ୍ତା।


Swiv nou:

Piblisite


Piblisite