Biblia Todo Logo
Bib sou entènèt

- Piblisite -




ଏବ୍ରୀ 7:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍‍, ସେମାନଙ୍କ ଭାଇମାନଙ୍କଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍, ସେମାନଙ୍କ ଭାଇମାନଙ୍କ-ଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି; ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି;

Gade chapit la Kopi

ଓଡିଆ ବାଇବେଲ

5 ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍‍, ସେମାନଙ୍କ ଭାଇମାନଙ୍କଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଲେବୀଙ୍କର ଯେଉଁ ବଂଶଧରମାନେ ଯାଜକ କାର୍ଯ୍ୟକରନ୍ତି, ସେମାନେ ବ୍ୟବସ୍ଥାନ ନିର୍ଦ୍ଦେଶାନୁଯାୟୀ ଇଶ୍ରାଏଲୀୟମାନଙ୍କଠାରୁ ଦଶମାଂଶ ଦାନ ଗ୍ରହଣ କରନ୍ତି। ଇଶ୍ରାଏୀୟମାନେ ଅବ୍ରାହାମଙ୍କ ବଂଶଧର ଓ ଲେବୀମାନଙ୍କର ସ୍ୱଜାତି ହେଲେ ମଧ୍ୟ ସେମାନଙ୍କଠାରୁ ଏହି ଶୁଳ୍କ ଆଦାୟ କରାଯାଉଥିଲା।

Gade chapit la Kopi

ପବିତ୍ର ବାଇବଲ

5 ବ୍ୟବସ୍ଥା ଅନୁସାରେ ଲେବୀ ବଂଶର ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଇବା କଥା। ଯାଜକମାନେ ଏହି ଅଂଶ ନିଜଲୋକ ଯିହୂଦୀମାନଙ୍କଠାରୁ ନେଉଥିଲେ, ଯଦିଓ ଯାଜକ ଓ ତାହାଙ୍କ ଲୋକମାନେ ସମସ୍ତେ ଅବ୍ରହାମଙ୍କ ବଂଶଜ ଅଟନ୍ତି।

Gade chapit la Kopi




ଏବ୍ରୀ 7:5
15 Referans Kwoze  

କାରଣ ଅବ୍ରହାମଙ୍କ ସହିତ ମଲ୍‍କୀଷେଦକ ସାକ୍ଷାତ କରିବା ସମୟରେ ଲେବୀ ଜନ୍ମ ହୋଇ ନ ଥିଲେ।


ଆହୁରି, ମୁଁ ଦେଖିଲି ଯେ, ଲେବୀୟମାନଙ୍କ ଅଂଶ ସେମାନଙ୍କୁ ଦିଆଯାଇ ନ ଥିଲା; ତେଣୁ ପ୍ରତ୍ୟେକେ କର୍ମକାରୀ ଲେବୀୟମାନେ ଓ ଗାୟକମାନେ ମନ୍ଦିର ଛାଡ଼ି ଆପଣା ଆପଣା ଭୂମିକୁ ଗଲେ।


ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର, ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’


ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦ ବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”


ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ବରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ।


ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ ତାହା ସଙ୍ଗେ ତାହାର ପୁତ୍ରଗଣଙ୍କୁ, ଅର୍ଥାତ୍‍, ହାରୋଣ, ନାଦବ୍‍ ଓ ଅବୀହୂ, ଇଲୀୟାସର ଓ ଈଥାମରକୁ ଆପଣା ନିକଟକୁ ଆଣିବ।


ଯାକୁବଙ୍କ କଟିରୁ ଉତ୍ପନ୍ନ ଯେଉଁ ପ୍ରାଣୀଗଣ ତାଙ୍କ ସଙ୍ଗରେ ମିସରରେ ଉପସ୍ଥିତ ହେଲେ, ଯାକୁବଙ୍କ ପୁତ୍ରବଧୂମାନଙ୍କ ଛଡ଼ା ସେମାନେ ସର୍ବସୁଦ୍ଧା ଛଅଷଠି ପ୍ରାଣୀ ଥିଲେ।


ସର୍ବସୁଦ୍ଧା ଯାକୁବଙ୍କଠାରୁ ଉତ୍ପନ୍ନ ବଂଶ ସତୁରି ପ୍ରାଣୀ ଥିଲେ; ମାତ୍ର ଯୋଷେଫ ପୂର୍ବେ ମିସରରେ ଥିଲେ।


ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ।


ତୃତୀୟ ବର୍ଷରେ, ଅର୍ଥାତ୍‍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗର-ଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ।


Swiv nou:

Piblisite


Piblisite