Biblia Todo Logo
Bib sou entènèt

- Piblisite -




ଏବ୍ରୀ 8:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ମୁଁ ସେମାନଙ୍କର ସମସ୍ତ ପାପ କ୍ଷମା କରିବି ଓ ସେମାନଙ୍କର କୌଣସି ଅନ୍ୟାୟ ସ୍ମରଣରେ ରଖିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

12 ଓ ମୋ’ ବିରୁଦ୍ଧରେ କରିଥିବା ଦୋଷ ସବୁ ମୁଁ କ୍ଷମା କରିଦେବି, ଏବଂ ମୁଁ ସେମାନଙ୍କ ପାପଗୁଡ଼ିକୁ ଆଉ ଅଧିକ ମନେ ରଖିବି ନାହିଁ।”

Gade chapit la Kopi




ଏବ୍ରୀ 8:12
17 Referans Kwoze  

ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ।”


ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।


ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ।


ସଦାପ୍ରଭୁ କହନ୍ତି, ସେହି ଦିନରେ ଓ ସେହି ସମୟରେ ଇସ୍ରାଏଲର ଅଧର୍ମ ଅନ୍ୱେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ ଓ ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା।


ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ୱାରା ସେମାନେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା।


ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।


ଯୀଶୁଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍‍, ପାପ କ୍ଷମା ପାଇଅଛୁ।


ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍‍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।


ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।


ଅପରାଧ ମୋʼ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ।


ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”


ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।


Swiv nou:

Piblisite


Piblisite