Biblia Todo Logo
Bib sou entènèt

- Piblisite -




ଏବ୍ରୀ 9:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏହି ସମସ୍ତ ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୁଚିକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏହିସମସ୍ତ ପୁଣି ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୌଚକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର।

Gade chapit la Kopi

ଓଡିଆ ବାଇବେଲ

10 ଏହି ସମସ୍ତ ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୁଚିକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 କାରଣ ସେ ସବୁ କେବଳ ଖାଦ୍ୟପେୟ ଏବଂ ଶୁଚିକରଣ ପାଇଁ ବାହିକ କ୍ରିୟା କର୍ମ ମାତ୍ର। ଈଶ୍ୱରଙ୍କର ନୂତନ ବିଧାନର ପ୍ରତିଷ୍ଠା ପର୍ଯ୍ୟନ୍ତ ଏ ସବୁର ଉପଯୋଗିତା ଥିଲା।

Gade chapit la Kopi

ପବିତ୍ର ବାଇବଲ

10 ସେଗୁଡ଼ିକ ଖାଦ୍ୟ, ପେୟ ଓ ବିଭିନ୍ନ ପ୍ରକାରର ଶୌଚକ୍ରିୟା କେବଳ ଶାରୀରିକ ବିଧିବିଧାନ ଅଟେ, ଏତଦ୍ଦ୍ୱାରା ହୃଦୟର ପରିବର୍ତ୍ତନ ହୁଏ ନାହିଁ। ପରମେଶ୍ୱରଙ୍କ ନୂତନ ଚୁକ୍ତିର ସମୟ ପର୍ଯ୍ୟନ୍ତ ପରମେଶ୍ୱର ସେହିସବୁ ନିୟମ ଲୋକମାନଙ୍କୁ ଦେଲେ।

Gade chapit la Kopi




ଏବ୍ରୀ 9:10
32 Referans Kwoze  

ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ;


ପୁଣି, ବିଧିବିଧାନଯୁକ୍ତ ଆଜ୍ଞାମୂଳକ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ୱରୂପେ ସୃଷ୍ଟି କରନ୍ତି,


ସେ ଶାରୀରିକ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି।


ସେତେବେଳେ ମୁଁ କହିଲି, “ଆହା, ପ୍ରଭୋ ସଦାପ୍ରଭୋ! ଦେଖ, ମୋର ପ୍ରାଣ ଅଶୁଚି ହୋଇ ନାହିଁ, ମୁଁ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସ୍ୱୟଂମୃତ କିଅବା ପଶୁ ଦ୍ୱାରା ବିଦୀର୍ଣ୍ଣ କିଛି ହିଁ ଭୋଜନ କରି ନାହିଁ; ଅଥବା ଘୃଣାଯୋଗ୍ୟ ମାଂସ ମୋʼ ମୁଖରେ ପ୍ରବେଶ କରି ନାହିଁ!”


ମାତ୍ର ସନ୍ଧ୍ୟା ଉପସ୍ଥିତ ହେଲେ, ସେ ଜଳରେ ସ୍ନାନ କରିବ ଓ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।


ତହିଁ ଉତ୍ତାରେ ସେ କୌଣସି ପବିତ୍ର ସ୍ଥାନରେ ଆପଣା ଶରୀର ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ; ପୁଣି, ଆପଣାର ହୋମବଳି ଓ ଲୋକମାନଙ୍କର ହୋମବଳି ଉତ୍ସର୍ଗ କରି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।


ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତ-ଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ;


ପ୍ରକୃତରେ ସେହି ପ୍ରଥମ ନିୟମର ମଧ୍ୟ ଉପାସନା ସମ୍ବନ୍ଧୀୟ ନାନା ବିଧିବିଧାନ ଓ ଗୋଟିଏ ପାର୍ଥିବ ପବିତ୍ର ସ୍ଥାନ ଥିଲା।


ଈଶ୍ବରଙ୍କ ଉତ୍ତମ ବାକ୍ୟ ଓ ଆଗାମୀ ଯୁଗର ଶକ୍ତି ଆସ୍ୱାଦନ କରିଅଛନ୍ତି,


କାରଣ ଯାହା ଭାବି ଜଗତର କଥା ଆମ୍ଭେମାନେ କହୁଅଛୁ, ତାହା ଈଶ୍ବର ଦୂତମାନଙ୍କ ଅଧୀନ କରି ନାହାନ୍ତି।


ତହିଁ ଉତ୍ତାରେ ହତ ଲୋକର ନିକଟସ୍ଥ ସେହି ନଗରର ସମସ୍ତ ପ୍ରାଚୀନବର୍ଗ ସେହି ତଳଭୂମିରେ ବେକଭଙ୍ଗା ଗାଭୀ ଉପରେ ଆପଣା ଆପଣା ହସ୍ତ ପ୍ରକ୍ଷାଳନ କରିବେ।


ସେ ପବିତ୍ର ଶୁଭ୍ର ପୋଷାକ ପିନ୍ଧିବ, ଦେହରେ ଶୁଭ୍ର ଜଙ୍ଘିଆ ପିନ୍ଧିବ, ଶୁଭ୍ର କଟିବନ୍ଧନୀରେ କଟି ବାନ୍ଧିବ ଓ ଶୁଭ୍ର ପଗଡ଼ିରେ ଭୂଷିତ ହେବ; ଏହିସବୁ ପବିତ୍ର ବସ୍ତ୍ର; ଏଥିପାଇଁ ସେ ଜଳରେ ଆପଣା ଶରୀର ଧୌତ କରି ତାହାସବୁ ପିନ୍ଧିବ।


ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣି ଜଳରେ ସ୍ନାନ କରାଇବ।


ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।


ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ।


ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ।


କିନ୍ତୁ ଏବେ ଈଶ୍ବରଙ୍କ ପରିଚୟ ପାଇଅଛ; ବରଂ ଈଶ୍ବରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ମୌଳିକ ବିଷୟଗୁଡ଼ିକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ?


ପୁଣି, ହାଟବଜାରରୁ ଆସି ନିଜେ ଧୋଇ ନ ହେବା ପର୍ଯ୍ୟନ୍ତ ଖାଆନ୍ତି ନାହିଁ; ଆଉ, ଗିନା, ଢାଳ ଓ ପିତଳ ପାତ୍ରଗୁଡ଼ିକ ପାଣିରେ ବୁଡ଼ାଇ ଧୋଇବା ଇତ୍ୟାଦି ଅନ୍ୟାନ୍ୟ ଅନେକ ରୀତିନୀତି ପାଳନ କରିବା ନିମନ୍ତେ ସେମାନେ ଆଦେଶପ୍ରାପ୍ତ କରିଅଛନ୍ତି।


ସେହି ସ୍ପର୍ଶକାରୀ ବ୍ୟକ୍ତି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ସେ ଜଳରେ ଆପଣା ଶରୀର ନ ଧୋଇଲେ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।


ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ।


ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।


କାରଣ ଯାଜକତ୍ୱ ଯଦି ପରିବର୍ତ୍ତିତ ହୁଏ, ତେବେ ମୋଶାଙ୍କ ବ୍ୟବସ୍ଥାର ମଧ୍ୟ ଅବଶ୍ୟ ପରିବର୍ତ୍ତନ ଘଟେ।


ପୁଣି ଯେଉଁ ବସ୍ତ୍ର କି ଟାଣୀ କି ପଡୀୟାଣ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟ ଧୌତ କରିବ, ତହିଁରୁ ଯଦି ସେହି ଦାଗ ଯାଏ, ତେବେ ଦ୍ୱିତୀୟ ଥର ତାହା ଧୁଆଯିବ; ତହିଁରେ ତାହା ଶୁଚି ହେବ।”


Swiv nou:

Piblisite


Piblisite