Biblia Todo Logo
Bib sou entènèt

- Piblisite -




ଏବ୍ରୀ 9:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ଯଦି ଛାଗ ଓ ବୃଷମାନଙ୍କ ରକ୍ତ ପୁଣି, ଅଶୁଚିମାନଙ୍କ ଉପରେ ସେଚିତ ଗାଭୀଭସ୍ମ ଶରୀରକୁ ପବିତ୍ର କରେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କାରଣ ଯଦି ଛାଗ ଓ ବୃଷମାନଙ୍କ ରକ୍ତ ପୁଣି ଅଶୁଚିମାନଙ୍କ ଉପରେ ସେଚିତ ଗାଭୀଭସ୍ମ ଶରୀରକୁ ପବିତ୍ର କରେ,

Gade chapit la Kopi

ଓଡିଆ ବାଇବେଲ

13 କାରଣ ଯଦି ଛାଗ ଓ ବୃଷମାନଙ୍କ ରକ୍ତ ପୁଣି, ଅଶୁଚିମାନଙ୍କ ଉପରେ ସେଚିତ ଗାଭୀଭସ୍ମ ଶରୀରକୁ ପବିତ୍ର କରେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଯେଉଁମାନେ କ୍ରିୟା କର୍ମ ପାଳନ ନ କରିବା ଦ୍ୱାରା ଅଶୁଚି, ସେମାନଙ୍କ ଉପରେ ଛାଗ କିମ୍ବା ବୃଷର ରକ୍ତ ଓ ଗୋ-ଭସ୍ମ ସେଚିତ ହେଲେ, ସେମାନଙ୍କର ଅଶୁଚିତା ଦୂର ହୋଇଥାଏ।

Gade chapit la Kopi

ପବିତ୍ର ବାଇବଲ

13 ଯେଉଁ ଲୋକମାନେ ଉପାସନାସ୍ଥଳରେ ପ୍ରବେଶ କରିବା ନିମନ୍ତେ ଆଉ ପବିତ୍ର ନୁହନ୍ତି ସେମାନଙ୍କ ଉପରେ ଛେଳି, ବଳଦର ରକ୍ତ ଓ ଗାଈର ପାଉଁଶ ଛିଞ୍ଚା ଯାଉଥିଲା। ସେହି ରକ୍ତ ଓ ପାଉଁଶ ସେ ଲୋକମାନଙ୍କ ଶରୀରକୁ ପୁନର୍ବାର ପବିତ୍ର କରୁଥିଲା।

Gade chapit la Kopi




ଏବ୍ରୀ 9:13
12 Referans Kwoze  

ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ଦଳଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି।


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;


ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।


“ଯେକେହି ପରମେଶ୍ୱରଙ୍କର, ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଅନ୍ତଃକରଣ ନିବିଷ୍ଟ କରେ, ସେ ଧର୍ମଧାମର ଶୌଚବିଧି ଅନୁସାରେ ଶୁଚି ନୋହିଲେ ହେଁ ମଙ୍ଗଳମୟ ସଦାପ୍ରଭୁ ତାହାକୁ କ୍ଷମା କରନ୍ତୁ।”


ତୁମ୍ଭେ ସେମାନଙ୍କୁ ଶୁଚି କରିବା ନିମନ୍ତେ ଏହିରୂପ କରିବ; ସେମାନଙ୍କ ଉପରେ ପବିତ୍ରୀକରଣ ଜଳ ପ୍ରକ୍ଷେପ କର ଓ ସେମାନେ ଆପଣା ଆପଣାର ସମସ୍ତ ଶରୀରରେ କ୍ଷୁର ଚଳାନ୍ତୁ ଓ ସେମାନେ ଆପଣା ଆପଣା ବସ୍ତ୍ର ଧୋଇ ଆପଣା ଆପଣାକୁ ଶୁଚି କରନ୍ତୁ।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।


କାରଣ ମୋଶା ଲୋକମାନଙ୍କ ନିକଟରେ ବ୍ୟବସ୍ଥାନୁଯାୟୀ ସମସ୍ତ ଆଜ୍ଞା ପ୍ରକାଶ କଲା ଉତ୍ତାରେ ଜଳ, ଲୋହିତବର୍ଣ୍ଣ ମେଷଲୋମ ଓ ଏଜୋବ ସହିତ ଗୋବତ୍ସ ଓ ଛାଗର ରକ୍ତ ଘେନି ନିୟମପୁସ୍ତକ ଓ ସମସ୍ତ ଲୋକଙ୍କ ଉପରେ ସେଚନ କରି କହିଲେ,


କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ।


ତେବେ ଭାବି ଦେଖ, ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ଅପବିତ୍ର ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ!


ଯାଜକ ଶୁଚି ହେଲା ଉତ୍ତାରେ ତାହା ପାଇଁ ସାତ ଦିନ ଗଣିତ ହେବ।


Swiv nou:

Piblisite


Piblisite