Biblia Todo Logo
Bib sou entènèt

- Piblisite -




ଏବ୍ରୀ 9:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଅତଏବ, ସ୍ୱର୍ଗସ୍ଥ ବିଷୟଗୁଡ଼ିକର ଦୃଷ୍ଟାନ୍ତ ସମସ୍ତ ଏହିସବୁ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ ଥିଲା, କିନ୍ତୁ ସ୍ୱର୍ଗୀୟ ବିଷୟଗୁଡ଼ିକ ତ ଏହି ସବୁଠାରୁ ଶ୍ରେଷ୍ଠତର ବଳିଦାନ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଅତଏବ, ସ୍ଵର୍ଗସ୍ଥ ବିଷୟଗୁଡ଼ିକର ଦୃଷ୍ଟାନ୍ତ ସମସ୍ତ ଏହିସବୁ ଦ୍ଵାରା ଶୁଚିକୃତ ହେବାର ଆବଶ୍ୟକ ଥିଲା, କିନ୍ତୁ ସ୍ଵର୍ଗୀୟ ବିଷୟଗୁଡ଼ିକ ତ ଏହିସବୁଠାରୁ ଶ୍ରେଷ୍ଠତର ବଳିଦାନ ଦ୍ଵାରା ଶୁଚିକୃତ ହେବାର ଆବଶ୍ୟକ।

Gade chapit la Kopi

ଓଡିଆ ବାଇବେଲ

23 ଅତଏବ, ସ୍ୱର୍ଗସ୍ଥ ବିଷୟଗୁଡ଼ିକର ଦୃଷ୍ଟାନ୍ତ ସମସ୍ତ ଏହି ସବୁ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ ଥିଲା, କିନ୍ତୁ ସ୍ୱର୍ଗୀୟ ବିଷୟଗୁଡ଼ିକ ତ ଏହି ସବୁଠାରୁ ଶ୍ରେଷ୍ଠତର ବଳିଦାନ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଯେଉଁ ବଷୟଗୁଡ଼ିକ ସ୍ୱର୍ଗୀୟ ମୂଳ ବିଷୟରେ ଅନୁରୂପ ମାତ୍ର, ସେହି ସବୁ ରକ୍ତ ଦ୍ୱାରା ପବିତ୍ରୀକୃତ ହେବାର ପ୍ରୟୋଜନ ଥିଲା, କିନ୍ତୁ ସ୍ୱର୍ଗୀୟ ବିଷୟଗୁଡ଼ିକ ନିମନ୍ତେ ମହତ୍ତର ବଳିଦାନ ଆବଶ୍ୟକ।

Gade chapit la Kopi

ପବିତ୍ର ବାଇବଲ

23 ସ୍ୱର୍ଗସ୍ଥ ବିଷୟ ଗୁଡ଼ିକର ପ୍ରତିକୃତିଗୁଡ଼ିକ ପଶୁବଳି ଦ୍ୱାରା ଶୁଦ୍ଧ କରାଯାଏ। କିନ୍ତୁ ସ୍ୱର୍ଗସ୍ଥ ବିଷୟରେ ଶୁଦ୍ଧତା ପାଇଁ ଅପେକ୍ଷାକୃତ ଭଲ ବଳି ଦରକାର।

Gade chapit la Kopi




ଏବ୍ରୀ 9:23
14 Referans Kwoze  

କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ।


ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!


କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ବରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି।


ସେମାନେ ଯାହାର ସେବା କରନ୍ତି, ତାହା ସ୍ୱର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ବୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶପ୍ରାପ୍ତ ହୋଇଥିଲେ; କାରଣ ଈଶ୍ବର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କର।


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


ସେହିସବୁ ଆଗାମୀ ବିଷୟର ଛାୟାମାତ୍ର, କିନ୍ତୁ ବାସ୍ତବ ବିଷୟ ଖ୍ରୀଷ୍ଟ।


ଆଉ ସେମାନଙ୍କୁ କହିଲେ, “ଏହି ପ୍ରକାରେ ଲେଖାଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ,


ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?”


ଅତଏବ, ମୋଶାଙ୍କ ବ୍ୟବସ୍ଥା ଆଗାମୀ ଉତ୍ତମ ବିଷୟର ଛାୟା ସ୍ୱରୂପ ହୋଇ ସେହିସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସେହି ଏକ-ପ୍ରକାର ବଳି ଉତ୍ସର୍ଗ କରିବା ଦ୍ୱାରା ଉପାସକମାନଙ୍କୁ କଦାପି ସିଦ୍ଧ କରିପାରେ ନାହିଁ।


ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।


ଅତଏବ ଆପଣମାନେ ଅଧିକ ସୂକ୍ଷ୍ମ ରୂପେ ତାହାର ବିଚାର କରିବାକୁ ଇଚ୍ଛା କରୁଅଛନ୍ତି ବୋଲି ଛଳନା କରି ତାହାକୁ ଆପଣମାନଙ୍କ ନିକଟକୁ ଆଣିବା ନିମନ୍ତେ ଏବେ ମହାସଭା ସହିତ ସହସ୍ର-ସେନାପତିଙ୍କୁ ନିବେଦନ କରନ୍ତୁ। ସେ ଆପଣମାନଙ୍କ ନିକଟକୁ ଆସିବା ପୂର୍ବେ ଆମ୍ଭେମାନେ ତାହାକୁ ବଧ କରିବାକୁ ପ୍ରସ୍ତୁତ ଅଛୁ।


Swiv nou:

Piblisite


Piblisite