Biblia Todo Logo
Bib sou entènèt

- Piblisite -




ଏବ୍ରୀ 9:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କିନ୍ତୁ ଦ୍ୱିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କିନ୍ତୁ ଦ୍ଵିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 କିନ୍ତୁ ଦ୍ୱିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 କିନ୍ତୁ ଦ୍ୱିତୀୟ ପ୍ରକୋଷ୍ଠ ଭିତରକୁ କେବଳ ମହାଯାଜକଙ୍କ ଯିବାର ଅଧିକାର ଅଛି, ସେ ସେଠାକୁ ବର୍ଷକୁ ଥରେ ମାତ୍ର ଯାଆନ୍ତି। ସେ ନିଜ ପାଇଁ ଏବଂ ଲୋକମାନେ ଅଜ୍ଞାନତାବଶତଃ କରିଥିବା ପାପ ପାଇଁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବାକୁ ସଙ୍ଗରେ ରକ୍ତ ନେଇ ଯାଇ ଥାଆନ୍ତି।

Gade chapit la Kopi

ପବିତ୍ର ବାଇବଲ

7 କିନ୍ତୁ ଦ୍ୱିତୀୟ ବଖରା ଭିତରକୁ କେବଳ ବର୍ଷରେ ଥରେ ମହାଯାଜକ ଯାଇ ପାରୁଥିଲେ। ମହାଯାଜକ ଉତ୍ସର୍ଗ କରିବାର ରକ୍ତ ନ ନେଇ କଦାପି ସେଠାରେ ପ୍ରବେଶ କରନ୍ତି ନାହିଁ। ଯାଜକ ନିଜର ଲୋକମାନଙ୍କ ଆଜ୍ଞାନକୃତ ପାପ ନିମନ୍ତେ ସେହି ରକ୍ତ ପରମେଶ୍ୱରଙ୍କୁ ଅର୍ପଣ କରୁଥିଲେ।

Gade chapit la Kopi




ଏବ୍ରୀ 9:7
23 Referans Kwoze  

ପୁଣି, ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ୍ତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।” ତହୁଁ ହାରୋଣ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।


ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭୁଲବଶତଃ ପାପ କଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି।


ପୁଣି, ହାରୋଣ ବର୍ଷ ମଧ୍ୟରେ ଥରେ ତହିଁର ଶୃଙ୍ଗ ଉପରେ ପ୍ରାୟଶ୍ଚିତ୍ତ କରିବ; ସେ ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ରକ୍ତ ଦ୍ୱାରା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ବର୍ଷକେ ଥରେ ତହିଁ ଉପରେ ପ୍ରାୟଶ୍ଚିତ୍ତ କରିବ। ଏହି ବେଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାପବିତ୍ର ଅଟେ।”


ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।


ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍‍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।


କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି।


ମୋʼ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋʼ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି। ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି।


କିନ୍ତୁ ସେହିସବୁ ବଳିରେ ବର୍ଷକୁ ବର୍ଷ ପାପ ସ୍ମରଣ କରାଯାଏ;


ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;


ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍‍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟକର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।”


ଆମ୍ଭେ ଚାଳିଶ ବର୍ଷ ଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, “ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;”


ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।


ମାତ୍ର ମନଃଶି ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କୁ ବିପଥଗାମୀ କରାଇଲେ, ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ କ୍ରିୟା ଅପେକ୍ଷା ସେମାନେ ଅଧିକ କୁକ୍ରିୟା କଲେ।


ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ପରମେଶ୍ୱର ତାହାର ଭ୍ରମ ସକାଶୁ ତାହାକୁ ଆଘାତ କରନ୍ତେ, ସେ ସେହିଠାରେ ପରମେଶ୍ୱରଙ୍କ ସିନ୍ଦୁକ ପାଖରେ ମଲା।


ଆଉ ଯାଜକ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍‍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି।


ସେମାନେ ଆପଣାମାନଙ୍କଠାରେ ଥିବା ମୂର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ବରଙ୍କ ଜୀବନରୁ ବିଚ୍ଛିନ୍ନ ହୋଇଅଛନ୍ତି;


ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି,


ପୁଣି, ଦ୍ୱିତୀୟ ଯବନିକାର ପଶ୍ଚାତରେ ତମ୍ବୁର ଯେଉଁ ଭାଗ ଥିଲା, ତାହାକୁ ମହାପବିତ୍ର ସ୍ଥାନ ବୋଲି କହନ୍ତି;


Swiv nou:

Piblisite


Piblisite