Biblia Todo Logo
Bib sou entènèt

- Piblisite -




ହୋଶେୟ 10:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଇସ୍ରାଏଲ ବର୍ଦ୍ଧିଷ୍ଣୁ ଦ୍ରାକ୍ଷାଲତା, ସେ ଆପଣା ଫଳ ଉତ୍ପନ୍ନ କରେ; ସେ ଆପଣା ଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

1 ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

1 ଇସ୍ରାଏଲ ଦ୍ରାକ୍ଷାଲତା ସଦୃଶ ପ୍ରଚୁର ଫଳ ଧାରଣ କରେ। କିନ୍ତୁ ଯେତେବେଳେ ଇସ୍ରାଏଲ ଅଧିକ ଜିନିଷ ଲାଭକଲେ ସେତେବେଳେ ସେ ଭଣ୍ତ ଦେବତାଙ୍କ ପୂଜା ପାଇଁ ଅଧିକ ଯଜ୍ଞବେଦି ନିର୍ମାଣ କଲେ। ତାଙ୍କର ରାଜ୍ୟ ଅଧିକ ଭଲ ହେଲା। ତେଣୁ ସେ ଭଣ୍ତ ଦେବତାଙ୍କ ପୂଜାଲାଗି ଅତିସୁନ୍ଦର ପଥରମାନ ସ୍ଥାପନ କଲେ।

Gade chapit la Kopi




ହୋଶେୟ 10:1
24 Referans Kwoze  

କାରଣ ଇଫ୍ରୟିମ ପାପ ଚେଷ୍ଟାରେ ଅନେକ ଯଜ୍ଞବେଦି କରିଅଛି, ଯଜ୍ଞବେଦିସବୁ ତାହା ପକ୍ଷରେ ପାପର କାରଣ ହୋଇଅଛି।


ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର; ଗିଲ୍‍ଗଲ୍‍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।


ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି।


ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି।


“ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଦେବମୂର୍ତ୍ତି ନିର୍ମାଣ କରିବ ନାହିଁ, କିଅବା ଆପଣାମାନଙ୍କ ନିମନ୍ତେ ଖୋଦିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ ଓ ତାହା ନିକଟରେ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶରେ କୌଣସି ଖୋଦିତ ପ୍ରସ୍ତର ରଖିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


କାରଣ ସେମାନେ ମଧ୍ୟ ପ୍ରତ୍ୟେକ ଉଚ୍ଚ ପର୍ବତରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ମୂଳେ ଆପଣାମାନଙ୍କ ପାଇଁ ଉଚ୍ଚସ୍ଥଳୀ, ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ନିର୍ମାଣ କଲେ;


ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।


କାରଣ ସଦାପ୍ରଭୁ ଇସ୍ରାଏଲର ଗୌରବ ସଦୃଶ୍ୟ ଯାକୁବର ଗୌରବ ପୁନର୍ବାର ଆଣୁଅଛନ୍ତି; ଯେହେତୁ ଶତ୍ରୁମାନେ ସେମାନଙ୍କୁ ଧ୍ୱଂସ କରିଅଛନ୍ତି; ଓ ସେମାନଙ୍କର ଦ୍ରାକ୍ଷାଲତାସବୁ ନଷ୍ଟ କରିଅଛନ୍ତି।


ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରିଅଛନ୍ତି।


ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍‍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।


ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।”


ସେମାନେ ରାଜାଗଣକୁ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ସେମାନେ ଅଧିପତିଗଣ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭେ ତାହା ଜାଣିଲୁ ନାହିଁ। ସେମାନେ ଯେପରି ଉଚ୍ଛିନ୍ନ ହେବେ, ଏଥିପାଇଁ ଆପଣା ନିମନ୍ତେ ରୂପା ଓ ସୁନାରେ ସେମାନେ ପ୍ରତିମାଗଣ ନିର୍ମାଣ କରିଅଛନ୍ତି।


ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।


କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;


ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।


ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ।


କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍‍, ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ।


ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ ବଂଶର ଓ ଯିହୁଦା ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।”


ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।


Swiv nou:

Piblisite


Piblisite