Biblia Todo Logo
Bib sou entènèt

- Piblisite -




ହୋଶେୟ 10:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ ଓ ଯୁଦ୍ଧ ଦିନରେ ଯେପରି ଶଲମନ ବେଥ୍-ଅରବେଲକୁ ବିନାଶ କରିଥିଲା, ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ; ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ ଓ ଯୁଦ୍ଧ ଦିନରେ ଯେପରି ଶଲମନ୍ ବୈଥ୍-ଅରବେଲକୁ ବିନାଶ କରିଥିଲା, ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ; ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ତ ଖଣ୍ତ ହୋଇଥିଲା।

Gade chapit la Kopi

ଓଡିଆ ବାଇବେଲ

14 ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ ଓ ଯୁଦ୍ଧ ଦିନରେ ଯେପରି ଶଲମନ ବେଥ୍-ଅରବେଲକୁ ବିନାଶ କରିଥିଲା, ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ; ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ

14 ତେଣୁ ତୁମ୍ଭମାନଙ୍କର ସୈନ୍ୟବାହିନୀ ଯୁଦ୍ଧର ଶବ୍ଦ ଶୁଣିବେ ଏବଂ ତୁମ୍ଭମାନଙ୍କର ସମସ୍ତ ଦୁର୍ଗ ଧ୍ୱଂସ ପାଇବ। ଶଲମନ ବୈଥ୍-ଅରବେଲକୁ ଧ୍ୱଂସ କଲାପରି ଏହା ଘଟିବ। ଯୁଦ୍ଧ ସମୟରେ ମାମାନଙ୍କୁ ସେମାନଙ୍କର ପିଲାମାନଙ୍କ ସହିତ ହତ୍ୟା କରାଗଲା।

Gade chapit la Kopi




ହୋଶେୟ 10:14
21 Referans Kwoze  

ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।


ପୁଣି, ସେ ରାଜାଗଣକୁ ଉପହାସ କରେ ଓ ଅଧିପତିଗଣ ତାହାର ବିଦ୍ରୂପର ପାତ୍ର; ସେ ପ୍ରତ୍ୟେକ ଦୃଢ଼ ଦୁର୍ଗକୁ ତୁଚ୍ଛଜ୍ଞାନ କରେ; କାରଣ ସେ ଧୂଳି ଗଦା କରି ତାହା ହସ୍ତଗତ କରେ।


ତୁମ୍ଭର ଦୁର୍ଗସବୁ ଆଦ୍ୟପକ୍ୱ ଫଳବିଶିଷ୍ଟ ଡିମ୍ବିରି ବୃକ୍ଷମାନର ତୁଲ୍ୟ ହେବେ; ସେହି ସବୁ ହଲା ଗଲେ ଫଳ ଭକ୍ଷକର ମୁଖରେ ପଡ଼ିବ।


ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ୱ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ଡରେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ଆଉ ତାହାର ବଡ଼ ଲୋକ ସମସ୍ତେ ଶିକୁଳିରେ ବନ୍ଧା ହେଲେ।


କାରଣ ଯେ ପୃଥିବୀକୁ ସ୍ପର୍ଶ କରନ୍ତେ, ତାହା ତରଳି ଯାଏ, ଆଉ ତନ୍ନିବାସୀ ସମସ୍ତେ ଶୋକ କରନ୍ତି; ସେ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଅଟନ୍ତି; ପୁଣି, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ପରି ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ପୁନର୍ବାର ହ୍ରାସ ହେବ।


ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍‍ବାକ୍ୟ ପ୍ରଚାର ନ କରିବ?”


କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।


ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍‍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତକାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ?


ଆହୁରି, ଇଫ୍ରୟିମରୁ ଦୁର୍ଗ ଓ ଦମ୍ମେଶକରୁ ରାଜ୍ୟ ଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହେବ; ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେହି ସବୁ ଇସ୍ରାଏଲ-ସନ୍ତାନଗଣର ଗୌରବ ତୁଲ୍ୟ ହେବ।


ନାନା ଗୋଷ୍ଠୀୟମାନଙ୍କ ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜାଙ୍କ ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି?


ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍‍, ଦୁଇ ଗୋବତ୍ସ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍‍ର ସେବା କଲେ।


ବିନୟ କରୁଅଛି, ମୋʼ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ।


ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’”


ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍‍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ।


ତୁମ୍ଭର ମହା ଦୁଷ୍ଟତା ସକାଶୁ ବେଥେଲ୍‍ ତୁମ୍ଭ ପ୍ରତି ସେହି ପ୍ରକାର କରିବ; ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ।


କାରଣ ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ତାହାର ସମସ୍ତ ଅପରାଧର ପ୍ରତିଫଳ ଦେବା, ସେହି ଦିନ ଆମ୍ଭେ ବେଥେଲ୍‍ସ୍ଥ ଯଜ୍ଞବେଦିସକଳକୁ ହିଁ ପ୍ରତିଫଳ ଦେବା, ତହିଁରେ ଯଜ୍ଞବେଦିର ଶୃଙ୍ଗସକଳ କଟାଯାଇ ଭୂମିରେ ପଡ଼ିବ।


ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;


Swiv nou:

Piblisite


Piblisite