ହୋଶେୟ 11:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍ଗମନ କରିବେ, ସେ ସିଂହ ତୁଲ୍ୟ ଗର୍ଜନ କରିବେ, ଆଉ ସେ ଗର୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ। Gade chapit laଓଡିଆ ବାଇବେଲ10 ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ। Gade chapit laପବିତ୍ର ବାଇବଲ10 ଆମ୍ଭେ ଗୋଟିଏ ସିଂହ ସଦୃଶ ଗର୍ଜନ କରିବା। ଆମ୍ଭର ପିଲାମାନେ ଆସିବେ ଓ ଆମ୍ଭଙ୍କୁ ଅନୁସରଣ କରିବେ। ଏହି ପିଲାମାନେ ଭୟରେ ଥରିଥରି ପଶ୍ଚିମରୁ ଆସିବେ। Gade chapit la |
କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକାଗଲେ ହେଁ ସେ ସେମାନଙ୍କ ରବରେ ଉଦ୍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।