Biblia Todo Logo
Bib sou entènèt

- Piblisite -




ହୋଶେୟ 12:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର; ଗିଲ୍‍ଗଲ୍‍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଗିଲୀୟଦ୍ କି ଅଧର୍ମମୟ? ସେମାନେ ସର୍ବତୋ-ଭାବେ ଅସାର; ଗିଲ୍ଗଲ୍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।

Gade chapit la Kopi

ଓଡିଆ ବାଇବେଲ

11 ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃ ଭାବେ ଅସାର; ଗିଲ୍‍ଗଲ୍‍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।

Gade chapit la Kopi

ପବିତ୍ର ବାଇବଲ

11 ଯେହେତୁ ଗିଲିୟଦରେ ସେମାନେ ବହୁତ ଦୁଷ୍ଟ, ସେମାନେ କିଛି ହୋଇ ପାରିବେ ନାହିଁ। କାରଣ ଗି‌‌ଲ୍‌‌‌‌ଗ‌‌ଲ୍‌‌‌‌ରେ ସେମାନେ ଷଣ୍ଢକୁ ବଳିଦାନ ଦିଅନ୍ତି। ଖୋଲା ପଡ଼ିଆରେ ପଥର ଗଦା ପରି ସେମାନଙ୍କର ଯଜ୍ଞବେଦିଗୁଡ଼ିକ ହେବ।

Gade chapit la Kopi




ହୋଶେୟ 12:11
18 Referans Kwoze  

କାରଣ ଇଫ୍ରୟିମ ପାପ ଚେଷ୍ଟାରେ ଅନେକ ଯଜ୍ଞବେଦି କରିଅଛି, ଯଜ୍ଞବେଦିସବୁ ତାହା ପକ୍ଷରେ ପାପର କାରଣ ହୋଇଅଛି।


ଗିଲୀୟଦ ଅଧର୍ମାଚାରୀମାନଙ୍କ ନଗର, ତାହା ରକ୍ତରେ ଦାଗଯୁକ୍ତ ହୋଇଅଛି।


ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍‍ଗଲ୍‍ରେ ଉପସ୍ଥିତ ହୁଅ ନାହିଁ, କିଅବା ବେଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।


ସେମାନଙ୍କର ଦୁଷ୍ଟତାସକଳ ଗିଲ୍‍ଗଲ୍‍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।


ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।


ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।


ମାତ୍ର ବେଥେଲ୍‍ର ଅନ୍ଵେଷଣ କର ନାହିଁ, କିଅବା ଗିଲ୍‍ଗଲ୍‍ରେ ପ୍ରବେଶ କର ନାହିଁ ଓ ବେର୍‍ଶେବାକୁ ଯାଅ ନାହିଁ; କାରଣ ଗିଲ୍‍ଗଲ୍‍ ନିଶ୍ଚୟ ନିର୍ବାସିତ ହେବ ଓ ବେଥେଲ୍‍ ବିନଷ୍ଟ ହେବ।


“ତୁମ୍ଭେମାନେ ବେଥେଲ୍‍କୁ ଯାଇ ଅପରାଧ କର; ଗିଲ୍‍ଗଲ୍‍କୁ ଯାଇ ଅପରାଧ ବୃଦ୍ଧି କର; ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର;


ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ।


ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।


ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି।


ପୂର୍ବକାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ‘ଆମ୍ଭେ ଦାସ୍ୟକର୍ମ କରିବା ନାହିଁ;’ କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ।


ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍‍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ।”


ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ।


ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍‍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।


ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍‍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍ଥାପନ କର ଓ ଏକ ଦୃଷ୍ଟାନ୍ତ କଥା କୁହ;


Swiv nou:

Piblisite


Piblisite