Biblia Todo Logo
Bib sou entènèt

- Piblisite -




ହୋଶେୟ 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍‍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ଵନ କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍‍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

2 ବର୍ତ୍ତମାନ ଇସ୍ରାଏଲ ଲୋକମାନେ ଅଧିକରୁ ଅଧିକ ପାପ କଲେ। ସେମାନେ ନିଜ ନିଜ ପାଇଁ ପ୍ରତିମା ତିଆରି କରନ୍ତି। କାରିଗରମାନେ ସୁନ୍ଦର ମୂର୍ତ୍ତି ରୂପାରେ ତିଆରି କରନ୍ତି ଏବଂ ସେହି ଲୋକମାନେ ସେହି ପ୍ରତିମାମାନଙ୍କ ସହିତ କଥା ହୁଅନ୍ତି। ସେମାନେ ସେ ମୂର୍ତ୍ତିମାନଙ୍କୁ ବଳିଦାନ ଦିଅନ୍ତି। ସେହି ସୁବର୍ଣ୍ଣ ନିର୍ମିତ ବାଛୁରିଗୁଡ଼ିକୁ ଚୁମ୍ବନ କରନ୍ତି।

Gade chapit la Kopi




ହୋଶେୟ 13:2
33 Referans Kwoze  

ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।


ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।


ତଥାପି ଆମ୍ଭେ ଇସ୍ରାଏଲ ମଧ୍ୟରେ ଆପଣା ପାଇଁ ସାତ ସହସ୍ର ଲୋକ ଅବଶିଷ୍ଟ ରଖିବା, ଯେଉଁମାନଙ୍କର ଆଣ୍ଠୁ ବାଲ୍‍ ସମ୍ମୁଖରେ ନତ ହୋଇ ନାହିଁ ଓ ଯେଉଁମାନଙ୍କର ମୁଖ ତାହାକୁ ଚୁମ୍ବନ କରି ନାହିଁ।”


ସେମାନେ ରୂପା ଓ ସୁନାରେ ତାହା ମଣ୍ଡନ କରନ୍ତି; ପୁଣି, ତାହା ଯେପରି ଟଳଟଳ ହେବ ନାହିଁ, ଏଥିପାଇଁ ହାତୁଡ଼ି ଦ୍ୱାରା କଣ୍ଟା ମାରି ତାହା ଦୃଢ଼ କରନ୍ତି।


କିନ୍ତୁ ତାହାଙ୍କୁ ଈଶ୍ବର କଅଣ ଉତ୍ତର ଦିଅନ୍ତି? “ଯେଉଁମାନେ ଅନ୍ୟ ବାଆଲ୍ ଦେବତା ସମ୍ମୁଖରେ ଆଣ୍ଠୁ ପକାଇ ନାହାନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ।”


କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।


କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;


ପୁଣି, ସେମାନଙ୍କର ନିଜ ମନ୍ତ୍ରଣା ସକାଶୁ ସେମାନଙ୍କ ନଗରସକଳର ଉପରେ ଖଡ୍ଗ ପଡ଼ିବ, ତାହାର ଅର୍ଗଳ ସକଳକୁ ସଂହାର କରିବ ଓ ସେମାନଙ୍କୁ ଗ୍ରାସ କରିବ।


ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।


କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକାର ଏହା ନିର୍ମାଣ କରିଅଛି, ତାହା ପରମେଶ୍ୱର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ।


ସେମାନେ ରାଜାଗଣକୁ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ସେମାନେ ଅଧିପତିଗଣ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭେ ତାହା ଜାଣିଲୁ ନାହିଁ। ସେମାନେ ଯେପରି ଉଚ୍ଛିନ୍ନ ହେବେ, ଏଥିପାଇଁ ଆପଣା ନିମନ୍ତେ ରୂପା ଓ ସୁନାରେ ସେମାନେ ପ୍ରତିମାଗଣ ନିର୍ମାଣ କରିଅଛନ୍ତି।


ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ୱ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର।


ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।


ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ ମନ୍ତ୍ରଣା କରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର!


ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।


ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେସମସ୍ତେ ଧନ୍ୟ।


ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍‍ ଅଧିକ ଅଧିକ ଅପରାଧ କଲେ।


“ତୁମ୍ଭେମାନେ ବନ୍ଦୀମାନଙ୍କୁ ଏହି ସ୍ଥାନକୁ ଆଣିବ ନାହିଁ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆମ୍ଭମାନଙ୍କୁ ଆହୁରି ଅପରାଧଗ୍ରସ୍ତ କରିବା ପାଇଁ ଆମ୍ଭମାନଙ୍କର ପାପ ଓ ଅପରାଧସକଳର ବୃଦ୍ଧି କରିବାକୁ ମନସ୍ଥ କରୁଅଛ; ଆମ୍ଭମାନଙ୍କର ଭାରୀ ଅପରାଧ ହୋଇଅଛି ଓ ଇସ୍ରାଏଲ ଉପରେ ପ୍ରଚଣ୍ଡ କ୍ରୋଧ ରହିଅଛି।”


ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି?


ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ।


ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।


ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ିଦିଅ।


ହେ ଶମରୀୟା, ସେ ତୁମ୍ଭର ଗୋବତ୍ସ ପ୍ରତିମାକୁ ଅଗ୍ରାହ୍ୟ କରିଅଛନ୍ତି। ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି! ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ?


ଶମରୀୟା ନିବାସୀଗଣ ବେଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ; କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ, ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି।


ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ‘ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ’ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ।”


ଦେଖ, ତାହାର ସହାୟ ସମସ୍ତେ ଲଜ୍ଜିତ ହେବେ; ପୁଣି, ଶିଳ୍ପକାରୀମାନେ ମନୁଷ୍ୟ ମାତ୍ର; ସେସମସ୍ତେ ଏକତ୍ର ହେଉନ୍ତୁ, ସେମାନେ ଛିଡ଼ା ହେଉନ୍ତୁ; ସେମାନେ କମ୍ପିତ ହେବେ, ସେମାନେ ଏକାବେଳେ ଲଜ୍ଜିତ ହେବେ।


ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ।


ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍‍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।


Swiv nou:

Piblisite


Piblisite