Biblia Todo Logo
Bib sou entènèt

- Piblisite -




ହୋଶେୟ 14:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଇଫ୍ରୟିମ କହିବ, “ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ?” ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ? ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।

Gade chapit la Kopi

ଓଡିଆ ବାଇବେଲ

8 ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ ? ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।

Gade chapit la Kopi

ପବିତ୍ର ବାଇବଲ

8 “ଇଫ୍ରୟିମ କହିବ, ପ୍ରତିମାଗୁଡ଼ିକରେ ମୋର କିଛି କରିବାର ନାହିଁ। ଆମ୍ଭେ ଉତ୍ତର ଦେବା, ଆମ୍ଭେ ସେହି ପ୍ରଭୁ ତୁମ୍ଭର ପ୍ରାର୍ଥନା ଶୁଣୁ ଓ ତୁମ୍ଭମାନଙ୍କ ଉପରେ ଦୃଷ୍ଟି ରଖୁ। ଆମ୍ଭେ ଗୋଟିଏ ଦେବଦାରୁ ଗଛପରି ଚିର ସବୁଜ। ତୁମ୍ଭର ଫଳ ଆମ୍ଭଠାରୁ ଆସେ।”

Gade chapit la Kopi




ହୋଶେୟ 14:8
23 Referans Kwoze  

ଯାହା ମୁଁ ଜାଣୁ ନାହିଁ, ତାହା ତୁମ୍ଭେ ମୋତେ ଶିଖାଅ; ଯଦି ମୁଁ ଅପରାଧ କରିଅଛି, ତେବେ ଆଉ ତାହା କରିବି ନାହିଁ?’


ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।


ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା। କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ।


କଣ୍ଟକ ବୃକ୍ଷ ବଦଳରେ ଦେବଦାରୁ ଓ କାନକୋଳି କଣ୍ଟା ବଦଳରେ ମେହେନ୍ଦି ବୃକ୍ଷ ଉତ୍ପନ୍ନ ହେବ; ପୁଣି, ତାହା ସଦାପ୍ରଭୁଙ୍କର କୀର୍ତ୍ତି ସ୍ୱରୂପ ଓ ଅକ୍ଷୟ ନିତ୍ୟସ୍ଥାୟୀ ଚିହ୍ନସ୍ୱରୂପ ହେବ।”


ଆମ୍ଭେ ପ୍ରାନ୍ତରରେ ଏରସ, ଶିଟୀମ୍‍ ଓ ମେହେନ୍ଦି ଓ ତୈଳବୃକ୍ଷ ରୋପଣ କରିବା; ଆମ୍ଭେ ମରୁଭୂମିରେ ଦେବଦାରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ଲଗାଇବା;


ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କଅଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ବରଙ୍କର ସେବା କରିବା ନିମନ୍ତେ,


କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ବର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି।


(କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ୱରୂପ),


ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହପ୍ରାପ୍ତ ହୋଇଅଛୁ।


ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା।


ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ‘ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।


ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।


ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।


ଇସ୍ରାଏଲର ଉଚ୍ଚତମ ପର୍ବତରେ ଆମ୍ଭେ ତାହା ରୋପଣ କରିବା, ତହିଁରେ ତାହା ଶାଖାବିଶିଷ୍ଟ ଓ ଫଳବାନ ହୋଇ ଉତ୍ତମ ଏରସ ବୃକ୍ଷ ହେବ; ତହିଁର ତଳେ ସର୍ବଜାତୀୟ ପକ୍ଷୀ ବାସ କରିବେ; ସେମାନେ ତହିଁର ଶାଖାମାନର ଛାୟାରେ ବାସ କରିବେ।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।


Swiv nou:

Piblisite


Piblisite