Biblia Todo Logo
Bib sou entènèt

- Piblisite -




ହୋଶେୟ 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣଙ୍କୁ ଅମ୍ମି ଓ ଆପଣାମାନଙ୍କର ଭଗିନୀଗଣଙ୍କୁ ରୁହାମା ବୋଲି କୁହ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣକୁ ଅମ୍ମି (ଆମ୍ଭର ଲୋକ) ଓ ଆପଣାମାନଙ୍କର ଭଗ୍ନୀଗଣକୁ ରୁହାମା (ଦୟାପାତ୍ରୀ) କୁହ।

Gade chapit la Kopi

ଓଡିଆ ବାଇବେଲ

1 ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣଙ୍କୁ “ଅମ୍ମି” ଓ ଆପଣାମାନଙ୍କର ଭଗିନୀଗଣଙ୍କୁ “ରୁହାମା” ବୋଲି କୁହ।

Gade chapit la Kopi

ପବିତ୍ର ବାଇବଲ

1 “ତା'ପରେ ତୁମ୍ଭେ ତୁମ୍ଭର ଭାଇମାନଙ୍କୁ କହିବ, ‘ତୁମ୍ଭେମାନେ ଆମ୍ଭର ଲୋକ।’ ତୁମ୍ଭେ ତୁମ୍ଭର ଭଉଣୀମାନଙ୍କୁ କହିବ, ‘ସେ ତୁମ୍ଭମାନଙ୍କୁ ଦୟା ଦେଖାଇଛନ୍ତି।’”

Gade chapit la Kopi




ହୋଶେୟ 2:1
17 Referans Kwoze  

ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ବରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ।


ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ତୁମ୍ଭେ ଆମ୍ଭର ଲୋକ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”


ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;


ଅତଏବ, ଆମ୍ଭେମାନେ ଦୟା ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


ଆମ୍ଭର ଆବାସ ମଧ୍ୟ ସେମାନଙ୍କ ସଙ୍ଗରେ ରହିବ; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।


ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରିବ ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।


ତହିଁରେ ସେମାନେ ଆମ୍ଭର ବିଧିମତେ ଆଚରଣ କରିବେ ଓ ଆମ୍ଭର ନିୟମସବୁ ମାନ୍ୟ କରି ପାଳନ କରିବେ; ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।


ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା;


ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;


“ତୁମ୍ଭେମାନେ ଆପଣା ମାତା ସହିତ ବାଦାନୁବାଦ କର; କାରଣ ସେ ଆମ୍ଭର ଭାର୍ଯ୍ୟା ନୁହେଁ, କିଅବା ଆମ୍ଭେ ତାହାର ସ୍ୱାମୀ ନୋହୁଁ; ସେ ଆପଣା ଦୃଷ୍ଟିରୁ ଆପଣା ବେଶ୍ୟାଚାର ଓ ଆପଣା ସ୍ତନଦ୍ୱୟର ମଧ୍ୟରୁ ବ୍ୟଭିଚାର ଦୂର କରୁ;


ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।


କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ମନୁଷ୍ୟ ଓ ପଶୁକୁ ବୃଦ୍ଧି କରିବା, ତହିଁରେ ସେମାନେ ବର୍ଦ୍ଧିଷ୍ଣୁ ହୋଇ ସନ୍ତାନସନ୍ତତି ବିଶିଷ୍ଟ ହେବେ; ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପୂର୍ବକାଳର ନ୍ୟାୟ ବସତି କରାଇବା ଓ ତୁମ୍ଭମାନଙ୍କ ପ୍ରତି ଆଦ୍ୟ କାଳ ଅପେକ୍ଷା ଅଧିକ ମଙ୍ଗଳ କରିବା। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


Swiv nou:

Piblisite


Piblisite