Biblia Todo Logo
Bib sou entènèt

- Piblisite -




ହୋଶେୟ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ‘ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନା ବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନାବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।

Gade chapit la Kopi

ଓଡିଆ ବାଇବେଲ

5 ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, “ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନାବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।”

Gade chapit la Kopi

ପବିତ୍ର ବାଇବଲ

5 ସେମାନଙ୍କର ମା ବେଶ୍ୟାପରି କାମ କରିଅଛି। ସେମାନଙ୍କର ମାଙ୍କ କୃତ କର୍ମ ପାଇଁ ଲଜ୍ଜିତ ହେବା ଉଚିତ୍। ସେ କହିଲା, ‘ମୁଁ ମୋର ପ୍ରେମିକମାନଙ୍କ ପାଖକୁ ଯିବି। ମୋର ପ୍ରେମିକମାନେ ମୋତେ ଖାଦ୍ୟ ଓ ପାଣି ଦେବେ। ସେମାନେ ମୋତେ ପଶମ ଓ ଲାଇଲନ୍ ଦେବେ। ସେମାନେ ମୋତେ ଦ୍ରାକ୍ଷାରସ ଓ ଅଲିଭ୍ ତେଲ ଦେବେ।’

Gade chapit la Kopi




ହୋଶେୟ 2:5
33 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।”


ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।


ବିଶ୍ୱସ୍ତ ନଗରୀ କିପରି ବେଶ୍ୟା ହୋଇଅଛି! ସେ ନ୍ୟାୟ-ବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।


ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍‍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।


କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଏକାକୀ ହୋଇ ଅଶୂରକୁ ଯାଇଅଛନ୍ତି; ଇଫ୍ରୟିମ ପ୍ରେମିକଗଣକୁ ବେତନ ଦେଇ ରଖିଅଛି।


ପୁଣି, ତୁମ୍ଭେ ଦିନ ବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍‍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା।


“ତୁମ୍ଭେମାନେ ଆପଣା ମାତା ସହିତ ବାଦାନୁବାଦ କର; କାରଣ ସେ ଆମ୍ଭର ଭାର୍ଯ୍ୟା ନୁହେଁ, କିଅବା ଆମ୍ଭେ ତାହାର ସ୍ୱାମୀ ନୋହୁଁ; ସେ ଆପଣା ଦୃଷ୍ଟିରୁ ଆପଣା ବେଶ୍ୟାଚାର ଓ ଆପଣା ସ୍ତନଦ୍ୱୟର ମଧ୍ୟରୁ ବ୍ୟଭିଚାର ଦୂର କରୁ;


କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍‍, ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ।


ପୂର୍ବକାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ‘ଆମ୍ଭେ ଦାସ୍ୟକର୍ମ କରିବା ନାହିଁ;’ କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍‍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ। କାରଣ ସେମାନେ କହିଲେ, “ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍‍ଶୋନ୍‍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”


ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”


ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଚ୍ଛିନ୍ନ ହେବ ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା।”


ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।


ତୁମ୍ଭ ଜନ୍ମର ବିବରଣ ଏହି, ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ନାଭି କଟା ହୋଇ ନ ଥିଲା, କିଅବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳରେ ସ୍ନାନ କରାଯାଇ ନ ଥିଲା; ତୁମ୍ଭେ ଲବଣରେ ମଖାଯାଇ ନ ଥିଲ, କିଅବା ପଟୀରେ ଗୁଡ଼ା ଯାଇ ନ ଥିଲ।


ଏହେତୁ ହେ ବେଶ୍ୟା, ସଦାପ୍ରଭୁଙ୍କର ବାକ୍ୟ ଶୁଣ;


ଆମ୍ଭେ, ମଧ୍ୟ ତୁମ୍ଭକୁ ସେମାନଙ୍କ ହସ୍ତରେ ସମର୍ପଣ କରିବା, ତହିଁରେ ସେମାନେ ତୁମ୍ଭର ମନ୍ଦିର ସ୍ଥାନସବୁ ଭାଙ୍ଗି ପକାଇବେ ଓ ଉଚ୍ଚସ୍ଥଳୀସବୁ ଉତ୍ପାଟନ କରିବେ; ପୁଣି, ସେମାନେ ତୁମ୍ଭକୁ ବିବସନା କରି ତୁମ୍ଭର ସୁନ୍ଦର ଅଳଙ୍କାରସବୁ ହରଣ କରି ନେବେ; ଆଉ, ସେମାନେ ତୁମ୍ଭକୁ ବିବସନା ଓ ଉଲଙ୍ଗିନୀ କରି ଛାଡ଼ି ଦେବେ।


ସେହି ଦିନ ସୁନ୍ଦରୀ କୁମାରୀଗଣ ଓ ଯୁବକମାନେ ତୃଷାରେ ମୂର୍ଚ୍ଛାପନ୍ନ ହେବେ।


Swiv nou:

Piblisite


Piblisite