Biblia Todo Logo
Bib sou entènèt

- Piblisite -




ହୋଶେୟ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା, ସୁନା, ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।

Gade chapit la Kopi

ଓଡିଆ ବାଇବେଲ

8 “ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।

Gade chapit la Kopi

ପବିତ୍ର ବାଇବଲ

8 “ସେ ଜାଣି ନ ଥିଲା ଆମ୍ଭେ ଯିଏ କି ତାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଉଥିଲୁ। ଆମ୍ଭେ ଅଧିକରୁ ଅଧିକ ସୁନା, ରୂପା ତାକୁ ଦେଇ ଗ୍ଭଲିଥିଲୁ। କିନ୍ତୁ ଇସ୍ରାଏଲୀୟମାନେ ସେହି ସୁନା ଓ ରୂପାକୁ ବା‌‌ଲ୍‌‌‌‌ର ମୂର୍ତ୍ତି ତିଆରିରେ ବ୍ୟବହାର କଲେ।

Gade chapit la Kopi




ହୋଶେୟ 2:8
27 Referans Kwoze  

ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।”


ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍‍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।


ସେମାନେ ରାଜାଗଣକୁ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ସେମାନେ ଅଧିପତିଗଣ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭେ ତାହା ଜାଣିଲୁ ନାହିଁ। ସେମାନେ ଯେପରି ଉଚ୍ଛିନ୍ନ ହେବେ, ଏଥିପାଇଁ ଆପଣା ନିମନ୍ତେ ରୂପା ଓ ସୁନାରେ ସେମାନେ ପ୍ରତିମାଗଣ ନିର୍ମାଣ କରିଅଛନ୍ତି।


ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।


ଆଉ, ଯେପରି ସେମାନେ ଈଶ୍ବର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ବର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।


ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା।


ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଏ; କାରଣ ତାହା ଦ୍ୱାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ।


ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ‘ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନା ବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।’


ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।


ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।


ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।


ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍‍କୁ ଶାପ ଦେଲେ।


ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।


ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।


ପୁଣି, ରାଜକୀୟ ଶଯ୍ୟାରେ ବସି ତହିଁର ସମ୍ମୁଖରେ ମେଜ ସଜାଇ ତାହା ଉପରେ ଆମ୍ଭର ଧୂପ ଓ ଆମ୍ଭର ତୈଳ ରଖିଲ।


ରାଜା ନବୂଖଦ୍‍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅ ହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା; ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସେ ତାହା ସ୍ଥାପନ କଲା।


ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍‍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା।


ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ପାଇଁ ଆମ୍ଭେମାନେ ଏହି ଯେଉଁ ସକଳ ପଦାର୍ଥ ସଞ୍ଚୟ କରିଅଛୁ, ତାହା ତୁମ୍ଭ ହସ୍ତରୁ ଆସିଅଛି ଓ ସବୁ ତୁମ୍ଭ ନିଜର ଅଟେ।


ସେ ମୋʼ ପଥ ରୁଦ୍ଧ କରିଅଛନ୍ତି, ତହୁଁ ମୁଁ ଯାଇ ନ ପାରେ ଓ ମୋହର ପଥ ଅନ୍ଧକାରମୟ କରିଅଛନ୍ତି।


Swiv nou:

Piblisite


Piblisite