Biblia Todo Logo
Bib sou entènèt

- Piblisite -




ହୋଶେୟ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁ ଆମ୍ଭକୁ କହିଲେ, ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେଣହେଁ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ହେଁ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେଉଁପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।”

Gade chapit la Kopi

ପବିତ୍ର ବାଇବଲ

1 ତା'ପରେ ସଦାପ୍ରଭୁ ପୁନର୍ବାର ମୋତେ କହିଲେ, “ଗୋମରର ଅନେକ ପ୍ରେମିକ ଅଛନ୍ତି। କିନ୍ତୁ ତୁମ୍ଭେ ତାଙ୍କୁ ନିଶ୍ଚିତ ଭଲପାଇ ଗ୍ଭଲ। କାରଣ ତାହା ସଦାପ୍ରଭୁଙ୍କ ପରି। ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କୁ ଭଲ ପାଇ ଗ୍ଭଲନ୍ତି। କିନ୍ତୁ ସେମାନେ ଅନ୍ୟ ଦେବତାଙ୍କୁ ପୂଜାକରି ଗ୍ଭଲନ୍ତି।”

Gade chapit la Kopi




ହୋଶେୟ 3:1
34 Referans Kwoze  

ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର? ସେ କି ଆନନ୍ଦଦାୟୀ ବାଳକ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା, ଏହା ସଦାପ୍ରଭୁ କହନ୍ତି।


ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।


ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋʼ ପରିତ୍ରାଣର ପରମେଶ୍ୱରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋʼ ପରମେଶ୍ୱର ମୋର କଥା ଶୁଣିବେ।


ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା? ଆମ୍ଭେ କିପରି ତୁମ୍ଭକୁ ସବୋୟୀମର ନଗରୀ ତୁଲ୍ୟ ରଖିବା? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।


ଯେଣୁ ଅଣଯିହୁଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ୱାସଘାତକତାପୂର୍ବକ ଆପଣା ସ୍ୱାମୀକୁ ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ୱାସଘାତକତା କରିଅଛ।”


ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ।


ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରିପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇପାର ନାହିଁ।


ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି; ମାତ୍ର ଯୋଷେଫଙ୍କ କ୍ଲେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ।


ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।


ତଥାପି ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ନିଃଶେଷ କଲ ନାହିଁ, ଅବା ସେମାନଙ୍କୁ ପରିତ୍ୟାଗ କଲ ନାହିଁ; କାରଣ ତୁମ୍ଭେ କୃପାମୟ ଓ ଦୟାଳୁ ପରମେଶ୍ୱର ଅଟ।


ମାତ୍ର ସଦାପ୍ରଭୁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ଆପଣା କୃତ ନିୟମ ସକାଶୁ ସେମାନଙ୍କ ପ୍ରତି ଅନୁଗ୍ରହ କଲେ ଓ ସେମାନଙ୍କ ଉପରେ ଦୟା ବହି ସେମାନଙ୍କ ପ୍ରତି ସୁଦୃଷ୍ଟି କଲେ, ଆଉ ସେମାନଙ୍କୁ ବିନାଶ କରିବାକୁ ଅସମ୍ମତ ହେଲେ ଓ ଏପର୍ଯ୍ୟନ୍ତ ଆପଣା ସମ୍ମୁଖରୁ ସେମାନଙ୍କୁ ଦୂର କଲେ ନାହିଁ।


ପୁଣି ସେ ଇସ୍ରାଏଲର ସମୁଦାୟ ଜନତା ମଧ୍ୟରେ ସମସ୍ତ ଲୋକଙ୍କୁ, ପୁରୁଷ ଓ ସ୍ତ୍ରୀ ଉଭୟ ମଧ୍ୟରେ ପ୍ରତ୍ୟେକଙ୍କୁ ଏକ ଏକ ଖଣ୍ଡ ରୁଟି ଓ ଏକ ଏକ ଅଂଶ ମାଂସ ଓ ଏକ ଏକ ଦ୍ରାକ୍ଷାଚକ୍ତି ପରିବେଷଣ କଲେ। ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ପ୍ରସ୍ଥାନ କଲେ।


ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।


ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍‍କୁ ଶାପ ଦେଲେ।


ଏଥିରେ ଲୋକମାନେ ପରଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନ ଓ ପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ।


ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖାଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ।”


କିନ୍ତୁ ଯୀଶୁ ତାହାକୁ କହିଲେ, “ହେ ବନ୍ଧୁ, ଯାହା କରିବା ନିମନ୍ତେ ଆସିଅଛ, ତାହା କର।” ସେଥିରେ ସେମାନେ ପାଖକୁ ଆସି ଯୀଶୁଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ।


ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା।


ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।


ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ।


ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ୱାସ ଦିଅ; କାରଣ ମୁଁ ପ୍ରେମପୀଡ଼ିତା।


ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ‘ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନା ବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।’


Swiv nou:

Piblisite


Piblisite