Biblia Todo Logo
Bib sou entènèt

- Piblisite -




ହୋଶେୟ 6:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।

Gade chapit la Kopi

ଓଡିଆ ବାଇବେଲ

4 ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା ? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା ? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃ କାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।

Gade chapit la Kopi

ପବିତ୍ର ବାଇବଲ

4 “ହେ ଇଫ୍ରୟିମ, ହେ ଯିହୁଦା, ଆମ୍ଭେ ତୁମ୍ଭମାନଙ୍କ ପ୍ରତି କିପରି ବ୍ୟବହାର କରିବୁ? ତୁମ୍ଭମାନଙ୍କର ବିଶ୍ୱସ୍ତତା ସକାଳର କୁହୁଡ଼ି ଓ କାକର ପରି ଅଟେ ଯେ କି ଅତି ପ୍ରତ୍ୟୁଷରେ ଉଭେଇ ଯାଏ।

Gade chapit la Kopi




ହୋଶେୟ 6:4
19 Referans Kwoze  

ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।


ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା? ଆମ୍ଭେ କିପରି ତୁମ୍ଭକୁ ସବୋୟୀମର ନଗରୀ ତୁଲ୍ୟ ରଖିବା? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।


ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।


ପୁଣି, ତୁମ୍ଭେମାନେ ଏଥିପୂର୍ବେ ଫେରି ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରି ଆମ୍ଭ ଦୃଷ୍ଟିରେ ଯଥାର୍ଥ କର୍ମ କରିଥିଲ ଓ ଆମ୍ଭ ନାମରେ ଖ୍ୟାତ ଗୃହରେ ଆମ୍ଭ ସମ୍ମୁଖରେ ନିୟମ କରିଥିଲ


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହାଛଡ଼ା ଆଉ କଅଣ କରିବା?


ମାତ୍ର ଲୋକମାନଙ୍କର ମନ ଅବାଧ୍ୟ ଓ ପ୍ରତିକୂଳାଚାରୀ; ସେମାନେ ଅବାଧ୍ୟ ହୋଇ ଚାଲି ଯାଇଅଛନ୍ତି।


ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କʼଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?


“ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ୱର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ।


ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍‍ଗମନରୁ ବିମୁଖ ହେବ ନାହିଁ।


ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି, ଏହା ସଦାପ୍ରଭୁ କହନ୍ତି।”


ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ।


Swiv nou:

Piblisite


Piblisite