Biblia Todo Logo
Bib sou entènèt

- Piblisite -




ହୋଶେୟ 7:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ; ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରି ନାହାନ୍ତି, କିଅବା ଏହିସବୁ ଘଟିଲେ ମଧ୍ୟ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ; ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ନିକଟକୁ ଫେରି ନାହାନ୍ତି, କିଅବା ଏସବୁ ଘଟିଲେ ହେଁ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ; ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରି ନାହାନ୍ତି, କିଅବା ଏହିସବୁ ଘଟିଲେ ମଧ୍ୟ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

10 ଇଫ୍ରୟିମର ଗର୍ବ ତା’ ବିରୁଦ୍ଧରେ ସାକ୍ଷୀ ଦିଏ। ଯଦିଓ ଲୋକମାନଙ୍କର ଅନେକଗୁଡ଼ିଏ ଦୁଃଖ ଥିଲା, ତଥାପି ସେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ନ ଥିଲେ କି ସଦାପ୍ରଭୁଙ୍କର ସାହାଯ୍ୟ ମାଗି ନ ଥିଲେ।

Gade chapit la Kopi




ହୋଶେୟ 7:10
18 Referans Kwoze  

ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ; ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ।


ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି।


ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ବରଙ୍କ ଅନ୍ୱେଷଣ କରେ, ଏପରି ଜଣେ ନାହିଁ;


ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍‍ବକ୍ତାମାନେ ଉଚ୍ଚସ୍ୱରରେ କହିଲେ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର।’ ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି।


ସେମାନେ ସମସ୍ତେ ତନ୍ଦୁର ପରି ଉତ୍ତପ୍ତ ଅଟନ୍ତି ଓ ଆପଣାମାନଙ୍କର ବିଚାରକର୍ତ୍ତୃଗଣକୁ ଗ୍ରାସ କରନ୍ତି; ସେମାନଙ୍କର ସମସ୍ତ ରାଜାଗଣ ପତିତ ହୋଇଅଛନ୍ତି; ସେମାନଙ୍କ ମଧ୍ୟରେ କେହି ଆମ୍ଭ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।


“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରିଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।


ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ।


ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ।


ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ।


ବିବେଚକ ଓ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କରନ୍ତି।


ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର।


ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍‍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।”


ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।


Swiv nou:

Piblisite


Piblisite