ହୋଶେୟ 7:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେମାନେ ଫେରି ଆସନ୍ତି ସତ୍ୟ, ମାତ୍ର ଊର୍ଦ୍ଧ୍ୱସ୍ଥଙ୍କ ପ୍ରତି ନୁହେଁ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ; ସେମାନଙ୍କ ଅଧିପତିମାନେ ଆପଣା ଆପଣା ଜିହ୍ୱାର ପ୍ରଚଣ୍ଡତା ସକାଶୁ ଖଡ୍ଗ ଦ୍ୱାରା ପତିତ ହେବେ; ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)16 ସେମାନେ ଫେରି ଆସନ୍ତି ପ୍ରମାଣ, ମାତ୍ର ଊର୍ଦ୍ଧ୍ଵସ୍ଥଙ୍କ ପ୍ରତି ନୁହେଁ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ; ସେମାନଙ୍କର ଅଧିପତିମାନେ ଆପଣା ଆପଣା ଜିହ୍ଵାର ପ୍ରଚଣ୍ତତା ହେତୁରୁ ଖଡ଼୍ଗ ଦ୍ଵାରା ପତିତ ହେବେ; ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ। Gade chapit laଓଡିଆ ବାଇବେଲ16 ସେମାନେ ଫେରି ଆସନ୍ତି ସତ୍ୟ, ମାତ୍ର ଊର୍ଦ୍ଧ୍ୱସ୍ଥଙ୍କ ପ୍ରତି ନୁହେଁ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ; ସେମାନଙ୍କ ଅଧିପତିମାନେ ଆପଣା ଆପଣା ଜିହ୍ୱାର ପ୍ରଚଣ୍ଡତା ସକାଶୁ ଖଡ୍ଗ ଦ୍ୱାରା ପତିତ ହେବେ; ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ। Gade chapit laପବିତ୍ର ବାଇବଲ16 କିନ୍ତୁ ସେମାନେ ଆମ୍ଭ ନିକଟକୁ ଫେରି ଆସିଲେ ନାହିଁ। ସେମାନେ ଗୋଟିଏ ତୃଟିପୂର୍ଣ୍ଣ ବୁମେରାଂ ପରି ବ୍ୟବହାର କଲେ। ସେମାନଙ୍କର ନେତାମାନେ ସେମାନଙ୍କର ଶକ୍ତି ଉପରେ ବୃଥା ବଡ଼ିମା ଦେଖାଉଥିଲେ କିନ୍ତୁ ସେମାନେ ଖଣ୍ଡାରେ ନିହତ ହେବେ ଏବଂ ମିଶରବାସୀଙ୍କ ଦ୍ୱାରା ଉପହାସର ପାତ୍ର ହେବେ। Gade chapit la |
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହି ସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।