Biblia Todo Logo
Bib sou entènèt

- Piblisite -




ହୋଶେୟ 8:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବେତନ ଦେଲେ ମଧ୍ୟ ଏବେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା; ସେମାନେ ଅଧିପତିଗଣଙ୍କ ରାଜାର ଭାର ସକାଶୁ ନ୍ୟୂନ ହେବାକୁ ଲାଗିଲେଣି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବର୍ତ୍ତନ ଦେଲେ ହେଁ ଏବେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା; ସେମାନେ ଅଧିପତିଗଣଙ୍କ ରାଜାର ଭାର ହେତୁରୁ ନ୍ୟୂନ ହେବାକୁ ଲାଗିଲେଣି।

Gade chapit la Kopi

ଓଡିଆ ବାଇବେଲ

10 ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବେତନ ଦେଲେ ମଧ୍ୟ ଏବେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା; ସେମାନେ ଅଧିପତିଗଣଙ୍କ ରାଜାର ଭାର ସକାଶୁ ନ୍ୟୁନ ହେବାକୁ ଲାଗିଲେଣି।

Gade chapit la Kopi

ପବିତ୍ର ବାଇବଲ

10 ଯଦ୍ୟପି ଇସ୍ରାଏଲ ଅନ୍ୟ ରାଷ୍ଟ୍ରମାନଙ୍କରୁ ‘ପ୍ରେମିକମାନଙ୍କୁ’ ଭଡ଼ାରେ ଆଣିଲେ। ଆମ୍ଭେ ତାକୁ ବିଗ୍ଭର ପାଇଁ ଏକତ୍ରିତ କରିବା। ସେମାନେ ରାଜାମାନଙ୍କ ଓ ରାଜକୁମାରମାନଙ୍କଠାରୁ ଖୁବ୍ ଶୀଘ୍ର ହଇରାଣ ଓ ଅତ୍ୟାଗ୍ଭରିତ ହେବେ।

Gade chapit la Kopi




ହୋଶେୟ 8:10
21 Referans Kwoze  

ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।


ଯେତେବେଳେ ଆମ୍ଭର ଇଚ୍ଛା, ସେତେବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବୁ ଓ ସେମାନେ ଆପଣାମାନଙ୍କର ଦୁଇ ଅପରାଧରେ ବନ୍ଧାଯିବା ସମୟରେ ଗୋଷ୍ଠୀଗଣ ସେମାନଙ୍କ ବିରୁଦ୍ଧରେ ସଂଗୃହୀତ ହେବେ।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ୱ, ରଥ, ଅଶ୍ୱାରୋହୀଗଣ, ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା।


କାରଣ ସେ କହେ, “ଆମ୍ଭର ସେନାପତିଗଣ ସମସ୍ତେ କି ରାଜା ନୁହନ୍ତି?


କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ଶୁଷ୍କ ଭୂମିକୁ ହଲାଇବା;


ହେ ମହାରାଜ, ଆପଣ ରାଜାଧିରାଜ; ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି।


ଯେପରି ଲୋକମାନେ ଉହ୍ମେଇ ମଧ୍ୟରେ ରୂପା, ପିତ୍ତଳ ଓ ଲୁହା, ସୀସା ଓ ଦସ୍ତା ଏକତ୍ର କରି, ତରଳାଇବା ପାଇଁ ତହିଁ ଉପରେ ଅଗ୍ନି ରଖି ଫୁଙ୍କନ୍ତି; ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ଆପଣା କ୍ରୋଧ ଓ ଆପଣା କୋପରେ ଏକତ୍ର କରି ସେହି ସ୍ଥାନରେ ରଖିବା ଓ ତୁମ୍ଭମାନଙ୍କୁ ତରଳାଇବା।


“ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍‍, ଅବଶିଷ୍ଟ ଏହି ସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ୱଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ।


ତହୁଁ ରବ୍‍ଶାକି ଠିଆ ହୋଇ ଉଚ୍ଚସ୍ୱରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, “ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।


ତହିଁରେ ଇସ୍ରାଏଲର ପରମେଶ୍ୱର ଅଶୂରର ରାଜା ପୂଲ୍‍ର ମନକୁ ଓ ଅଶୂରର ରାଜା ତିଗ୍ଲତ୍‍-ପିଲ୍‍ନେଷରର ମନକୁ ଉତ୍ତେଜିତ କଲେ, ତହିଁରେ ସେ ସେମାନଙ୍କୁ, ଅର୍ଥାତ୍‍, ରୁବେନୀୟ, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶୀୟ ଲୋକଙ୍କୁ ହଲହ, ହାବୋର, ହାରା ଓ ଗୋଶନ ନଦୀତୀରକୁ ଆଣିଲା, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।


ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍‍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ।


କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟନ୍ତ ତିକ୍ତ; ଯେଣୁ ବନ୍ଦୀ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା।


ଲୋକେ ବେଶ୍ୟାମାନଙ୍କୁ ଭଡ଼ା ଦିଅନ୍ତି; ମାତ୍ର ତୁମ୍ଭେ ଆପଣା ପ୍ରେମିକ ସମସ୍ତଙ୍କୁ ଭଡ଼ା ଦେଉଅଛ, ଆଉ ତୁମ୍ଭର ବେଶ୍ୟାବୃତ୍ତି କ୍ରମେ ସେମାନେ ଯେପରି ଚତୁର୍ଦ୍ଦିଗରୁ ତୁମ୍ଭ ନିକଟକୁ ଆସନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଲାଞ୍ଚ ଦେଉଅଛ।


ଆଉ, ଅହଲା ଆମ୍ଭର ହୋଇଥିବା ସମୟରେ ବ୍ୟଭିଚାର କଲା ଓ ଆପଣାର ପ୍ରତିବାସୀ ଅଶୂରୀୟ ପ୍ରେମିକଗଣଠାରେ ଆସକ୍ତା ହେଲା,


ଏଥିଉତ୍ତାରେ ଅଶୂରର ରାଜା ହୋଶେୟଙ୍କଠାରେ ଚକ୍ରାନ୍ତ ଭାବ ଦେଖିଲା; କାରଣ ସେ ମିସରର ସୋ ରାଜା ନିକଟକୁ ଦୂତଗଣ ପଠାଇଲେ, ପୁଣି ଅଶୂରର ରାଜାକୁ ଯେପରି ବର୍ଷକୁ ବର୍ଷ ଦର୍ଶନୀ ଦେଉଥିଲେ, ସେପରି ଆଉ ଦେଲେ ନାହିଁ; ଏଣୁ ଅଶୂରର ରାଜା ତାଙ୍କୁ ରୁଦ୍ଧ କରି କାରାଗାରରେ ବନ୍ଦ କଲା।


ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ ମିସରକୁ ଯିବା ନିମନ୍ତେ ଯାତ୍ରା କରୁଅଛନ୍ତି।


ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।


Swiv nou:

Piblisite


Piblisite