Biblia Todo Logo
Bib sou entènèt

- Piblisite -




ହୋଶେୟ 8:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରିଯିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି। ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରି ଯିବେ।

Gade chapit la Kopi

ଓଡିଆ ବାଇବେଲ

13 ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରି ଯିବେ।

Gade chapit la Kopi

ପବିତ୍ର ବାଇବଲ

13 ଇସ୍ରାଏଲୀୟମାନେ ବଳିଦାନକୁ ଭଲ ପାଆନ୍ତି। ସେ ମାଂସ ଅର୍ପଣ କରି ତାକୁ ଭକ୍ଷ୍ୟଣ କରନ୍ତି। ସଦାପ୍ରଭୁ ସେମାନଙ୍କର ବଳିଦାନକୁ ଗ୍ରହଣ କରନ୍ତି ନାହିଁ। ସେ ସେମାନଙ୍କର ପାପକୁ ମନେ ରଖନ୍ତି। ଏଥିପାଇଁ ସେ ସେମାନଙ୍କୁ ଦଣ୍ତ ଦେବେ ଏବଂ ସେମାନେ ବନ୍ଦୀ ଭାବରେ ମିଶରକୁ ପ୍ରେରିତ ହେବେ।

Gade chapit la Kopi




ହୋଶେୟ 8:13
30 Referans Kwoze  

ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।


କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ।


ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, “ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ।


ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ମଧ୍ୟ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ; କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ।


ସେ ମିସର ଦେଶକୁ ଫେରିଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା।


ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି।


ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”


ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ? ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।


ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, ‘ତୁମ୍ଭେ ଆଉ ତାହା ଦେଖିବ ନାହିଁ,’ ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି, ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ।”


ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୁଦୀମାନଙ୍କର ନଗରସମୂହ ଭୂମିସାତ୍‍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ବର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।


କାରଣ ଯେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ଜାଣି ଭୋଜନ କରେ ଓ ପାନ କରେ, ସେ ଆପଣା ଦଣ୍ଡ ନିମନ୍ତେ ଭୋଜନ କରେ ଓ ପାନ କରେ।


ତୁମ୍ଭମାନଙ୍କର ସମାଗମ ହେବା ସମୟରେ ତୁମ୍ଭେମାନେ ପ୍ରଭୁଭୋଜ ପାଳନ କରି ନ ଥାଅ;


ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର; ଗିଲ୍‍ଗଲ୍‍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।


ସେମାନେ ଫେରି ଆସନ୍ତି ସତ୍ୟ, ମାତ୍ର ଊର୍ଦ୍ଧ୍ୱସ୍ଥଙ୍କ ପ୍ରତି ନୁହେଁ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ; ସେମାନଙ୍କ ଅଧିପତିମାନେ ଆପଣା ଆପଣା ଜିହ୍ୱାର ପ୍ରଚଣ୍ଡତା ସକାଶୁ ଖଡ୍ଗ ଦ୍ୱାରା ପତିତ ହେବେ; ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ।


ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରିଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି।


ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।


ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।


ତହିଁରେ ଶାମୁୟେଲ କହିଲେ, “ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।


ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା।”


ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।


କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ।


ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।


ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।


ଆଉ, ଇସ୍ରାଏଲ ବଂଶ ମିସରୀୟମାନଙ୍କର ଅନୁସରଣ କରିବା ପାଇଁ ଫେରିବା ବେଳେ ମିସର, ସେମାନଙ୍କର ଅପରାଧ ସ୍ମରଣାର୍ଥକ ବିଶ୍ୱାସଭୂମି ଆଉ ହେବ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”


ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ; ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି।


ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍‍ବକ୍ତା ନିର୍ବୋଧ, ଆତ୍ମା ପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।


କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ।


“ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।


Swiv nou:

Piblisite


Piblisite