Biblia Todo Logo
Bib sou entènèt

- Piblisite -




ହୋଶେୟ 8:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ହେ ଶମରୀୟା, ସେ ତୁମ୍ଭର ଗୋବତ୍ସ ପ୍ରତିମାକୁ ଅଗ୍ରାହ୍ୟ କରିଅଛନ୍ତି। ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି! ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ହେ ଶମରିୟେ, ସେ ତୁମ୍ଭର ଗୋବତ୍ସ ପ୍ରତିମା ପକାଇ ଦେଇଅଛନ୍ତି। ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ଵଳିତ ହୋଇଅଛି। ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ?

Gade chapit la Kopi

ଓଡିଆ ବାଇବେଲ

5 ହେ ଶମରୀୟା, ସେ ତୁମ୍ଭର ଗୋବତ୍ସ ପ୍ରତିମାକୁ ଅଗ୍ରାହ୍ୟ କରିଅଛନ୍ତି। ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି ! ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ ?

Gade chapit la Kopi

ପବିତ୍ର ବାଇବଲ

5-6 ହେ ଶମରିୟା, ସଦାପ୍ରଭୁ ତୁମ୍ଭ ଦ୍ୱାରା ପୂଜିତ ହେଉଥିବା ବାଛୁରି ମୂର୍ତ୍ତିକୁ ପ୍ରତ୍ୟାଖ୍ୟାନ କଲେ। ପରମେଶ୍ୱର କହନ୍ତି, ‘ଆମ୍ଭେ ଇସ୍ରାଏଲୀୟମାନଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ।’ ସେମାନେ ସେମାନଙ୍କର ପାପ ପାଇଁ ଦଣ୍ତିତ ହେବେ। କେତେକ ଶ୍ରମିକ ସେହି ମୂର୍ତ୍ତି ନିର୍ମାଣ କରିଥିଲେ। ସେମାନେ କିନ୍ତୁ ଈଶ୍ୱର ନୁହନ୍ତି। ଶମରିୟାର ବାଛୁରି ମୂର୍ତ୍ତିଗୁଡ଼ିକ ଖଣ୍ତ ବିଖଣ୍ତ ହୋଇ ଭାଙ୍ଗିଯିବ।

Gade chapit la Kopi




ହୋଶେୟ 8:5
17 Referans Kwoze  

ଶମରୀୟା ନିବାସୀଗଣ ବେଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ; କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ, ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି।


ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟ କର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ?”


“ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?


ଆଉ ସେହି ସମୟରେ ସେମାନେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଏବଂ ସେହି ପ୍ରତିମା ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରି ଆପଣା ଆପଣା ହସ୍ତନିର୍ମିତ ବସ୍ତୁରେ ଆନନ୍ଦ କରିବାକୁ ଲାଗିଲେ।


କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକାର ଏହା ନିର୍ମାଣ କରିଅଛି, ତାହା ପରମେଶ୍ୱର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ।


ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?


ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।


କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକୁ ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ।


ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି।


ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବେଥେଲ୍‍ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।


ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍‍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।


ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, ‘ହେ ଦାନ୍, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ’ ଓ ବେର୍‍ଶେବାର ଦେବତା ଜୀବିତ ଥିବା ପ୍ରମାଣେ, ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ।”


ଆଉ, ଏବେ ତୁମ୍ଭେମାନେ ଦାଉଦ-ସନ୍ତାନଗଣର ହସ୍ତାଧୀନ ସଦାପ୍ରଭୁଙ୍କ ରାଜ୍ୟର ପ୍ରତିବାଧା କରିବାକୁ ମାନସ କରୁଅଛ; ପୁଣି ତୁମ୍ଭେମାନେ ଲୋକସମୂହ ଓ ତୁମ୍ଭମାନଙ୍କର ଦେବତା ହେବା ପାଇଁ ଯାରବୀୟାମ ନିର୍ମିତ ସ୍ୱର୍ଣ୍ଣମୟ ଗୋବତ୍ସ ତୁମ୍ଭମାନଙ୍କ ସଙ୍ଗେ ଅଛି।


ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।


ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବ ଓ ତାହାର ବେତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ୱଂସ କରିବା; କାରଣ ବେଶ୍ୟାର ବେତନ ଦ୍ୱାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବେତନ ହୋଇଯିବ।


Swiv nou:

Piblisite


Piblisite