Biblia Todo Logo
Bib sou entènèt

- Piblisite -




ହୋଶେୟ 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହି ସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧା ତୃପ୍ତିର ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହିସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 ଇସ୍ରାଏଲୀୟମାନେ ସଦାପ୍ରଭୁଙ୍କୁ ଦ୍ରାକ୍ଷାରସ ନୈବେଦ୍ୟ ଉତ୍ସର୍ଗ କରିବେ ନାହିଁ। ସେମାନେ ତାଙ୍କୁ ବଳିଦାନ ଉତ୍ସର୍ଗ କରିବେ ନାହିଁ। ସେମାନଙ୍କର ବଳିଦାନ ଉତ୍ସର୍ଗ ଶ୍ରାଦ୍ଧରେ ଖାଦ୍ୟ ଭକ୍ଷ୍ୟଣ ପରି ହେବ। ଯେ ଏହାକୁ ଭକ୍ଷ୍ୟଣ କରିବ ସେ ଅପବିତ୍ର ହେବ। ସେମାନଙ୍କର ରୋଟୀ ସଦାପ୍ରଭୁଙ୍କ ମନ୍ଦିରକୁ ଯିବ ନାହିଁ। ସେମାନେ ନିଜେ ସେହି ରୋଟୀକୁ ଭକ୍ଷ୍ୟଣ କରିବେ।

Gade chapit la Kopi




ହୋଶେୟ 9:4
33 Referans Kwoze  

ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରିଯିବେ।


ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।


ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେହି ସମସ୍ତ ମୁଁ କରିଅଛି।


କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍‍ ଆଶୀର୍ବାଦ, ଅର୍ଥାତ୍‍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ।


କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;


ଦୀର୍ଘ ନିଃଶ୍ୱାସ ଛାଡ଼, ମାତ୍ର ଉଚ୍ଚ କରି ନୁହେଁ; ମୃତ ଲୋକ ପାଇଁ ବିଳାପ କର ନାହିଁ, ଆପଣା ମସ୍ତକରେ ଶିରୋଭୂଷଣ ବାନ୍ଧ ଓ ପାଦରେ ପାଦୁକା ପିନ୍ଧ, ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ, ପୁଣି, ଲୋକମାନଙ୍କର ରୁଟି ଖାଅ ନାହିଁ।”


ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।”


ତୁମ୍ଭେମାନେ ମଧ୍ୟ ଏହି କର୍ମ କରୁଅଛ; ତୁମ୍ଭେମାନେ ଲୋତକରେ, ରୋଦନରେ ଓ ଆର୍ତ୍ତସ୍ୱରରେ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ଏପରି ଆଚ୍ଛନ୍ନ କରୁଅଛ, କାରଣ ସେ ଆଉ ତୁମ୍ଭର ନୈବେଦ୍ୟ ପ୍ରତି ଦୃଷ୍ଟିପାତ କରନ୍ତି ନାହିଁ, କିଅବା ତୁଷ୍ଟ ହୋଇ ତୁମ୍ଭମାନଙ୍କ ହସ୍ତରୁ ତାହା ଗ୍ରହଣ କରନ୍ତି ନାହିଁ।


ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ମଧ୍ୟ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ; କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ।


ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ନିବୃତ୍ତ କରାଯାଇଅଛି।


ତହିଁରେ ଆମ୍ଭେ ଯେପରି କରିଅଛୁ, ତୁମ୍ଭେମାନେ ସେହିପରି କରିବ; ତୁମ୍ଭେମାନେ ଆପଣା ଆପଣା ଓଷ୍ଠାଧର ଆଚ୍ଛାଦନ କରିବ ନାହିଁ, କିଅବା ଲୋକମାନଙ୍କର ରୁଟି ଖାଇବ ନାହିଁ।


ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;


ଉପତ୍ୟକାର ଚିକ୍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେହି ସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ସକାଶୁ ଆମ୍ଭେ କି ଶାନ୍ତ ହେବା?


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ‘ତୁମ୍ଭେମାନେ ଆମ୍ଭର ତୁଷ୍ଟିଜନକ ଆଘ୍ରାଣାର୍ଥେ ଆମ୍ଭର ଉପହାର, ଅର୍ଥାତ୍‍, ଆମ୍ଭ ଉଦ୍ଦେଶ୍ୟରେ ଅଗ୍ନିକୃତ ନାନା ନୈବେଦ୍ୟାର୍ଥକ ଆମ୍ଭର ଯେଉଁ ଭକ୍ଷ୍ୟ, ତାହା ତହିଁର ନିରୂପିତ ସମୟରେ ଉତ୍ସର୍ଗ କରିବାକୁ ମନୋଯୋଗ କରିବ।’


ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ୱରଙ୍କ ‘ଭକ୍ଷ୍ୟ’ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ।


“ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ୱରଙ୍କ ‘ଭକ୍ଷ୍ୟଦ୍ରବ୍ୟ’ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।


ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।


ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍‍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ।


କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ; ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରେ।


ପୁଣି, ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୁଟି ରଖିଲେ।


ପୁଣି, ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ।


ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।


ପୁଣି, ପ୍ରଥମ ମେଷଶାବକ ସହିତ ହିନ୍‍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ-ନୈବେଦ୍ୟ ନିମନ୍ତେ ହିନ୍‍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।


କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀମାନଙ୍କୁ ସାନ୍ତ୍ୱନା କରିବା ପାଇଁ ଲୋକେ ରୁଟି ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତା ନିମନ୍ତେ ପାନ କରିବା ପାଇଁ ସାନ୍ତ୍ୱନାସୂଚକ ପାତ୍ର ଦେବେ ନାହିଁ।


ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।


ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି।


ସେମାନେ ଫେରି ଆସନ୍ତି ସତ୍ୟ, ମାତ୍ର ଊର୍ଦ୍ଧ୍ୱସ୍ଥଙ୍କ ପ୍ରତି ନୁହେଁ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ; ସେମାନଙ୍କ ଅଧିପତିମାନେ ଆପଣା ଆପଣା ଜିହ୍ୱାର ପ୍ରଚଣ୍ଡତା ସକାଶୁ ଖଡ୍ଗ ଦ୍ୱାରା ପତିତ ହେବେ; ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ।


Swiv nou:

Piblisite


Piblisite