Biblia Todo Logo
Bib sou entènèt

- Piblisite -




ଯିଶାଇୟ 10:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ସେ କହିଅଛି, “ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ୱାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କାରଣ ସେ କହିଅଛି, ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ଵାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି;

Gade chapit la Kopi

ଓଡିଆ ବାଇବେଲ

13 କାରଣ ସେ କହିଅଛି, ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ୱାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି;

Gade chapit la Kopi

ପବିତ୍ର ବାଇବଲ

13 ଅଶୂରର ରାଜା କହେ, “ମୁଁ ଅତି ଜ୍ଞାନୀ, ମୋର ଜ୍ଞାନ ଓ ଶକ୍ତି ବଳରେ ମୁଁ ବହୁ ମହାନ କାର୍ଯ୍ୟ କରିଛି। ମୁଁ ଗୋଷ୍ଠୀକୁ ପରାଜିତ କରିଛି ଓ ସେମାନଙ୍କର ଧନସମ୍ପଦ ଲୁଣ୍ଠନ କରିଛି। ଆଉମଧ୍ୟ ତା'ର ଲୋକମାନଙ୍କୁ କ୍ରୀତଦାସ କରିଛି। ମୁଁ ଅତି ଶକ୍ତିଶାଳୀ ମାନବ।

Gade chapit la Kopi




ଯିଶାଇୟ 10:13
31 Referans Kwoze  

“ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ?”


ପୁଣି ତୁମ୍ଭେ ଆପଣା ମନେ ମନେ କହିବ, “ଆମ୍ଭର ପରାକ୍ରମ ଓ ବାହୁ ବଳ ଏହିସବୁ ଐଶ୍ୱର୍ଯ୍ୟ ଲାଭ କରିଅଛି।”


ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଏ; କାରଣ ତାହା ଦ୍ୱାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ।


ତୁମ୍ଭେମାନେ ଅବସ୍ତୁରେ ଆନନ୍ଦ କରୁଅଛ, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ ଆପଣା ବଳରେ କି କରନିମ୍ ଲାଭ କରି ନାହୁଁ?”


ଏଥିନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ବାସାର୍ଥେ ଦମ୍ମେଶକର ଅପର ପାରିକୁ ଗମନ କରାଇବା। ଏହା ସଦାପ୍ରଭୁ କହନ୍ତି, ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।


ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, ‘ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।’


“ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର ସହର କହିଅଛି, ‘ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟମାନଙ୍କର ନଗର-ଦ୍ୱାର ସ୍ୱରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ପ୍ରତି ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା;’


ଆଉ, ଅମ୍ମୋନ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭର ଧର୍ମଧାମ ଅପବିତ୍ରୀକୃତ ହେବା ବେଳେ ତାହା ବିରୁଦ୍ଧରେ ଓ ଇସ୍ରାଏଲ ଦେଶ ଧ୍ୱଂସିତ ହେବା ବେଳେ ତାହା ବିରୁଦ୍ଧରେ; ଆଉ, ଯିହୁଦା ବଂଶ ବନ୍ଦୀ ହୋଇ ଯିବା ବେଳେ ସେମାନଙ୍କ ବିରୁଦ୍ଧରେ, ଭଲ ହେଲା, ଭଲ ହେଲା, ବୋଲି ତୁମ୍ଭେ କହିଅଛ;


କାରଣ ସେ କହେ, “ଆମ୍ଭର ସେନାପତିଗଣ ସମସ୍ତେ କି ରାଜା ନୁହନ୍ତି?


ତହିଁରେ ଇସ୍ରାଏଲର ପରମେଶ୍ୱର ଅଶୂରର ରାଜା ପୂଲ୍‍ର ମନକୁ ଓ ଅଶୂରର ରାଜା ତିଗ୍ଲତ୍‍-ପିଲ୍‍ନେଷରର ମନକୁ ଉତ୍ତେଜିତ କଲେ, ତହିଁରେ ସେ ସେମାନଙ୍କୁ, ଅର୍ଥାତ୍‍, ରୁବେନୀୟ, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶୀୟ ଲୋକଙ୍କୁ ହଲହ, ହାବୋର, ହାରା ଓ ଗୋଶନ ନଦୀତୀରକୁ ଆଣିଲା, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।


ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।


ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରମାନରେ ପ୍ରାପ୍ତ ସମସ୍ତ ରୂପା ତାହାକୁ ଦେଲେ।


ଏଥିଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା।


ଏଥିଉତ୍ତାରେ ଅଶୂରର ରାଜା, ବାବିଲ ଓ କୂଥା ଓ ଅବ୍ଦା ଓ ହମାତ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ-ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରେ ବାସ କଲେ।


ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।


ପୁଣି ଆହସ୍‌ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସୁନା ଓ ରୂପା ନେଇ ଅଶୂରର ରାଜା ନିକଟକୁ ଦର୍ଶନୀ ରୂପେ ପଠାଇଲେ।


ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ଆସି ଇୟୋନ୍‍ ଓ ଆବେଲ୍‍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।


ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି, ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍‍କ୍ଷିପ୍ତ ହେଉଅଛି, ଆଉ ସେ କହୁଅଛି, ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକୁ ପ୍ଲାବିତ କରିବି; ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି।


ଆମ୍ଭେମାନେ ବୀର ଓ ଯୁଦ୍ଧ ପାଇଁ ବଳବାନ ଲୋକ,’ ଏହା ତୁମ୍ଭେମାନେ କିପରି କହୁଅଛ?


ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।


ସେମାନେ ସମସ୍ତେ କି ତାହା ବିରୁଦ୍ଧରେ ଉପମା-କଥା ଓ ପରିହାସଜନକ ପ୍ରବାଦ ଧରି କହିବେ ନାହିଁ? ଯଥା, “ପର ଧନରେ ଯେ ଆପଣାକୁ ବର୍ଦ୍ଧିଷ୍ଣୁ କରେ, ସେ ସନ୍ତାପର ପାତ୍ର! କେତେ କାଳ? ବନ୍ଧକି ଦ୍ରବ୍ୟରେ ଯେ ଆପଣାକୁ ଭାରଗ୍ରସ୍ତ କରେ, ସେ ସନ୍ତାପର ପାତ୍ର!”


ଏଥିଉତ୍ତାରେ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, “ତୁମ୍ଭ ସଙ୍ଗୀ ଲୋକମାନେ ଏତେ ଅଧିକ ଯେ, ଆମ୍ଭେ ମିଦୀୟନୀୟମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରି ନ ପାରୁ; କଲେ, ଆମ୍ଭ ନିଜ ହସ୍ତ ଆମ୍ଭକୁ ଉଦ୍ଧାର କରିଅଛି, ଏହା କହି ଇସ୍ରାଏଲ ଅବା ଆମ୍ଭ ବିରୁଦ୍ଧରେ ଦର୍ପ କରିବ।


ଧନବାନ ଆପଣା ଦୃଷ୍ଟିରେ ଜ୍ଞାନବାନ; ମାତ୍ର ବୁଦ୍ଧିମାନ ଦୀନହୀନ ଲୋକ ତାହାର ପରିଚୟ ନିଏ।


ଯେଉଁମାନେ ଆପଣା ଆପଣା ଦୃଷ୍ଟିରେ ଜ୍ଞାନବାନ ଓ ଆପଣା ଆପଣା ବୋଧରେ ବୁଦ୍ଧିମାନ, ସେମାନେ ସନ୍ତାପର ପାତ୍ର!


ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।”


ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍‍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ଡନୀୟ ହେବ।


Swiv nou:

Piblisite


Piblisite