Biblia Todo Logo
Bib sou entènèt

- Piblisite -




ଯିଶାଇୟ 13:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍‍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆମ୍ଭେ ଆପଣା ପ୍ରତିଷ୍ଠିତ ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍, ଆମ୍ଭର ଦର୍ପିତ ଉଲ୍ଲାସକାରୀ-ଗଣଙ୍କୁ ଆହ୍ଵାନ କରିଅଛୁ।

Gade chapit la Kopi

ଓଡିଆ ବାଇବେଲ

3 ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍‍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ

3 ପୁଣି ପରମେଶ୍ୱର କହିଲେ, “ମୁଁ ସେହି ଲୋକମାନଙ୍କୁ ଅନ୍ୟ ଲୋକମାନଙ୍କଠାରୁ ଅଲଗା କରିଥିଲି। ମୁଁ ସେମାନଙ୍କୁ ନିଜେ ଆଦେଶ ଦେବି। ମୁଁ ବୃଦ୍ଧ, ମୋର ଉତ୍ତମ ଲୋକମାନଙ୍କୁ ଏକତ୍ରିତ କରିଛି, ସେମାନେ ଲୋକମାନଙ୍କୁ ଦଣ୍ଡ ଦେବେ। ମୁଁ ଏହି ସୁଖୀ ଲୋକମାନଙ୍କ ପାଇଁ ଗର୍ବିତ।

Gade chapit la Kopi




ଯିଶାଇୟ 13:3
20 Referans Kwoze  

ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଲାଇ ଆଣ।


ହେ ସ୍ୱର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ସମସ୍ତ ଭାବବାଦୀ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ବର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।’”


ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି।


ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ।


ପୁଣି, ସେ ଦୂରଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍‍ ଦେବେ, ପୁଣି, ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ;


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।


ପୁଣି, ତୁମ୍ଭେମାନେ ଆପଣା ହୃଦୟକୁ କ୍ଷୀଣ ହେବାକୁ ଦିଅ ନାହିଁ, କିଅବା ଦେଶ ମଧ୍ୟରେ ଯେଉଁ ଜନରବ ଶୁଣାଯିବ, ତହିଁ ସକାଶୁ ଭୀତ ହୁଅ ନାହିଁ; କାରଣ ଏକ ବର୍ଷ ଏକ ଜନରବ ଉଠିବ, ଅନ୍ୟ ବର୍ଷ ଅନ୍ୟ ଏକ ଜନରବ ଉଠିବ, ପୁଣି ଦେଶରେ ଦୌରାତ୍ମ୍ୟ ଓ ଶାସନକର୍ତ୍ତା ଶାସନକର୍ତ୍ତାର ବିପକ୍ଷ ହେବ।


ସଦାପ୍ରଭୁ କହନ୍ତି, ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ।


ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି।


Swiv nou:

Piblisite


Piblisite