Biblia Todo Logo
Bib sou entènèt

- Piblisite -




ଯିଶାଇୟ 13:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପର୍ବତମାନରେ ମହାଜନତାର ନ୍ୟାୟ ଲୋକସମୂହର ରବ ହେଉଅଛି! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପର୍ବତମାନରେ ମହାଜନତାର ନ୍ୟାୟ ଲୋକାରଣ୍ୟର ରବ ହେଉଅଛିଣ! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି ! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

4 ପର୍ବତମାନରେ ମହାଜନତାର ନ୍ୟାୟ ଲୋକସମୂହର ରବ ହେଉଅଛି ! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି ! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

4 “ପର୍ବତମାନଙ୍କରେ ହେଉଥିବା କୋଳାହଳ ପ୍ରତି ଧ୍ୟାନ ଦିଅ। ଏହି ବହୁ ଲୋକଙ୍କର କୋଳାହଳ ପରି ଶୁଣାଯାଉଛି। ବହୁ ରାଜ୍ୟର ଲୋକେ ଏକତ୍ରିତ ହୋଇଛନ୍ତି। ସଦାପ୍ରଭୁ ସର୍ବଶକ୍ତିମାନ ତାଙ୍କର ସୈନ୍ୟବାହିନୀକୁ ଏକତ୍ରିତ ହେବାକୁ ଆହ୍ୱାନ ଦେଇଛନ୍ତି।

Gade chapit la Kopi




ଯିଶାଇୟ 13:4
23 Referans Kwoze  

ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି।


ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ, ଅର୍ଥାତ୍‍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା।


ଏନିମନ୍ତେ ଏକ ଦିନରେ ହିଁ ତାହା ପ୍ରତି ଏହି ସମସ୍ତ କ୍ଲେଶ, ଅର୍ଥାତ୍‍ ମୃତ୍ୟୁ, ଶୋକ ଓ ଦୁର୍ଭିକ୍ଷ ଘଟିବ, ଆଉ ସେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବ, ଯେଣୁ ତାହାର ବିଚାରକର୍ତ୍ତା ପ୍ରଭୁ ଈଶ୍ବର ଶକ୍ତିମାନ।”


ପୁଣି, ସେ ଦୂରଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍‍ ଦେବେ, ପୁଣି, ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ;


ପୁଣି, ସେମାନେ ସେହି ଦିନ ସମୁଦ୍ରର ଗର୍ଜ୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜ୍ଜନ କରିବେ; ତହିଁରେ ଯଦି କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି, ସେହି ସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ।


ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି!


“ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନସ୍କାମନା ସିଦ୍ଧ କରିବ ଓ କଲ୍‍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ।


‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁ ସକଳ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହି ସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା।


କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”


Swiv nou:

Piblisite


Piblisite