Biblia Todo Logo
Bib sou entènèt

- Piblisite -




ଯିଶାଇୟ 13:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ସେମାନେ ବିହ୍ଵଳ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରା; କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ଏକଆରେକର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ

8 ପ୍ରତ୍ୟେକ ଲୋକ ଭୟ କରିବେ। ପ୍ରସବକାଳୀନ ସ୍ତ୍ରୀଲୋକର ବେଦନା ପରି ସେମାନଙ୍କର ଭୟ ସେମାନଙ୍କୁ ଅନୁରୂପ ବେଦନା ଦେବ। ସେମାନଙ୍କର ମୁଖମଣ୍ଡଳ ନିଆଁ ପରି ଲାଲ ହେବ। ଲୋକମାନେ ପରସ୍ପରକୁ ଦେଖିବେ ଏବଂ ଆଶ୍ଚର୍ଯ୍ୟ ହେବେ।

Gade chapit la Kopi




ଯିଶାଇୟ 13:8
21 Referans Kwoze  

ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।


ସେ (ନୀନିବୀ) ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେହି ସମସ୍ତଙ୍କର ମୁଖ ମଳିନ ହୋଇଅଛି।


ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେହିପରି ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ।


ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ।


ସେମାନଙ୍କ ସାକ୍ଷାତରେ ଗୋଷ୍ଠୀଗଣ ଯନ୍ତ୍ରଣାଯୁକ୍ତ; ସମସ୍ତଙ୍କର ମୁଖ ମଳିନ।


ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।


କୌଣସି ପୁରୁଷର ପ୍ରସବବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟିଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ?


କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ! ହତ୍ୟାକାରୀମାନଙ୍କ ଆଗରେ ମୋʼ ପ୍ରାଣ ମୂର୍ଚ୍ଛିତ ହେଲା।”


ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଲଜ୍ଜିତ ହେଲେ; ସେମାନେ କ୍ଷେତ୍ରର ଶାକ ଓ ନବୀନ ତୃଣ, ଗୃହ-ଛାତ ଉପରିସ୍ଥ ଘାସ, ଓ ଅପକ୍ୱ ଅବସ୍ଥାରେ ଶୁଷ୍କ ଶସ୍ୟ ତୁଲ୍ୟ ହେଲେ।


ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ?


ଆମ୍ଭେ ସେମାନଙ୍କୁ ଉଦ୍‍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି, ଏହା ସଦାପ୍ରଭୁ କହନ୍ତି।


କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।


ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ।”


ଦମ୍ମେଶକ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରାନ୍ତ କରିଅଛି; ଯେପରି ପ୍ରସବକାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।


ବାବିଲର ବୀରଗଣ ଯୁଦ୍ଧରୁ କ୍ଷାନ୍ତ ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀମାନଙ୍କ ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି।


ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ୱଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ୱାରା ଦଗ୍ଧ ହେବ।


ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ-ଦ୍ୱାରରେ ତାହାର ବିଳମ୍ବ କରି ରହିବାର ଉଚିତ ନୁହେଁ।


ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶ ନଗରର ଜାହାଜସବୁ ଭାଙ୍ଗିଥାଅ।


Swiv nou:

Piblisite


Piblisite