ଯିଶାଇୟ 14:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)1 କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ। Gade chapit laଓଡିଆ ବାଇବେଲ1 କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ। Gade chapit laପବିତ୍ର ବାଇବଲ1 ଭବିଷ୍ୟତରେ ସଦାପ୍ରଭୁ ପୁନର୍ବାର ଯାକୁବକୁ ପ୍ରେମ କରିବେ। ସେ ପୁଣି ଇସ୍ରାଏଲ ଲୋକଙ୍କୁ ମନୋନୀତ କରିବେ। ସେହି ସମୟରେ ସେମାନଙ୍କୁ ସେମାନଙ୍କ ଦେଇ ଫେରାଇ ଦେବେ। ତା'ପରେ ବିଦେଶୀମାନେ ସେମାନଙ୍କ ସହିତ ସଂଯୁକ୍ତ ହେବେ। ଉଭୟେ ଯାକୁବଙ୍କ ପ୍ରତି ଆକୃଷ୍ଟ ହେବେ। Gade chapit la |
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”
ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ।