Biblia Todo Logo
Bib sou entènèt

- Piblisite -




ଯିଶାଇୟ 14:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭର ଐଶ୍ଵର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ଵର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

11 ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

11 ତୁମ୍ଭର ବଡ଼ିମା ରସାତଳଗାମୀ ହୋଇଛି। ତୁମ୍ଭ ବୀଣାର ସ୍ୱର ତୁମ୍ଭ ଗର୍ବିତ ଆତ୍ମାର ଆଗମନ ଘୋଷଣା କରୁଛି। ମାଛି ତୁମ୍ଭର ଶରୀରକୁ ଭକ୍ଷ୍ୟଣ କରିବ। ତୁମ୍ଭେ ସେମାନଙ୍କ ଉପରେ ବିଛଣା ସଦୃଶ ପଡ଼ିବ। କୃମି କମ୍ବଳ ସଦୃଶ ତୁମ୍ଭ ଶରୀରକୁ ଆଚ୍ଛାଦନ କରିବ।

Gade chapit la Kopi




ଯିଶାଇୟ 14:11
16 Referans Kwoze  

ପୁଣି, ଆମ୍ଭେ ତୁମ୍ଭର ଗାୟନ ଶବ୍ଦ ନିବୃତ୍ତ କରାଇବା ଓ ତୁମ୍ଭ ବୀଣାର ଧ୍ୱନି ଆଉ ଶୁଣାଯିବ ନାହିଁ।


ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”


ହେ ଆନନ୍ଦ ଧ୍ୱନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ୍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି।


ଏମାନେ ଏକ ସମାନ ମାଟିରେ ଶୟନ କରନ୍ତି ଓ କୀଟ ସେମାନଙ୍କୁ ଆଚ୍ଛାଦନ କରେ।


ଏଥିପାଇଁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକସମୂହ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯାʼନ୍ତି।


କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ବଂଶାନୁକ୍ରମେ ରହିବ।”


Swiv nou:

Piblisite


Piblisite