Biblia Todo Logo
Bib sou entènèt

- Piblisite -




ଯିଶାଇୟ 14:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ତୁମ୍ଭେ ମନେ ମନେ କହିଥିଲ, ‘ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଊର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ତୁମ୍ଭେ ମନେ ମନେ କହିଥିଲ, ଆମ୍ଭେ ସ୍ଵର୍ଗାରୋହଣ କରିବା, ଆମ୍ଭେ ପରମେଶ୍ଵରଙ୍କ ନକ୍ଷତ୍ରଗଣର ଊର୍ଦ୍ଧ୍ଵରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ତୁମ୍ଭେ ମନେ ମନେ କହିଥିଲ, ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଉର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;

Gade chapit la Kopi

ପବିତ୍ର ବାଇବଲ

13 ତୁମ୍ଭେ ସର୍ବଦା ନିଜେ ନିଜେ କହି ହେଉଥିଲ, “ଆମ୍ଭେ ପରମେଶ୍ୱରଙ୍କ ପରି ସ୍ୱର୍ଗାରୋହଣ କରିବା। ଆମ୍ଭେ ସ୍ୱର୍ଗର ଊର୍ଦ୍ଧ୍ୱକୁ ଯିବା, ଆମ୍ଭେ ପରମେଶ୍ୱରଙ୍କ ତାରକାର ଊର୍ଦ୍ଧ୍ୱରେ ସିଂହାସନ ସ୍ଥାପନ କରିବା। ଆମ୍ଭେ ଉତ୍ତର ଦିଗସ୍ଥ ପ୍ରାନ୍ତ ପବିତ୍ର ପର୍ବତ ଉପରେ ଉପବିଷ୍ଟ ହେବା ଓ ସେହି ପର୍ବତରେ ପରମେଶ୍ୱରଙ୍କୁ ସାକ୍ଷାତ କରିବା।

Gade chapit la Kopi




ଯିଶାଇୟ 14:13
23 Referans Kwoze  

“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, ‘ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,’ ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।


ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଈଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ବରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ବର ବୋଲି ଦେଖାଏ।


ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, ‘ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।’


ଆଉ ରେ କଫର୍ନାହୂମ, ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋʼ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସଦୋମରେ କରାଯାଇଥାଆନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାଆନ୍ତା।


ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋʼ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍‍ ଶବ୍ଦ କରି ଆପଣା ହାତ ହଲାଇବ।


ଆଉ, ସୋରକୁ କୁହ, ହେ ସମୁଦ୍ରର ପ୍ରବେଶ ସ୍ଥାନ ନିବାସିନୀ; ଅନେକ ଦ୍ୱୀପରେ ଗୋଷ୍ଠୀଗଣର ବାଣିଜ୍ୟକାରିଣୀ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ତୁମ୍ଭେ କହିଅଛ, ମୁଁ ପରମସୁନ୍ଦରୀ,


ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।


ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।


ତଥାପି ତୁମ୍ଭେ କି ଆପଣା ବଧକାରୀର ସାକ୍ଷାତରେ କହିବ, ‘ମୁଁ ଈଶ୍ୱର?’ ମାତ୍ର ତୁମ୍ଭେ ତ ଆପଣା ଆଘାତକାରୀର ହସ୍ତରେ ମନୁଷ୍ୟ ମାତ୍ର ଅଟ, ଈଶ୍ୱର ନୁହଁ।


ଆଉ, ରେ କଫର୍ନାହୂମ ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ପତନ ହେବ।”


ଯଦ୍ୟପି ତାହାର ମହତ୍ତ୍ୱ ଆକାଶ ପର୍ଯ୍ୟନ୍ତ ଉଠେ ଓ ତାହାର ମସ୍ତକ ମେଘ ସ୍ପର୍ଶ କରେ;


ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଲାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ସେ ବୃକ୍ଷ ଦୀର୍ଘତାରେ ଉଚ୍ଚୀକୃତ ହୋଇଅଛି ଓ ଗହଳିଆ ଡାଳସମୂହ ମଧ୍ୟରେ ସେ ଆପଣା ଶିଖର ରଖିଅଛି, ଆଉ ଆପଣାର ଉଚ୍ଚତାରେ ତାହାର ଅନ୍ତଃକରଣ ଗର୍ବିତ ହୋଇଅଛି,


ଈଶ୍ୱରୀୟ ଦର୍ଶନରେ ସେ ମୋତେ ଇସ୍ରାଏଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତରେ ବସାଇଲେ, ତହିଁ ଉପରେ, ଦକ୍ଷିଣ ଦିଗରେ ଗୋଟିଏ ନଗର ତୁଲ୍ୟ ଆକୃତି ଥିଲା।


ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,


ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।


ହେ ଶୈଳ-କନ୍ଦରରେ ବାସକାରୀ, ହେ ଉଚ୍ଚସ୍ଥାନ ନିବାସୀ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ତୁମ୍ଭେ ଆପଣା ମନେ ମନେ କହୁଅଛ, “ଆମ୍ଭକୁ ଭୂମିକୁ ଓହ୍ଲାଇ ଆଣିବ କିଏ?”


Swiv nou:

Piblisite


Piblisite