Biblia Todo Logo
Bib sou entènèt

- Piblisite -




ଯିଶାଇୟ 15:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମୋୟାବ ବିଷୟକ ଭବିଷ୍ୟତବାଣୀ। ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍‍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ମୋୟାବ ବିଷୟକ ଭାରୋକ୍ତି। ମୋୟାବର ଆରନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ଵଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍ ନଗର ଉଚ୍ଛିନ୍ନ ଓ ଧ୍ଵଂସିତ ହେଲା।

Gade chapit la Kopi

ଓଡିଆ ବାଇବେଲ

1 ମୋୟାବ ବିଷୟକ ଭବିଷ୍ୟତ ବାଣୀ। ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍‍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।

Gade chapit la Kopi

ପବିତ୍ର ବାଇବଲ

1 ମୋୟାବ ବିଷୟରେ ଏକ ଦୁଃଖର ବାର୍ତ୍ତା। ଅନ୍ୟ ଏକ ରାତ୍ରିରେ ମୋୟାବର ଆର ନଗରରୁ ସୈନ୍ୟମାନେ ସମସ୍ତ ଧନ ନେଇଗଲେ ଏବଂ ତାକୁ ମଧ୍ୟ ଧ୍ୱଂସ କଲେ। ଆଉ ମଧ୍ୟ ଦିନେ ରାତ୍ରିରେ ସୈନ୍ୟମାନେ ମୋୟାବର ବୀର ନଗରରୁ ସମସ୍ତ ଧନ ନେଇଗଲେ ଓ ସେ ନଗରକୁ ମଧ୍ୟ ଧ୍ୱଂସ କଲେ।

Gade chapit la Kopi




ଯିଶାଇୟ 15:1
20 Referans Kwoze  

ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟିତ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନର ଲୋକମାନେ ସେମାନଙ୍କର ଆଜ୍ଞାବହ ହେବେ।


କାରଣ ହିଷ୍‍ବୋନଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି।


କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱ ସ୍ଥାନରେ ଦଳିତ ହେବ।


ଏହି କାରଣରୁ ଆମ୍ଭର ନାଡ଼ୀ ମୋୟାବର ପାଇଁ ଓ ଆମ୍ଭର ଅନ୍ତର କୀର୍ହେରସର ପାଇଁ ବୀଣା ପରି ବାଜୁଅଛି।


ଏହେତୁ ମୋୟାବ ମୋୟାବର ନିମନ୍ତେ ହାହାକାର କରିବ, ପ୍ରତ୍ୟେକ ଲୋକ ହାହାକାର କରିବ; କାରଣ ତୁମ୍ଭେମାନେ ଅତ୍ୟନ୍ତ ଦୁଃଖିତ ହୋଇ କୀର-ହେରସତ ସହରର ଦ୍ରାକ୍ଷାଚକ୍ତି ନିମନ୍ତେ ବିଳାପ କରିବ।


ଯେଉଁ ବର୍ଷରେ ଆହସ୍‌ ରାଜାଙ୍କର ମୃତ୍ୟୁୁ ହେଲା, ସେହି ବର୍ଷର ଏହି ଭାବବାଣୀ।


ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ଡ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”


ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।


ଆଉ ସେମାନେ ନଗରସବୁ ଭାଙ୍ଗି ପକାଇଲେ ଓ ପ୍ରତି ଜଣ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡରେ ପ୍ରସ୍ତର ପକାଇ ତାହା ପୂର୍ଣ୍ଣ କଲେ ଓ ସେମାନେ ଜଳ-ନିର୍ଝରସକଳ ବନ୍ଦ କରିଦେଲେ ଓ ଉତ୍ତମ ବୃକ୍ଷସବୁ କାଟି ପକାଇଲେ; ଶେଷରେ ସେମାନେ କେବଳ କୀର୍‍-ହେର୍‍ସତରେ ତହିଁର ପ୍ରସ୍ତରସବୁ ଛାଡ଼ିଲେ; ତଥାପି ଛାଟିଣୀଧାରୀମାନେ ତହିଁ ଚତୁର୍ଦ୍ଦିଗକୁ ଯାଇ ତାହା ଆଘାତ କଲେ।


“ଆଜି ତୁମ୍ଭକୁ ମୋୟାବର ସୀମା ଆର ଦେଇ ଯିବାକୁ ହେବ;


ତହିଁରେ ସଦାପ୍ରଭୁ ମୋତେ କହିଲେ, “ମୋୟାବକୁ କ୍ଳେଶ ଦିଅ ନାହିଁ, ଅବା ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଅଧିକାରାର୍ଥେ ସେମାନଙ୍କ ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ଆର ନଗର ଅଧିକାରାର୍ଥେ ଦେଇଅଛୁ।”


ପୁଣି, ସେ ତୁମ୍ଭର ଉଚ୍ଚ ପ୍ରାଚୀରଯୁକ୍ତ ଦୃଢ଼ ଦୁର୍ଗ ନିପାତ କରି ନତ କରିଅଛନ୍ତି ଓ ତାହା ଭୂମିସାତ୍‍ କରି ଧୂଳିରେ ମିଶାଇ ଅଛନ୍ତି।


ପୁଣି ତୁମ୍ଭେ ଅମ୍ମୋନ-ସନ୍ତାନଗଣର ସମ୍ମୁଖରେ ଉପସ୍ଥିତ ହେଲେ ସେମାନଙ୍କୁ କ୍ଳେଶ ଦିଅ ନାହିଁ, କି ସେମାନଙ୍କ ସଙ୍ଗେ ଯୁଦ୍ଧ କର ନାହିଁ, କାରଣ ଆମ୍ଭେ ଅଧିକାରାର୍ଥେ ତୁମ୍ଭକୁ ଅମ୍ମୋନ-ସନ୍ତାନଗଣର ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ତାହା ଅଧିକାର କରିବା ପାଇଁ ଦେଇଅଛୁ।”


ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟନ୍ତ ଗର୍ବୀ, ତାହାର ଅହଙ୍କାର ଓ ତାହାର ଗର୍ବ ଓ ତାହାର କୋପର କଥା ଶୁଣିଅଛୁ; ତାହାର ଦର୍ପ କିଛି ହିଁ ନୁହେଁ।


Swiv nou:

Piblisite


Piblisite