Biblia Todo Logo
Bib sou entènèt

- Piblisite -




ଯିଶାଇୟ 15:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ରୋଦନ କରିବା ପାଇଁ ବୈଥତ୍‍କୁ ଓ ଦୀବୋନ୍‍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ ରୋଦନ କରିବା ପାଇଁ ବୈଥତ୍କୁ ଓ ଦୀବୋନ୍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେସମସ୍ତଙ୍କର ମସ୍ତକ ମୁଣ୍ତନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

2 ସେ ରୋଦନ କରିବା ପାଇଁ ବୈଥତ୍‍କୁ ଓ ଦୀବୋନ୍‍କୁ, ଉଚ୍ଚସ୍ଥଳୀକୁ ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

2 ରାଜ ପରିବାର ଓ ଦୀବୋନର ଲୋକମାନେ ପୂଜା ସ୍ଥଳୀକୁ ରୋଦନ କରିବାକୁ ଯାଇଛନ୍ତି। ମୋୟାବର ଲୋକମାନେ ନେବୋ ଓ ମେଦବା ପାଇଁ କାନ୍ଦୁଛନ୍ତି। ସେମାନଙ୍କର ଦୁଃଖ ଭାବ ଜଣାଇବା ପାଇଁ ମସ୍ତକ ଲଣ୍ଡା କରିଛନ୍ତି ଓ ଦାଢ଼ି କାଟିଅଛନ୍ତି।

Gade chapit la Kopi




ଯିଶାଇୟ 15:2
34 Referans Kwoze  

ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ୍‍ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍‍ ଲଜ୍ଜିତ ଓ ଭଗ୍ନ ହେଲା।


ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ।


ହେ ଦୀବୋନ୍ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ୱର୍ଯ୍ୟରୁ ଓହ୍ଲାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗସବୁ ନଷ୍ଟ କରିଅଛି।


ତହିଁରେ ସୁଗନ୍ଧି ଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ, କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ, ସୁନ୍ଦର କେଶବିନ୍ୟାସ ବଦଳରେ କେଶ-ଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ।


ଏଥିଉତ୍ତାରେ ମୋଶା ମୋୟାବ ପଦାରୁ ନବୋ ପର୍ବତକୁ, ଅର୍ଥାତ୍‍, ଯିରୀହୋ ସମ୍ମୁଖସ୍ଥିତ ପିସ୍ଗା ଶୃଙ୍ଗ ଆରୋହଣ କଲେ। ତହିଁରେ ସଦାପ୍ରଭୁ ଗିଲୀୟଦଠାରୁ ଦାନ୍ ପର୍ଯ୍ୟନ୍ତ ସବୁ ଦେଶ;


ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍‍ବୋନ ଦୀବୋନ୍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।”


ମଧ୍ୟ ସେମାନେ କଟିଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ।


ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ।


ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଲୋକମାନେ ନୀରବ ହୋଇଅଛନ୍ତି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ?


ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି।’


ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;


ପୁଣି, ମୋୟାବ ଆପେ ଉପସ୍ଥିତ ହେବା ବେଳେ ଓ ଉଚ୍ଚସ୍ଥଳୀରେ ଆପଣାକୁ କ୍ଳାନ୍ତ କରି ପ୍ରାର୍ଥନା କରିବା ପାଇଁ ଧର୍ମଧାମରେ ପ୍ରବେଶ କରିବା ବେଳେ ସେ କୃତାର୍ଥ ହେବ ନାହିଁ।


ଏହେତୁ ମୋୟାବ ମୋୟାବର ନିମନ୍ତେ ହାହାକାର କରିବ, ପ୍ରତ୍ୟେକ ଲୋକ ହାହାକାର କରିବ; କାରଣ ତୁମ୍ଭେମାନେ ଅତ୍ୟନ୍ତ ଦୁଃଖିତ ହୋଇ କୀର-ହେରସତ ସହରର ଦ୍ରାକ୍ଷାଚକ୍ତି ନିମନ୍ତେ ବିଳାପ କରିବ।


ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି।


ହେ ନଗର-ଦ୍ୱାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ।”


ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ କ୍ଷୌର କଲା ଓ ଭୂମିରେ ପଡ଼ି ଉପାସନା କଲା;


ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ।


ପୁଣି, ନାମାନ୍ତରରେ ନବୋ, ବାଲ୍‍-ମୀୟୋନ୍‍ ଓ ସିବ୍‍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି, ସେମାନେ ଯେଉଁ ଯେଉଁ ନଗର ନିର୍ମାଣ କଲେ, ସେହି ସମସ୍ତଙ୍କୁ ଅନ୍ୟ ନାମ ଦେଲେ।


“ଅଟାରୋତ୍‍, ଦୀବୋନ୍, ଯାସେର, ନିମ୍ରା, ହିଷ୍‍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,


ଆଉ, ଯଦି କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ।


କାରଣ ହିଷ୍‍ବୋନଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି।


ତହିଁରେ ହାନୂନ୍‍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କ ଦାଢ଼ିର ଅଧେ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।


ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର, ଇସ୍ରାଏଲ-ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇଅଛନ୍ତି।


“ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଚ୍ଛୁଳୁଅଛି, ତାହା ପ୍ଲାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ।


ଆହୁରି, ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବ ମଧ୍ୟରେ ଉଚ୍ଚସ୍ଥଳୀରେ ବଳିଦାନକାରୀ ଓ ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପଦାହକାରୀ ଲୋକକୁ ଲୋପ କରିବା।


ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ଡନ କରି କଟିଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେହି ଦିନ!


ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ ଓ ତୁମ୍ଭମାନଙ୍କର ଗାୟନ ସବୁକୁ ବିଳାପରେ ପରିଣତ କରିବା; ଆଉ, ଆମ୍ଭେ ସମସ୍ତଙ୍କର କଟିଦେଶ ଚଟବସ୍ତ୍ରରେ ପରିହିତ କରାଇବା ଓ ପ୍ରତ୍ୟେକ ମସ୍ତକ ଟାଙ୍ଗରା କରାଇବା; ପୁଣି, ଆମ୍ଭେ ସେହି ଶୋକକୁ ଅଦ୍ୱିତୀୟ ପୁତ୍ରର ଶୋକ ତୁଲ୍ୟ ଓ ତହିଁର ଶେଷକୁ ଦାରୁଣ ଦୁଃଖ ଦିନର ତୁଲ୍ୟ କରାଇବା।”


ତହିଁରେ ହାନୂନ୍‍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କୁ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।


ହେ ହିଷ୍‍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍‍କମ୍‍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ।


Swiv nou:

Piblisite


Piblisite