Biblia Todo Logo
Bib sou entènèt

- Piblisite -




ଯିଶାଇୟ 15:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ହିଷ୍‍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ହିଶ୍ବୋନ୍ ଓ ଇଲୀୟାଲି କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ୍ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି।

Gade chapit la Kopi

ଓଡିଆ ବାଇବେଲ

4 ହିଷ୍‍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ୍‍ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି।

Gade chapit la Kopi

ପବିତ୍ର ବାଇବଲ

4 ହି‌ଶ୍‌ବୋନ୍ ଓ ଇଲିୟାଲି ଅତି ଉଚ୍ଚସ୍ୱରରେ କ୍ରନ୍ଦନ କରୁଛନ୍ତି। ସେମାନଙ୍କର ରବ ଯହସ୍ ପର୍ଯ୍ୟନ୍ତ ଶୁଣା ଯାଇଛି। ଏପରିକି ମୋୟାବର ସୈନ୍ୟମାନେ ଭୟରେ କମ୍ପିତ ହୋଇ ଆର୍ତ୍ତନାଦ କରୁଛନ୍ତି।

Gade chapit la Kopi




ଯିଶାଇୟ 15:4
19 Referans Kwoze  

ହିଷ୍‍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ, ମଧ୍ୟ ଯହସ ପର୍ଯ୍ୟନ୍ତ, ସୋୟରଠାରୁ ହୋରୋନୟିମ ପର୍ଯ୍ୟନ୍ତ, ଇଗ୍ଲତ୍‍-ଶଲୀଶୀୟା ପର୍ଯ୍ୟନ୍ତ ସେମାନେ ଚିତ୍କାର ଶବ୍ଦ ଉଠାଇଅଛନ୍ତି; କାରଣ ନିମ୍ରୀମର ଜଳସମୂହ ମଧ୍ୟ ଶୂନ୍ୟ ହେବ।


ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ୱେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ।


ପୁଣି, ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ପୂର୍ବୀୟ ଝଞ୍ଜା ବାୟୁ ନିରୂପଣ କଲେ; ଆଉ, ଯୂନସଙ୍କ ମସ୍ତକରେ ଏପରି ଖରା ଲାଗିଲା ଯେ, ସେ କ୍ଳାନ୍ତ ହୋଇ ଆପଣାର ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”


ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋʼ ପ୍ରାଣ ମୋʼ ଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”


ଲଜ୍ଜାରେ ମୋର ସମୟ କଟାଇବା ନିମନ୍ତେ ମୁଁ ଆୟାସ ଓ ଦୁଃଖଭୋଗ କରିବା ପାଇଁ କାହିଁକି ଗର୍ଭରୁ ନିର୍ଗତ ହେଲି?


ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁୁ ବାଞ୍ଛନୀୟ ହେବ।


ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୋ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।”


ମାତ୍ର ସୀହୋନ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ୱାସ କରୁ ନ ଥିବାରୁ ଅନୁମତି ଦେଲା ନାହିଁ; ପୁଣି ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା।


ଯହସ ଓ କଦେମୋତ୍‍ ଓ ମେଫାତ୍‍


ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ।


ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି, ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ।


ଆଉ ଯଦି ତୁମ୍ଭେ ମୋʼ ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହିକ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”


ଏଥିଉତ୍ତାରେ ରିବିକା ଇସ୍‌ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍‍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ?”


କାରଣ ହିଷ୍‍ବୋନଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି।


ପୁଣି, ମୋୟାବ ଦେଶୀୟ ଦୂରସ୍ଥ କିଅବା ନିକଟସ୍ଥ ସମସ୍ତ ନଗର ଉପରେ,


Swiv nou:

Piblisite


Piblisite