Biblia Todo Logo
Bib sou entènèt

- Piblisite -




ଯିଶାଇୟ 15:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର ପର୍ଯ୍ୟନ୍ତ ଇଗ୍ଲତ୍‍-ଶଲୀଶୀୟାକୁ ପଳାଉଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର୍ ପର୍ଯ୍ୟନ୍ତ ଇଗ୍ଲତ୍-ଶଲୀଶୀୟାକୁ ପଳାଉଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

5 ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର୍‍ ପର୍ଯ୍ୟନ୍ତ ଇଗ୍ଲତ୍‍-ଶଲୀଶୀୟାକୁ ପଳାଉ ଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

5 ମୋର ହୃଦୟ ମୋୟାବ ପାଇଁ ବିଳାପ କରୁଛି। ଲୋକମାନେ ଇଗ୍ଲତ୍-ଇଲୀଶୀୟା ଓ ଦୂରସ୍ଥ ସୋୟରକୁ ନିରାପତ୍ତା ପାଇଁ ପଳାୟନ କରୁଛନ୍ତି। ସେମାନେ ରୋଦନ କରି କରି ଲୂହୀତ-ଘାଟୀ ଉପରକୁ ଉଠୁଛନ୍ତି। ହୋରୋନୟିମ ପଥରେ ଯାଉଥିଲା ବେଳେ ଉଚ୍ଚ ସ୍ୱରରେ ବିଳାପ କରୁଛନ୍ତି।

Gade chapit la Kopi




ଯିଶାଇୟ 15:5
23 Referans Kwoze  

କାରଣ ଲୂହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି।


ବିନାଶ ଉପରେ ବିନାଶ ପ୍ରଚାରିତ ହେଉଅଛି; କାରଣ ସମୁଦାୟ ଦେଶ ଉଚ୍ଛିନ୍ନ ହୋଇଅଛି; ଅକସ୍ମାତ୍‍ ମୋହର ତମ୍ବୁ, ଏକ ନିମିଷ ମଧ୍ୟରେ ମୋହର ଆବରଣସବୁ ଉଚ୍ଛିନ୍ନ ହେଲା।


ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋʼ ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।


ମାତ୍ର ଯଦି ତୁମ୍ଭେମାନେ ଏ କଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।


ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।


କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର, ଦଳନର, ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି।


ମାତ୍ର ଏବେ ସଦାପ୍ରଭୁ ଏହି କଥା କହନ୍ତି, “ବେତନଜୀବୀର ବର୍ଷ ତୁଲ୍ୟ ତିନି ବର୍ଷ ମଧ୍ୟରେ ମୋୟାବର ଗୌରବ ତାହାର ମହାଜନତା ସୁଦ୍ଧା ତୁଚ୍ଛୀକୃତ ହେବ, ଆଉ ଅବଶିଷ୍ଟାଂଶ ଅତି ଅଳ୍ପ ହେବ ଓ ଗଣନାଯୋଗ୍ୟ ହେବ ନାହିଁ।”


ଏଥିଉତ୍ତାରେ ଦାଉଦ ଜୈତୁନ ପର୍ବତର ଉଠାଣି ଦେଇ ଗଲେ ଓ ଉପରକୁ ଯିବା ବେଳେ ରୋଦନ କରି କରି ଉପରକୁ ଗଲେ; ସେହି ସମୟରେ ତାଙ୍କର ମସ୍ତକ ଆଚ୍ଛାଦିତ ଥିଲା ଓ ସେ ଖାଲି ପାଦରେ ଚାଲୁଥିଲେ; ପୁଣି ତାଙ୍କର ସଙ୍ଗୀ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ମସ୍ତକ ଆଚ୍ଛାଦନ କରିଥିଲେ ଓ ସେମାନେ ଉପରକୁ ଯିବା ବେଳେ ରୋଦନ କରୁ କରୁ ଉପରକୁ ଗଲେ।


ତେଣୁ ଦେଶଯାକ ଉଚ୍ଚସ୍ୱର କରି ରୋଦନ କଲେ ଓ ସମସ୍ତ ଲୋକ ଅଗ୍ରସର ହେଲେ; ରାଜା ମଧ୍ୟ ଆପେ କିଦ୍ରୋଣ ନଦୀ ପାର ହୋଇଗଲେ ଓ ସମସ୍ତ ଲୋକ ପାର ହୋଇ ପ୍ରାନ୍ତର-ପଥ ଆଡ଼େ ଗଲେ।


ତୁମ୍ଭେ ଶୀଘ୍ର ସେହି ସ୍ଥାନକୁ ପଳାଅ, ଯେହେତୁ ତୁମ୍ଭେ ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେ କିଛି କରି ନ ପାରୁ।” ଏଣୁ ସେହି ସ୍ଥାନର ନାମ ସୋୟର ହେଲା।


ଏମାନେ ସଦୋମର ରାଜା ବିରା ଓ ହମୋରାର ରାଜା ବିର୍ଶା ଓ ଅଦ୍ମାର ରାଜା ଶିନାବ୍‍ ଓ ସବୋୟୀମର ରାଜା ଶିମେବର ଓ ବିଲାର, ଅର୍ଥାତ୍‍, ସୋୟରର ରାଜା ସହିତ ଯୁଦ୍ଧ କଲେ।


ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।


ହେ ମୋୟାବ, ତୁମ୍ଭର ସନ୍ତାପ ହେଲା! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;


ସେମାନଙ୍କର ଚରଣ ଦୁଷ୍କର୍ମର ଆଡ଼େ ଦୌଡ଼େ ଓ ସେମାନେ ନିର୍ଦ୍ଦୋଷର ରକ୍ତପାତ କରିବାକୁ ବେଗଗାମୀ ହୁଅନ୍ତି; ସେମାନଙ୍କର ଚିନ୍ତାସବୁ ଅଧର୍ମର ଚିନ୍ତା; ସେମାନଙ୍କ ପଥରେ ଉଚ୍ଛିନ୍ନତା ଓ ବିନାଶ ଥାଏ।


ହାୟ, ମୋହର ପ୍ରାଣ! ମୋହର ପ୍ରାଣ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋʼ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀ ଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।


“ହୋରୋନୟିମଠାରୁ କ୍ରନ୍ଦନର, ଧନ ଅପହରଣର ଓ ମହାବିନାଶର ଶବ୍ଦ!


ବାବିଲ ଶତ୍ରୁହସ୍ତଗତ ହେବାର ଶବ୍ଦରେ ପୃଥିବୀ କମ୍ପୁଅଛି ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।


Swiv nou:

Piblisite


Piblisite