Biblia Todo Logo
Bib sou entènèt

- Piblisite -




ଯିଶାଇୟ 16:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ସିବ୍‍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଷ୍‍ବୋନ, ହେ ଇଲୀୟାଲୀ ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବା; କାରଣ ତୁମ୍ଭର ଗ୍ରୀଷ୍ମକାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ୱନି ପଡ଼ିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ଶିବ୍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଶ୍ବୋନ୍, ହେ ଇଲୀୟାଲି ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବାନ୍ତ କାରଣ ତୁମ୍ଭର ଗ୍ରୀଷ୍ମ କାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ଵନି ପଡ଼ିଅଛି।

Gade chapit la Kopi

ଓଡିଆ ବାଇବେଲ

9 ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ସିବ୍‍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଷ୍‍ବୋନ, ହେ ଇଲୀୟାଲୀ ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବା; କାରଣ ତୁମ୍ଭର ଗ୍ରୀଷ୍ମ କାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ୱନି ପଡ଼ିଅଛି।

Gade chapit la Kopi

ପବିତ୍ର ବାଇବଲ

9 “ମୁଁ ଯାସେର ଓ ଶିବମାର ଲୋକମାନଙ୍କ ସହିତ ମିଶି ବିଳାପ କରିବି କାରଣ ସେମାନଙ୍କର ଦ୍ରାକ୍ଷାଲତା ସବୁ ଧ୍ୱଂସ ପାଇଛି। ହି‌‌‌ଶ୍‌‌‌ବୋନ୍ ଓ ଇଲିୟାଲି ସହିତ ଲୋତକ ଜଳରେ ତିନ୍ତାଇବା, କାରଣ ତୁମ୍ଭମାନଙ୍କର ଶସ୍ୟଅମଳ ହେବ ନାହିଁ କି ଗ୍ରୀଷ୍ମ କାଳର ଫଳ ପାଇବା ନାହିଁ ଏବଂ ତୁମ୍ଭମାନଙ୍କ ଆନନ୍ଦ ଧ୍ୱନି ରହିବ ନାହିଁ।

Gade chapit la Kopi




ଯିଶାଇୟ 16:9
8 Referans Kwoze  

ସେତେବେଳେ ସେହି ଯିହୁଦୀୟମାନେ ଯେ ଯେଉଁ ସ୍ଥାନକୁ ତାଡ଼ିତ ହୋଇଥିଲେ, ସେସକଳ ସ୍ଥାନରୁ ଫେରି ଯିହୁଦା ଦେଶକୁ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ, ଆଉ ପ୍ରଚୁର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚୟ କଲେ।


ଦେଖ, ଯେଉଁ କଲ୍‍ଦୀୟମାନେ ଆମ୍ଭମାନଙ୍କ ନିକଟକୁ ଆସିବେ, ସେମାନଙ୍କ ସମ୍ମୁଖରେ ଠିଆ ହେବା ପାଇଁ ଆମ୍ଭେ ମିସ୍ପାରେ ବାସ କରିବା; ମାତ୍ର ତୁମ୍ଭେମାନେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚୟ କରି ଆପଣା ଆପଣା ପାତ୍ରରେ ରଖ, ଆଉ ତୁମ୍ଭମାନଙ୍କର ଯେସକଳ ନଗର ତୁମ୍ଭେମାନେ ହସ୍ତଗତ କରିଅଛ, ତହିଁରେ ବାସ କର।”


ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟିତ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି,


ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍‍କୁ ଶାପ ଦେଲେ।


ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ଡନ କରି କଟିଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ଲୋକମାନଙ୍କ ବିଷୟରେ ହାହାକାର କର, ପୁଣି, ସେମାନଙ୍କୁ, ଅର୍ଥାତ୍‍, ତାହାକୁ ଓ ବିଖ୍ୟାତ ଗୋଷ୍ଠୀୟମାନଙ୍କର କନ୍ୟାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଅଧୋଭୁବନରେ ପକାଇଦିଅ।


Swiv nou:

Piblisite


Piblisite