Biblia Todo Logo
Bib sou entènèt

- Piblisite -




ଯିଶାଇୟ 19:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମିସର ବିଷୟକ ଭବିଷ୍ୟତବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ମିସର ବିଷୟକ ଭାରୋକ୍ତି। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ଵିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।

Gade chapit la Kopi

ଓଡିଆ ବାଇବେଲ

1 ମିସର ବିଷୟକ ଭବିଷ୍ୟତ ବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।

Gade chapit la Kopi

ପବିତ୍ର ବାଇବଲ

1 ମିଶର ବିଷୟକ ଶୋକ ବାର୍ତ୍ତା: ଦେଖ! ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆସୁଛନ୍ତି। ସେ ମିଶରରେ ପ୍ରବେଶ କରିବେ ଏବଂ ମିଶରର ସମସ୍ତ ପ୍ରତିମା ଭୟରେ ଥରିବେ। ମିଶର ସାହସୀ ଥିଲା, ମାତ୍ର ତା'ର ସେ ସାହସ ଉତ୍ତପ୍ତ ମହମ ପରି ତରଳି ଯିବ।

Gade chapit la Kopi




ଯିଶାଇୟ 19:1
36 Referans Kwoze  

ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ।


“ଦେଖ, ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ, ସେହିପରି ହେଉ, ଆମେନ୍‍।”


ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।


ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ୱର ଅଟନ୍ତି।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି, ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା।


ପୁଣି, ଆମ୍ଭେ ବାବିଲରେ ବେଲ୍ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ।


“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍‍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।


ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।


ତୁମ୍ଭେ ଜଳରାଶି ଉପରେ ଆପଣା କୋଠରିର କଡ଼ିକାଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ।


ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି।


ଆଉ, ମିସରର ଗୋଷ୍ଠୀ ଯଦି ନ ଆସେ, ତେବେ ସେମାନଙ୍କ ଉପରେ ଜଳ ବୃଷ୍ଟି ହେବ ନାହିଁ; ଯେଉଁ ଗୋଷ୍ଠୀଗଣ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ଆସିବେ ନାହିଁ, ସେମାନଙ୍କୁ ସଦାପ୍ରଭୁ ମହାମାରୀରେ ଆଘାତ କରିବେ।


ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗ ସମୂହକୁ ପ୍ରହାର କରିବେ ଓ ନୀଳ ନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ଡ ଦୂରୀକୃତ ହେବ।


ମିସରର ରାଜା ଫାରୋକୁ, ତାହାର ଦାସଗଣକୁ ଓ ଅଧିପତିଗଣକୁ ଓ ତାହାର ସମସ୍ତ ଲୋକଙ୍କୁ;


ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି।” ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍‍ ହେଲା।”


ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।


ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ;


ତାହାଙ୍କ ପ୍ରତି ମୋʼ ଧ୍ୟାନ ସୁମିଷ୍ଟ ହେଉ; ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି।


ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର।


ଆହୁରି ସେମାନେ ଯିହୋଶୂୟଙ୍କୁ କହିଲେ, “ସତ୍ୟ, ସଦାପ୍ରଭୁ ଏହି ସମସ୍ତ ଦେଶ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି, ଏହାଛଡ଼ା ସେ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କ ସମ୍ମୁଖରେ ତରଳି ଯାଉଅଛନ୍ତି।”


“ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।


ସେ ଆକାଶମଣ୍ଡଳକୁ ହିଁ ନୁଆଁଇ ତଳକୁ ଆସିଲେ; ଆଉ, ତାହାଙ୍କ ପାଦ ତଳେ ଘୋର ଅନ୍ଧକାର ଥିଲା।


ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ୱରୂପ ହେବ; ତାହାର ଅଶ୍ୱଗଣ ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ! ଆମ୍ଭେମାନେ ବିନଷ୍ଟ ହେଲୁ।


ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏହି ସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଅଭିଶାପ ଓ ନିନ୍ଦାର ପାତ୍ର ହେବ।


ନୀନିବୀ ବିଷୟକ ବାର୍ତ୍ତା। ଇଲକୋଶୀୟ ନାହୂମଙ୍କର ଦର୍ଶନ ପୁସ୍ତକ।


ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।


ନିସ୍ତାର ପର୍ବର ପରଦିନ ପ୍ରାତଃକାଳରେ ମିସରୀୟମାନେ ସଦାପ୍ରଭୁଙ୍କ ଦ୍ୱାରା ସଂହାରିତ ପ୍ରଥମଜାତ ସମସ୍ତଙ୍କୁ କବର ଦେଉଥିବା ସମୟରେ ଇସ୍ରାଏଲ-ସନ୍ତାନଗଣ ମିସରୀୟ ସମସ୍ତ ଲୋକଙ୍କ ସାକ୍ଷାତରେ ଊର୍ଦ୍ଧ୍ୱ ହସ୍ତରେ ବାହାରିଲେ; ସଦାପ୍ରଭୁ ସେମାନଙ୍କ ଦେବଗଣକୁ ମଧ୍ୟ ଦଣ୍ଡ ଦେଇଥିଲେ।


Swiv nou:

Piblisite


Piblisite