Biblia Todo Logo
Bib sou entènèt

- Piblisite -




ଯିଶାଇୟ 19:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟାତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ।

Gade chapit la Kopi

ଓଡିଆ ବାଇବେଲ

23 ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ।

Gade chapit la Kopi

ପବିତ୍ର ବାଇବଲ

23 ସେହି ସମୟରେ ମିଶରରୁ ଅଶୂର ପର୍ଯ୍ୟନ୍ତ ଏକ ରାଜପଥ ନିର୍ମିତ ହେବ। ତା'ପରେ ଅଶୂରର ଲୋକମାନେ ମିଶରକୁ ଆସିବେ ଓ ମିଶରର ଲୋକମାନେ ଅଶୂରକୁ ଯିବେ। ମିଶରର ଲୋକମାନେ ଅଶୂରର ଲୋକମାନଙ୍କ ସହିତ ପୂଜା କରିବେ।

Gade chapit la Kopi




ଯିଶାଇୟ 19:23
15 Referans Kwoze  

ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେହିପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍‍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ।


ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।


ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; “ଏହି ଜଣ ସେଠାରେ ଜାତ ହେଲା।”


ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍‍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।


ସେହି ଦିନ ଇସ୍ରାଏଲ, ମିସର ଓ ଅଶୂରର ସଙ୍ଗେ ତୃତୀୟ ହୋଇ ପୃଥିବୀ ମଧ୍ୟରେ ଆଶୀର୍ବାଦର ପାତ୍ର ହେବ;


ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”


ପୁଣି, ଆମ୍ଭେ ଆପଣାର ପର୍ବତସବୁକୁ ଏକ ପଥ କରିବା ଓ ଆମ୍ଭର ରାଜପଥସକଳ ଉଚ୍ଚ କରାଯିବ।


ତୁମ୍ଭେମାନେ ଅଗ୍ରସର ହୁଅ, ନଗର-ଦ୍ୱାର ମଧ୍ୟଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ୱଜା ଉଠାଅ।


ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ ଯାବତୀୟ ମର୍ତ୍ତ୍ୟ ଆମ୍ଭ ସମ୍ମୁଖରେ ଭଜନା କରିବା ପାଇଁ ଆସିବେ, ଏହା ସଦାପ୍ରଭୁ କହନ୍ତି।


ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ, ଅଶୂରରୁ ଓ ମିସରର ନଗରସମୂହରୁ ଓ ମିସରଠାରୁ ନଦୀ ପର୍ଯ୍ୟନ୍ତ ଓ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଯାବତୀୟ ପର୍ବତରୁ ଆସିବେ।


ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।


Swiv nou:

Piblisite


Piblisite